ଦୈନିକ ରାଶିଫଳ: ୧୪ ସେପ୍ଟେମ୍ବର ୨୦୧୯, ଶନି ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ। ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ। କରଜ ଭାରରୁ ମୁକ୍ତି ମିଳିବ। ଆଇନ ଅଦାଲତରେ ଜୟଯୁକ୍ତ ହେବେ। ଚାକିରିରେ ପ୍ରତିଷ୍ଠିତ ହେବେ। ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ। ମହିଳାମାନଙ୍କର କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- 

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ବ୍ୟବସାୟୀମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ଅଧ୍ୟୟନରେ ମନ୍ଥର ହେବା ଫଳରେ ଅଧିକ ପରିଶ୍ରମ କରିବା ଆବଶ୍ୟକ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମିଥୁନ:-

ମାଲିମୋକଦ୍ଦମା ଓ ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ। କେତେକ କ୍ଷେତ୍ରରେ ଉନ୍ନତିକର ହେବ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ। ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି। ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ବ୍ୟବସାୟୀମାନଙ୍କର ସହଯୋଗ ପାଇ ମନ ଖୁସୀ ରହିବ ଓ  ପ୍ରଚୁର ଲାଭ ପାଇବେ। ଶତୃ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-

ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କ ବଢିଯିବ। କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କନ୍ୟା:

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଚେଷ୍ଟା କଲେ କର୍ମ ନିଯୁକ୍ତିରେ ସଫଳ ହେବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପରିବାରର ଆବଶ୍ୟକତା ପୂରଣ ଦିଗରେ କିଛି ଖର୍ଚ୍ଚାନ୍ତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ଆତ୍ମନିର୍ଭର ଶୀଳ ହେବେ। ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ। ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:- 

ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ। ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିବା ଫଳରେ ସହକର୍ମୀମାନେ ଆଶ୍ଚର୍ଯ୍ୟ, ଚକିତ ହେବେ। ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ପ୍ରତିଯୋଗୀ ପରୀକ୍ଷାରେ ପରିମାଣ ଅନୁକୂଳ ହେବା ଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ସ୍ଵାସ୍ଥ୍ୟ ସମସ୍ୟା ନେଇ ଖୁସି ରହିବେ। ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ। ଦୂରଯାତ୍ରା କରିବା ଦ୍ଵାରା ସୁସ୍ଥତା ଅନୁଭବ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ସ୍ୱାସ୍ଥ୍ୟ ସ୍ଥିତି ମଧ୍ୟମ ରହିବ। ପ୍ରେମ-ପ୍ରସଙ୍ଗରେ ଭୁଲ୍ ବୁଝାମଣାର ନିରାକରଣ ହେବ। ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇବେ। ଯଶ କୀର୍ତ୍ତିରେ ଉନ୍ନତି ହେବ। ଶତୃଙ୍କ ସହିତ ମୁକାବିଲା କରି ପାରିବେ। ସମସ୍ତ କାର୍ଯ୍ୟର ସମସ୍ୟା ସମାଧାନ ହୋଇଯିବ। କୌଣସି ଅଚିହ୍ନା ବ୍ୟକ୍ତି ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ। କର୍ମଚାରୀମାନେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସ୍ଵାସ୍ଥ୍ୟରେ ଉନ୍ନତି ହେବ। ବାକିଥିବା ଅର୍ଥ ପ୍ରାପ୍ତି ହେବ। ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ। ବ୍ୟବସାୟରେ ଉତ୍ତମ ଲାଭ ହେବ। ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ସରକାରୀ କର୍ମଚାରୀମାନଙ୍କର ଉନ୍ନତିହେବ। ନିଯୁକ୍ତିର ସୁଯୋଗ ପାଇବେ।  ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ଶରୀର ସୁସ୍ଥ ରହିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟୀ ମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ। ନିମ୍ନବର୍ଗର ବ୍ୟକ୍ତିବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ। ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। କର୍ମକ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବ। କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ। ସେବା ଭବନରେ ଉଦଦ୍ବୁଦ୍ଧ ହୋଇ ଅନେକଙ୍କର କଲ୍ୟାଣ କରିବା ସୁଯୋଗ ପାଇବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!