ଦୈନିକ ରାଶିଫଳ: ୧୪ ସେପ୍ଟେମ୍ବର ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ସ୍ୱାସ୍ଥ୍ୟରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୧୪ ତାରିଖ, ସୋମବାର, ସିଂହ ମାସ ୩୦ ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ଦ୍ଵାଦଶୀ ତିଥି, ପୁଷ୍ୟା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ପୋଇ, ମସୁରଡାଲି ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୩୮ମିନିଟ୍ ରୁ ୭ଟା ୭ମିନିଟ୍, ଦିବା ୧୦ଟା ୩୦ମିନିଟ୍ ରୁ ୧୨ଟା ୫୩ମିନିଟ୍, ଦିବା ୪ଟା ୧୬ମିନିଟ୍ ରୁ ୪ଟା ୫୬ମିନିଟ୍, ସନ୍ଧ୍ୟା ୬ଟା ୩୪ମିନିଟ୍ ରୁ ରାତ୍ର ୮ଟା ୫୫ମିନିଟ୍, ରାତ୍ର ୧୧ଟା ୪୩ମିନିଟ୍ ରୁ ୨ଟା ୨୭ମିନିଟ୍। ପର୍ବଦିନ- ଅପରପକ୍ଷର ଦ୍ଵାଦଶୀ ଶ୍ରାଦ୍ଧ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ସହ ଯୋଗ କରିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରି ପାରେ। ପ୍ରତିକାର:- କୁକୁରକୁ କୁଆଙ୍କୁ ଖାଇବାକୁ ଦିଅନ୍ତୁ।

ବୃଷ:-

ସାମାଜିକ କାର୍ଯ୍ୟରେ ଯୋଗ ଦେଲେ ସଫଳତା ମିଳିବ। ଶିଳ୍ପ, ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ ଯଶ ପାଇବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଦେଖା ଦେବ। ପିଲାଙ୍କ ସଫଳତାରେ ଖୁସିହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ପ୍ରେମପ୍ରସଙ୍ଗରେ ମଧୁରତା ଆସିବ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତି ହେବ। ଆନୁଷ୍ଠାନିକ ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ ଓ ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ରାଜନୀତିରେ ଲୋକସମ୍ପର୍କ ବଢ଼ିବ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ। ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ବ୍ୟବସାୟୀ ମାନଙ୍କର ବହୁବିଧ ଲାଭ ମିଳିବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ଆୟ ଉତ୍ତମ ହେବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପନିପରିବା ଚାଷି ତଥା ବ୍ୟବସାୟୀମାନେ ପ୍ରଚୁର ଲାଭପାଇବେ। ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭପାଇବେ। ପିଲାମାନଙ୍କ ସମସ୍ୟା ସମାଧାନ କରି ପ୍ରଶଂସିତ ହେବେ। ବିଦ୍ୟାରେ ଉନ୍ନତିହେବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ ପାଇଁ ଦୂରସ୍ଥାନକୁ ଯାତ୍ରା କରି ପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ କ୍ଷେତ୍ରରେ ଅଶାନ୍ତି ଦୂରେଇ ଯିବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

ତୁଳା:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ। ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ପୁରାତନରୋଗରୁ ଉପଶମ ମିଳିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

ବିଚ୍ଛା:-

ଶାରିରୀକ ଅସୁସ୍ଥତା ଦୂରହେବ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବିଦ୍ୟାରେ ଉନ୍ନତି ହେବ ଓ ମନ ଖୁସି ରହିବ।  ପ୍ରତିକାର:- ଅସହାୟକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ସାମାଜିକ ପତିଆରା ଅମଳିନ ରହିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ଅଧିକ ପରିଶ୍ରମ ଫଳରେ ଅର୍ଥଲାଭ ହୋଇ ଜୀବନ ଶୈଳିରେ ପ୍ରତିଷ୍ଠାଲାଭ କରିବେ। କେହି କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଦୂରଯାତ୍ରାର ସୁଯୋଗ ପାଇବେ ଓ ସଫଳତା ମିଳିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟରେ ସଫଳତା ଅର୍ଜନ ତଥା କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ସାଧାରଣ ଲୋକମାନଙ୍କୁ ସାହାଯ୍ୟ କରିବା ଫଳରେ ସମ୍ମାନୀତ ହେବେ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବନ୍ଧୁ ବାନ୍ଧବଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ସ୍ୱାସ୍ଥ୍ୟ ଭଲ ରହିବ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ଧାର୍ମିକ କାର୍ଯ୍ୟରେ ପ୍ରେରଣା ଓ ଉତ୍ସାହ ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଆୟ ବୃଦ୍ଧି ହେବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

ବ୍ୟବସାୟ କ୍ଷେତ୍ରରେ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କଲେ ଲାଭ ପାଇବେ। ଛାତ୍ରଛାତ୍ରୀମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ଆନନ୍ଦିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ। ରାଜନୀତି କ୍ଷେତ୍ରରେ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ପ୍ରତିକାର:- ଅସହାୟକୁ ନିରାଶ କରନ୍ତୁ ନାହିଁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!