ସାପ୍ତାହିକ ରାଶିଫଳ: ଜାନୁୟାରୀ ୧୪ ରୁ ୨୦, ସୂର୍ଯ୍ୟଙ୍କର ବଦଳିବ ଚାଲ, ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ପ୍ରେମ ଓ ସମ୍ମାନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ଜାନୁୟାରୀ ୧୪ ରୁ ୨୦

ମେଷ:-

ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ। ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ଦାମ୍ପତ୍ୟ ସମ୍ବନ୍ଧରେ ପ୍ରଗାଢତା ଆସିବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ। ନୂଆଲକ୍ଷ ନିର୍ଦ୍ଧାରିତ କରି ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ। ନୂତନ ଲୋକଙ୍କ ସହିତ ଭେଟ ହେବ। ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ।  ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :-

ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବନ୍ଧୁ ଭେଟ ହେବେ। ସମୟ ଗୁଡିକ ହସ ଖୁସିରେ ବିତିବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ବିତିଯାଇଥିବା ମାମଲାରେ ସଫଳତା ମିଳିବ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ। ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ନୂଆ ନିଯୁକ୍ତିର ସୁଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-

ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ରାଜନୀତିରେ କୃତକାର୍ଯ୍ୟ ହେବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମଉଜ-ମସ୍ତିରେ ସମୟ କଟିପାରେ। ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହିବେ। ମାନ-ପ୍ରତିଷ୍ଠା ବଢିବ। ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ରାଜନୀତିରେ ପ୍ରଶଂସିତ ହେବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଉତ୍ତମ ରୋଜଗାର କରିପାରିବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ।

କର୍କଟ:-

ଧର୍ମ-କର୍ମରେ ରୁଚି ରହିବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ। ଧନ ଲାଭ ହେବ। ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ନୂତନ ବସ୍ତୁ କ୍ରୟ କରିବେ। ପରିବାରରେ ଶାନ୍ତି ଆସିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ନୂଆ ଚାକିରୀରେ ଯୋଗ ଦେଇ ପାରନ୍ତି। ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଯେ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ସିଂହ:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର  ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଶାନ୍ତି ମିଳିବ ଓ ଉଚିତପନ୍ଥା ଗ୍ରହଣ କରିବେ। କର୍ମ କ୍ଷେତ୍ରରେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରତିକାର-ଷଣ୍ଢକୁ କିଛି ଖୁଆନ୍ତୁ।

କନ୍ୟା:-

ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନଙ୍କର ଆକସ୍ମିକ ଧନ ପ୍ରାପ୍ତି ହେବ। ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ରାଜନୈତିକ କ୍ଷେତ୍ରରେ ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ତୁଳା:-

ପତିପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ବନ୍ଧୁଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ଅଚାନକ ଭାବରେ ଦୂରଯାତ୍ରା କରିବେ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ଘରୋଇ ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ସମସ୍ତ ଚିନ୍ତା ଦୂର ହେବ। ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ। ପରାକ୍ରମ ବଢିବ। ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ମହିଳାମାନେ କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ ଓ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଧନ ଲାଭ ହେବାରୁ ମନ ଖୁସି ରହିବ। ସମୟ ଗୁଡିକ ହସ ଖୁସିରେ ବିତିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଚ୍ଛା:-

ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ବ୍ୟବସାୟ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ଯୁବକ ଯୁବତୀମାନଙ୍କୁ ନୂଆ କାମ ନୂଆ ପ୍ରେରଣା ଆନନ୍ଦିତ କରିବ। ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ। ପ୍ରାୟକ୍ଷେତ୍ରରେ ଜୟ-ଜୟକାର ହେବ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଆମୋଦ-ପ୍ରମୋଦ, କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ। ଭାଇମାନଙ୍କ ଠାରୁ ଲାଭ ମିଳିବ। ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ। କାର୍ଯ୍ୟ ବ୍ୟସ୍ତତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ଧନୁ:-

କାମ-କାର୍ଯ୍ୟର ଦାୟିତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ଶୁଭ ବା ମଙ୍ଗଳ କାମ କରିପାରିବେ। ଶତୃ ଓ ବିରୋଧୀମାନେ ପରାସ୍ତ ହେବେ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ କଲେ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ ଓ ସଫଳତା ଅର୍ଜନ କରିବେ। ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ। କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ଜାଗା ଜମି ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ। ଧନ ଲାଭ ସହିତ ଜିମ୍ମେଦାରୀ ବଢିଯିବ। ବାହନ ଆଦି କ୍ରୟ କରିବା ପାଇଁ ଯୋଜନା କରି ପାରନ୍ତି। ସ୍ଵାସ୍ଥ୍ୟରେ ସୁଧାର ଆସିବ। ଅଚାନକ ଭାବରେ ଦୂରଯାତ୍ରା କରିବେ। ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ। କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ଘରୋଇ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମକର :-

ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ। ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ। ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ପତିପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତିହୋଇପାରେ। ଆତ୍ମକେନ୍ଦ୍ରିତ ହୋଇଯିବେ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ପ୍ରତିକାର:-ଗ୍ରାମ୍ୟ ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କୁମ୍ଭ :-

ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ଆତ୍ମକେନ୍ଦ୍ରିତ ହୋଇଯିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ।  ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ମହିଳାମାନେ ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ। ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପଡୋଶୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦ-ବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ରାଜନୀତିରେ ସଫଳତା ମିଳିବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମୀନ :-

ଅଧିକାରୀ କାମରେ ପ୍ରସନ୍ନ ରହିବେ ଓ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଶାନ୍ତି ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ। ବର୍ଚସ୍ଵ ପ୍ରଭାବ ଓ ପରାକ୍ରମ ବଢିବ। ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ ବଜେଟ ତିଆରି କରିବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ନୂତନ ବସ୍ତୁ କ୍ରୟ କରିପାରିବେ। ପତିପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ। ମହିଳାମାନଙ୍କର ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେବ। ପ୍ରତିକାର:-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!