ଦୈନିକ ରାଶିଫଳ: ୧୫ ଅପ୍ରେଲ ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶିର ବ୍ୟକ୍ତିଙ୍କୁ ମିଳିବ କିଛି ସୁସମ୍ବାଦ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୫ ଅପ୍ରେଲ ୨୦୧୯

ମେଷ:-

ସାମାଜିକ ଉତ୍ସବରେ ଯୋଗ ଦେବେ। ରାଜନୀତି କାର୍ଯ୍ୟରେ ସଫଳତା ମିଳିବ। ଧନଲାଭ ହେବାରୁ ଖୁସି ହେବେ। ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ। ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ। ବିରୋଧୀମାନେ ହଇରାଣ ହେବେ। ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ। ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିପାରନ୍ତି। ମହିଳାମାନଙ୍କର ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବାସହ ସ୍ଥାନାନ୍ତର ମଧ୍ୟ ହୋଇପାରେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ନୂଆ ସମ୍ପର୍କ ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ପରିଶ୍ରମ ଦ୍ଵାରା ବ୍ୟବସାୟ ବଢିବ। ଗୃହରେ ମାଙ୍ଗଳିକ କାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କର୍କଟ:-

ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇଯିବ ଓ ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବାସହ ଲାଭର ପରିମାଣ ଅଧିକ ହେବ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କର୍ମ କରିବା ଉଚିତ୍। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ଶୁଭ କାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ପ୍ରତ୍ୟେକ କର୍ମରେ ବାଧା ସୃଷ୍ଟି ହେଲେ ମଧ୍ୟ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କନ୍ୟା:-

ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚାତୁରୀ କଥାକହି କାର୍ଯ୍ୟ ପୂରଣ କରିବେ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି। ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତି ଦୂରେଇ ଯିବ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ ଶୁଭ ସୂଚନା ପାଇବେ। ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ ଓ ମାନ-ପ୍ରତିଷ୍ଠା ବଢିବ। ରାଜନୀତି କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ ଓ ଅନ୍ୟମାନଙ୍କୁ ସାହାଯ୍ୟ କରିବା ଦ୍ଵାରା ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ। ଧର୍ମ-କର୍ମର କୌଣସି ଆୟୋଜନ ମଧ୍ୟ କରେଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

କର୍ମକ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳି ସମସ୍ତ କର୍ମ ସହଜରେ ହିଁ ସମ୍ପନ୍ନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ରାଜନୀତି କ୍ଷେତ୍ରରେ ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ ଏବଂ ଜନସମ୍ପର୍କ ସୁଦୃଢ ହେବ। ରାଜକୀୟ ମାମଲାରେ ସଫଳତା ମିଳିବ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ଚାକିରୀରେ ଚତୁରତାସହ ଗତିକରି କାମ ହାସଲ କରିବା ଦ୍ଵାରା ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇ ପାରନ୍ତି। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।  

ମକର:-

ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ଓ ପାରିବାରିକ ସ୍ଥିତି ସୁଧୁରି ଯିବ। କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ରାଜନୀତି କ୍ଷେତ୍ରରେ ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ସରକାରୀ କ୍ଷେତ୍ରରୁ ଧନର ଆଗମନ ଫଳରେ ବିରୋଧୀମାନେ ସାମ୍ନା କରିପାରିବେ ନାହିଁ। ମାନସିକ ଚିନ୍ତା ଦୂର ହେବ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ। କାରବାର ଓ କାମ-କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ ଓ ରୋଜଗାରରେ ଉନ୍ନତି ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସଠିକ୍ ଚିନ୍ତା ଓ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସଂପୂର୍ଣ୍ଣ କରି ପରିବେ। ନିଜ ଲୋକମାନେ ସାହାଯ୍ୟ କରିବା ଯୋଗେ ବ୍ୟବସାୟରେ ଉନ୍ନତି ହେବ। ବନ୍ଧୁମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କର ପ୍ରୀତିଭାଜନ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ମହିଳାମାନେ କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!