ଦୈନିକ ରାଶିଫଳ: ୧୫ ଏପ୍ରିଲ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୧୫ତାରିଖ, ବୁଧବାର, ମେଷ ମାସ ଦିନ, ବୈଶାଖ ମାସ, କୃଷ୍ଣପକ୍ଷ, ଅଷ୍ଟମୀ ତିଥି, ଉତ୍ତରାଷାଢା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ନଡ଼ିଆ ନ ଖାଇଲେ ଭଲ। ଶୁଭସମୟ ପ୍ରାତଃ ୫ଟା ୩୩ମିନିଟ୍ ରୁ ୭ଟା ୧୧ମିନିଟ୍, ଦିବା ୧୦ଟା ୧୪ମିନିଟ୍ ରୁ ୧୧ଟା ୨୦ମିନିଟ୍, ଦିବା ୧ଟା ୫୨ମିନିଟ୍ ରୁ ୫ଟା ୧୦ମିନିଟ୍, ସନ୍ଧ୍ୟା ୬ଟା ୪୮ମିନିଟ୍ ରୁ ୧୦ଟା ୩୬ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ବ୍ୟବସାୟ କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଖୁସି ହେବେ। ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର ଆଦିରେ ପ୍ରଶଂସା ମିଳିବ। ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

କର୍ମକ୍ଷେତ୍ରରେ ବାଦବିବାଦରୁ ଦୂରତା ରକ୍ଷା କରିଲେ ଶୁଭ ସୂଚନା ପାଇବେ। ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ଫଳରେ ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରି ପ୍ରଶଂସିତ ହେବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପିଲାମାନଙ୍କ ପାଠପଢା ନେଇ ଚିନ୍ତିତ ରହିବେ। ଗୁପ୍ତ ବନ୍ଧୁମାନେ ବାହାରକୁ ପ୍ରକାଶ ପାଇବେ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-

ମନ ଓ ଶରୀର ଭଲ ରହିବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ। ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସହଜ ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ବିଦ୍ୟା କ୍ଷେତ୍ରରେ ଯଶ ପ୍ରାପ୍ତି ହେବ। ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ।  ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। କର୍ମକ୍ଷେତ୍ରରେ ଅଚାନକ ଭାବରେ କୌଣସି ସୁସମ୍ବାଦ ଶୁଣିବେ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। ରାଜନୀତିରେ ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

କର୍ମକ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ। ବ୍ୟବସାୟୀମାନେ ଧୈର୍ଯ୍ୟ ଓ ସଂଯମତା ରଖିବା ଆବଶ୍ୟକ ନତୁବା ଅଧିକ ଫାଇଦା ଉଠାଇବା ଚକ୍କରରେ ବ୍ୟୟ ଅଧିକ ହୋଇଯିବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରି ଯିବ। ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଦୁଃଖୀ ଲୋକଙ୍କୁ ସାହାରା ହେବା ଫଳରେ ନୂତନ ଲୋକଙ୍କ ସହିତ ସମ୍ପର୍କ ଦୃଢ ହେବ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିପାରେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟରେ ସୁଧାର ଆସିବ। ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ। କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ। ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ବ୍ୟବସାୟ ବାଣିଜ୍ୟ କାରବାରରେ ଅସାଧାରଣ ସ୍ଥିତି ରହିବ। ଫୋନ, ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଅଟକିଥିବା କାର୍ଯ୍ୟ ମିତ୍ରଙ୍କ ସାହାଯ୍ୟ ଦ୍ଵାରା ସମ୍ପନ୍ନ ହେବ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:- 

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରି ନୂଆ ଲକ୍ଷକୁ ନିର୍ଦ୍ଦାରିତ କରି ପାରିବେ। ଧନ ଲାଭ ହେବା ଫଳରେ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପାରିବାରିକ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ। ବ୍ୟାପାର ବାଣିଜ୍ୟ ଓ କାମ କାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ପ୍ରେମ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ପଡିବ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-

ଶାରୀରିକ କଷ୍ଟ ଦୂର ହେବ। ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ମନରେଥିବା କାମନା ପୂର୍ଣ୍ଣ ହେବ। ନିଜର ଚତୁରତା ଓ ବୁଦ୍ଧି ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ସନ୍ତାନଙ୍କ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ। ପଢାପଢିରେ କୌଣସି ଅସୁବିଧା ହେବ ନାହିଁ। କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବା ସହ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତ ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ନୂତନ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ ହେବା ଫଳରେ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢି ପାରିବେ। ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ। ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ପରସ୍ପରକୁ ସାହାଯ୍ୟ କରି ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଶିକ୍ଷା କ୍ଷେତ୍ରରେ ମିତ୍ର ଓ ସହପାଠୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!