୨୦୨୧ ମସିହା, ଅପ୍ରେଲମାସ ୧୫ତାରିଖ, ଗୁରୁବାର, ମେଷମାସ ୨ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ତୃତୀୟାତିଥି, କୃତ୍ତିକାନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର । ତୁଳା, କୁମ୍ଭ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ, ଦିବା ୩ଟା ୨୮ ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଶୁଭସମୟ- ସକାଳ ୫ଟା ୩୩ମିନିଟ୍ ରୁ ୭ଟା ୧୧ମିନିଟ୍, ଦିବା ୧୦ଟା ୩୩ମିନିଟ୍ ରୁ ୧ଟା ୨ମିନିଟ୍, ରାତ୍ର ୨ଟା ୨୮ମିନିଟ୍ ରୁ ୩ଟା ୧୨ମିନିଟ୍ ।
ମେଷ:-
ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । କର୍ମକ୍ଷେତ୍ରରେ ନିଜର ପ୍ରତିଷ୍ଠା ସୁନାମ ବଢିବ । ବ୍ୟବସାୟ କ୍ଷେତ୍ରରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ପାରିବାରିକ ଜୀବନ ସମସ୍ତଙ୍କ ମେଳରେ ରହି ସୁଖ ସନ୍ତୋଷରେ କଟିବ । ରାଜନୀତି କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ବୃଷ:-
କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧିହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ଉତ୍ସାହ ଉଦ୍ଦିପନା ସହ କାର୍ଯ୍ୟ କରିବା ଫଳରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ । ରାଜନୀତି କ୍ଷେତ୍ରରେ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ବିଦ୍ୟାକ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।
ମିଥୁନ:-
ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ରାଜନୀତି କ୍ଷେତ୍ରରେ ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । ଦୂରସ୍ଥାନକୁ ଯାତ୍ରା କଲେ ବିପଦ । ଗୃହୋପକରଣ କ୍ରୟ କରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-
ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଯାତ୍ରାଫଳରେ ଉତ୍ସାହିତ ହେବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବେ । ଅଚାନକ ଧନ ପ୍ରାପ୍ତି ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଫଳରେ ବିଦ୍ୟାରେ ଉନ୍ନତି କରିବେ । ପ୍ରତିକାର- ଧଳାବସ୍ତ୍ର ପରିଧାନ କରନ୍ତୁ । ନତୁବା ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ସିଂହ:-
ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ । କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟିହେବ । ପିଲାମାନଙ୍କ ପାଠପଢା ନେଇ ଖୁସି ରହିବେ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ମାଲିମୋକଦ୍ଦମାରେ ସଫଳତା ମିଳିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
କନ୍ୟା:-
ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବାର ଯୋଗ ଅଛି । ଆକସ୍ମିକ ଅର୍ଥଲାଭ ଓ ସୁନାମ ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ । ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ତୁଳା:-
ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଶୋଷିତ ଓ ନିର୍ଯାତିତଙ୍କ ବିଡମ୍ବନାକୁ ମୁଣ୍ଡେଇ ଦୃଢ ମନୋବଳରେ ଆଗେଇ ପାରିବେ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-
ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ । କର୍ମକ୍ଷେତ୍ରରେ ସାଫଲ୍ୟ ଯୋଗେ ସମ୍ମାନ ଲାଭ କରିବେ । ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଭଲଲାଭ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ମନରେ ଅଶାନ୍ତି ଅସନ୍ତୋଷ ଦୂରେଇ ଯାଇ ଅର୍ଥାଗମର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ସୃଷ୍ଟି ହୋଇପାରେ । ମାଲିମୋକଦ୍ଦମା ଠାରୁ ଦୂରେଇ ରୁହନ୍ତୁ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।
ଧନୁ:-
ସୁଯୋଗ ହାତପାହାନ୍ତାରେ ପାଇ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସ୍ଵାସ୍ଥ୍ୟରେ ଉନ୍ନତି ଓ ସମ୍ମାନଜନକ ଘଟଣା ଘଟି ପାରେ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ରାଜନୀତି କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ପ୍ରତିକାର-ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ମକର:-
ସନ୍ତାନଙ୍କ ଶୁଭ ଖବର ପାଇବା ଫଳରେ ଖୁସି ହେବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ଦୂରସ୍ଥାନକୁ ଯାତ୍ରା କଲେ ମଧ୍ୟ ଶାରୀରିକ ସୁସ୍ଥତା ଅନୁଭବ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ବାଣିଜ୍ୟ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ । ପାରିବାରିକ ଆର୍ଥିକ ସଙ୍କଟ ଦୂର ହେବ । ରାଜନୀତିରେ ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ପ୍ରଶଂସା ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କୁମ୍ଭ:-
ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଛାତ୍ରଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । ଘରପରିବାରକୁ ପ୍ରାଥମିକତା ଦେଇ ମାଆ ବାପା ଓ ଗୁରୁଜନଙ୍କ ଆଶୀର୍ବାଦ ପାଇବେ । ରାଜନୀତି କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଭୟ ସତ୍ତ୍ୱେ ଜୟ ହେବ । ସନ୍ତାନମାନଙ୍କ ପାଇଁ ଚିନ୍ତିତ ରହିବେ । ସ୍ୱାସ୍ଥ୍ୟଗତ ସମସ୍ୟାର ସମ୍ମୁଖୀନ ହେବେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।
ମୀନ:-
ଶିଳ୍ପ ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଦୂରଯାତ୍ରା କରି ମନ ଖୁସି ରହିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ । ଇ ପାରିବେ । ମାଲିମୋକଦ୍ଦମାରେ ବିଜୟୀ ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।
Jyotirbid Dr. Pramod Satapathy
Jantra Jyotisha, Cuttack
For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674