ଦୈନିକ ରାଶିଫଳ: 15 ଏପ୍ରିଲ 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 2ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୧୫ ତାରିଖ, ଶୁକ୍ରବାର, ମେଷ ମାସ ୨ ଦିନ, ଚୈତ୍ରମାସ ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀ ତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର ଦିବା ୯ ଟା ୩୪ମିନିଟ୍ ପରେ ହସ୍ତା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର । ଧ୍ରୁବ ଯୋଗ ସକାଳ ୭ଟା ୫୫ମିନିଟ୍ ପରେ ବ୍ୟାଘାତ ଯୋଗ । ଗର କରଣ ଦିବା ୩ଟା ୧୫ମିନିଟ୍ ପରେ ବାଣିଜ କରଣ । ବିଛା, ଧନୁ ଓ ମୀନ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ରାତି ୨ଟା ୨୬ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୪୦ମିନିଟ୍ ରୁ ଦିବା ୧୧ଟା ୪୭ମିନିଟ୍, ରାତ୍ରି ୮ଟା ୫୪ମିନିଟ୍ ରୁ ୧୦ଟା ୨୦ମିନିଟ୍ । ଶୁଭସମୟ- ସକାଳ ୫ଟା ୩୩ମିନିଟ୍ ରୁ ୬ଟା ୨୨ମିନିଟ୍, ସକାଳ ୭ଟା ୧୩ମିନିଟ୍ ରୁ ୮ଟା ୩୯ମିନିଟ୍, ଦିବା ୧୨ଟା ୧୨ମିନିଟ୍ ରୁ ୨ଟା ୪୧ମିନିଟ୍, ଦିବା ୪ଟା ୨୨ମିନିଟ୍ ରୁ ସନ୍ଧ୍ୟା ୬ଟା ୧ମିନିଟ୍, ରାତ୍ର ୭ଟା ୩୪ମିନିଟ୍ ରୁ ରାତ୍ର ୮ଟା ୫୩ମିନିଟ୍, ରାତ୍ର ୧ଟା ୪୨ମିନିଟ୍ ରୁ ରାତ୍ର ୪ଟା ।

ମେଷ:-କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ । ଧନ ସମ୍ବନ୍ଧୀୟ ମାମଲାରେ ବୃଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ଘରର କୌଣସି ନୂତନ ବସ୍ତୁ କ୍ରୟ କରିପାରିବେ । ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ମିଳିବ । ଭୂମି ବା ଭବନ କ୍ରୟ କରିପାରିବେ । ବାଦବିବାଦ ଦୂର ହେବ । ଦୂର ଯାତ୍ରା କରି ଲାଭବାନ ହେବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ଧର୍ମ କାର୍ଯ୍ୟରେ ନିଯୋଜିତ ହେବେ ଓ ଆଧ୍ୟାତ୍ମିକ ଊର୍ଜାରେ ମନ ଓତପ୍ରୋତ ରହିବ । କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତକୁ ମନେ ପକାଇବେ । ଚାକିରୀରେ ଉନ୍ନତି କରିବା ପାଇଁ ବହୁତ ପରିଶ୍ରମ କରିବାକୁ ପଡିବ । ଲୋକମାନେ ଆପଣଙ୍କ ସଚ୍ଚୋଟ ଓ ସରଳତାଭାବ ଦେଖି ଫାଇଦା ଉଠେଇବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସନ୍ତାନଙ୍କ ଚିନ୍ତା ଦୂର ହେବ । କାମ-କାର୍ଯ୍ୟରେ ସ୍ଥିତି ଆପଣଙ୍କ ସପକ୍ଷରେ ରହିବ । ମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । ବହୁତ ପରିଶ୍ରମ କଲେ ବ୍ୟବସାୟ ବୃଦ୍ଧି ହେବ । ଚାକିରୀରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ମଧ୍ୟ ରହିବ । କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ । ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ । ରୋଜି-ରୋଜଗାର ପାଇଁ ଉପଯୁକ୍ତ ସମୟ ଅଟେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କର୍କଟ:-ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ କରିପାରିବେ ନାହିଁ । କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ । ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ନିଜର ବ୍ୟବହାର ଓ ଜୀବନ ଶୈଳୀକୁ ମଧ୍ୟ ପରିବର୍ତ୍ତନ କରିବେ । ସ୍ଥିର ସ୍ଵଭାବ ଏବଂ ମଧୁରଭାଷି ହେତୁ ଲାଭକୁ ଦ୍ଵିଗୁଣା ବଢେଇ ପାରିବେ । ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି । ମାନସିକଶାନ୍ତି ଅନୁଭବ କରିବେ । ପ୍ରତିକାର- ଘିଅ ବା କ୍ରିମରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ସିଂହ:-କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ । ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ସ୍ଵାସ୍ଥ୍ୟରେ ଉନ୍ନତି ହୋଇ ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । କର୍ମ କ୍ଷେତ୍ରରେ ମାନ-ସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧି ହେବ । ବିଦ୍ୟାର୍ଥୀମାନେ ଶୁଭ ସମାଚାର ପାଇ ଖୁସିହେବେ । ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ପରିବାରରେ ସୁଖଶାନ୍ତି ଫେରି ଆସିବ । ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି । ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ ଯାହାଦ୍ୱାରା ଆର୍ଥିକ ସଙ୍କଟ ଦେଖାଦେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଚ୍ଛା:-କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ । ଆଦର୍ଶବାଦୀ ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ବ୍ୟବସାୟରେ ଉନ୍ନତି ସହିତ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ହାସ-ପରିହାସ ଓ ମନୋରଞ୍ଜନରେ ସମୟ ବ୍ୟତୀତ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ମାନସିକତାରେ ପରିବର୍ତ୍ତନ ହେବ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ । ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । ବାଣିଜ୍ୟ ଓ ପରିବହନ ବ୍ୟବସାୟରେ ଆଶାଜନକ ସଫଳତା ହାସଲ କରିବେ । ଆୟ ବୃଦ୍ଧି ହୋଇ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ନୂତନ ଗୃହୋପକାରଣ ଦ୍ରବ୍ୟ କ୍ରୟ କରିବା ଫଳରେ ସ୍ଵାମୀ ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍ ବୁଝାମଣା ହୋଇପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!