ଦୈନିକ ରାଶିଫଳ: 15 ଏପ୍ରିଲ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ସନ୍ତାନଙ୍କ ସମ୍ବନ୍ଧୀତ କୌଣସି ଶୁଭ ସମାଚାର ଶୁଣି ଖୁସିହେବେ। ଶୁଭକାମ କରି ପ୍ରଶଂସିତ ହେବା ସହ ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। କେତେକ ସୂତ୍ରରୁ କିଛି ଧନ ପାଇବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଦେଖାଦେବ। ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ପାଇ ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇ ପାରେ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉଚିତ୍ ପନ୍ଥା ଗ୍ରହଣ କଲେ ରୋଜଗାର ସମସ୍ୟା ସୁଧୁରି ଯିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ କଷ୍ଟ ଅନୁଭବ କରିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ। ବ୍ୟବସାୟରେ ଉତ୍ତମ ଲାଭ ହେବା ସହ କାରବାରରେ ସୁଧାର ଆସିବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ୱାସ୍ଥ୍ୟ ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଶତୃମାନେ ଦୂରେଇ ଯିବେ ଓ କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ମାନସିକ ଶାନ୍ତି ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ବ୍ୟବସାୟରେ ଉନ୍ନତି କରି ପାରିବେ। ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ଓ କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବା ସହ ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଗୁରୁ ଗୁରୁଜନଙ୍କ ସାହାଯ୍ୟ ସହଯୋଗ ପାଇବେ। ଉନ୍ନତିମୂଳକ ପଦକ୍ଷେପ ନେଇ କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସା ପାଇବେ। ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ମନ ଅଶାନ୍ତି ରହି ପାରେ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଧାର୍ମିକ କାର୍ଯ୍ୟରେ ରୁଚିବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ବ୍ୟବସାୟରେ ଉନ୍ନତି ହେବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ନୂତନ ଯୋଜନାର କ୍ରିୟାନ୍ୱିତ କରିବା ସହ ପାରିବାରିକ ଜୀବନ ସୁଖମୟ ହେବ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ ଓ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ପ୍ରଚୁର ଲାଭ ମଧ୍ୟ ମିଳିବ। ସୁଖ ସମୃଦ୍ଧି ବୃଦ୍ଧିହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ଶତୃବଧା ଦୂରେଇ ଯିବା ଫଳରେ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବା ସହ ଜମିଜମା ସଙ୍କ୍ରାନ୍ତରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ପାରିବ। ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ଶାରିରୀକ ଅସୁସ୍ଥତା ଦୂରହେବା ସହ ମାନସିକ ଦୁଶ୍ଚିନ୍ତା ଦୁରହେବ। ନିଜର ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରିପାରିବେ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ପାଇବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଆମଦାନୀ ଓ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବାସହ ପାରିବାରିକ ପତିଆରା ଭଲ ରହିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଦୂରଯାତ୍ରାର ସୁଯୋଗ ପାଇ ନୂତନ ଦ୍ରବ୍ୟ କ୍ରୟ କରିପାରିବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ ଓ ମାନସମ୍ମ।ନ ବଜାୟ ରହିବ। ଶାରିରୀକ ଅସୁସ୍ଥତା ଦୂରହେବା ସହ ଆକସ୍ମିକ ଅର୍ଥ ପାଇବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହେବା ସହ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ ଓ ସାମାଜିକ ସ୍ଥିତି ବଜାୟ ରହିବ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!