ଦୈନିକ ରାଶିଫଳ: ୧୫ ଅଗଷ୍ଟ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୫ ଅଗଷ୍ଟ ୨୦୧୮

ମେଷ-

ମହିଳାମାନେ ବନ୍ଧୁଙ୍କ ପ୍ରତିଶୃତି ପାଇ ଆଶ୍ୱସ୍ତି  ଅନୁଭବ କରିବେ ଓ  ବ୍ରତ, ଉପାସନାରେ ବ୍ରତୀ ହେବେ। କର୍ମକ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରିବେ। ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ। ପରିବାରରେ ସୁଖଶାନ୍ତି ଫେରିଆସିବ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ-

ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ। ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ଅନୁଭବ କରିବେ। ଅତି ନିଜର ଲୋକମାନେ ଶତୃତା ଆଚରଣ କରିବେ। ପିଲାମାନଙ୍କ ପାଇଁ ଚିନ୍ତା କରି ବିରକ୍ତିଭାବ ପ୍ରକାଶ ପାଇବ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ। କୌଣସି ବିବାଦୀୟ ଘଣଟାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡ଼ିବେ। ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ମିଥୁନ-

କର୍ମଜୀବୀ ମାନଙ୍କୁ ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାକୁ ଯାଇ ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ। ରାଜନୈତିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ। କୋର୍ଟ କଚେରୀ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶିଆଘାତ ପାଇବେ। ପ୍ରତିକାର-ଷଣ୍ଢକୁ ଗୁଡରୁଟି ଖୁଆନ୍ତୁ।

<<Vastu>>> | <<< Jataka Bichara >>>

କର୍କଟ

ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସାମାଜିକ ସ୍ତରରେ ଖ୍ୟାତି ହେବ। ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ। ହଠାତ୍ ଆବଶ୍ୟକତା ପୂରଣ ଦିଗରେ ଖର୍ଚ୍ଚାନ୍ତ ହେବେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପାରେ। ଦୂରଯାତ୍ରା କରିବା ଦ୍ୱାରା ଅସୁସ୍ଥତା ଅନୁଭବ କରିବେ। ପାଖ ପଡ଼ୋଶୀମାନେ କଟୁବଚନ ଶୁଣେଇବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ। ଶାନ୍ତଶିଷ୍ଟ, ସାଧୁ, ସତ୍ୟବାଦୀ, ଶାସ୍ତ୍ରପୁରାଣପ୍ରିୟ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବର ଅଭାବ ଦେଖାଦେବ। କାହାର ଡାକରାପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

କନ୍ୟା-

ପୁରୁଣା ରୋଗରୁ ଉପଶମ ପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର ଓ ପ୍ରଚାର ପ୍ରସାର କରି  ଆଶାତିତ ଲାଭବାନ୍ ହେବେ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ସ୍ୱାସ୍ଥ୍ୟ ଗତ ସମସ୍ୟା ପାଇଁ ସତର୍କ ରହିବା ଉଚିତ୍। ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର:-ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ।

ତୁଳା-

ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ। ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ  ଓ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖାଦେବ। ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ ଓ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ଦୃଢ଼ ଆତ୍ମବିଶ୍ୱାସ  ଦ୍ୱାରା ସମସ୍ତ ବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା  ସଫଳ ହେବ।

ବିଛା-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ। ସ୍ୱାସ୍ଥ୍ୟ ଉତ୍ତମ ରହିବ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେଇ ଆଗେଇବେ। ପ୍ରତିକାର- ଚଣାଡାଲି ମନ୍ଦିରରେ ଦାନ କରନ୍ତୁ।

ଆହୁରି ପଢନ୍ତୁ: ଆପଣଙ୍କ ସମସ୍ତ ରୋଗର ଗୋଟିଏ ଔଷଧ ହେଉଛି ଏହି Special ମନ୍ତ୍ର।

ଧନୁ-

ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଯୋଗେ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢ଼େଇବ ଓ ଭାଇ, ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତ ହେବ। ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ  ବିଜୟୀ ହେବେ। ସମ୍ପତ୍ତି କ୍ରୟ କରିବେ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରତିକାର-ଗାଈକୁ କିଛିଖାଦ୍ୟ ଖୁଆନ୍ତୁ।

ମକର-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଯୌଥ ବ୍ୟବସାୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଆପଣ ବିଶେଷ ବ୍ୟସ୍ତ ରହିବେ। ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିପାରନ୍ତି। କର୍ମ କ୍ଷେତ୍ରରେ ଗୁପ୍ତ ଶତୃଙ୍କ ଦ୍ୱାରା ହଇରାଣ ଏବଂ ଅପଦସ୍ତ ହେବେ। ରାଜନୀତି କ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ  ସହ ବିବାଦ ସୃଷ୍ଟି ହୋଇପାରେ। ଶ୍ୱଶୁର ଘର କିମ୍ବା ଜମିବାଡ଼ିକୁ ନେଇ କେତେକ ସମସ୍ୟା ଉପୁଜି ପରେ।

କୁମ୍ଭ-

ପାରିବାରିକ ସ୍ତରରେ ଭୁଲ ବୁଝାମଣା ଓ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଶତୃମାନେ ପରାଜିତ ହେବେ। ମାନସିକ ବିଷାଦ, ଭୟ ଆଶଙ୍କା ଗ୍ରସ୍ତ ହେବେ। ଆର୍ଥିକ ସଙ୍କଟ ଦେଖାଦେବାରୁ ଧାର କରଜ କରିବାକୁ ବାଧ୍ୟ ହେବେ। ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ସାମୟିକ ଶାରୀରିକ ପୀଡ଼ା ଭୋଗ କରିବେ। ମହିଳାମାନେ ଅନ୍ୟମାନଙ୍କ କାମରେ ମନ ଦେଇ ନିଜ କାମକୁ ଅବହେଳା କରିବେ। ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ-

ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ ଓ ସ୍ଥାନାନ୍ତରଣ ଯୋଗ ଆସିପରେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ। ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। ଆର୍ଥିକ ଦିଗରୁ ଉନ୍ନତି ହେବ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ରାଜନୀତିରେ ସମାଜ ସେବାକରି ସ୍ଵନାମ ଅର୍ଜନ କରିପାରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!