ଦୈନିକ ରାଶିଫଳ: ୧୫ ଅଗଷ୍ଟ ୨୦୧୯, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ଭୂମି ଓ ଯାନ ବହନ କ୍ରୟ କରିବାର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ । ଭଲମନ୍ଦ ବିଚାର ନକରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ। କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହ ଯୋଗ ମିଳିବ। ଶାରୀରିକ କଷ୍ଟ ଦୂରେଇ ଯିବ। ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ଦୂରଯାତ୍ରା କରି ବ୍ୟବସାୟରେ ସଫଳତା ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ  ରହିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ। କ୍ୟାରିଅର  ସମସ୍ୟା ସମାଧାନର ବାଟ ମିଳିବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଅବହେଳିତ ଲୋକଙ୍କ ସହ ମିଳାମିଶା କରି ପ୍ରଶଂସିତ ହେବେ। ମହିଳାମାନଙ୍କର କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ପାରିବାରିକ ଜୀବନରେ ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

କର୍କଟ:-

ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। ଉଚ୍ଚଶିକ୍ଷା ସମ୍ମିଳନୀରେ ଯୋଗଦେବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ବ୍ୟବସାୟ କ୍ଷେତ୍ରରେ ସହଯୋଗ ପ୍ରାପ୍ତି ହେବ ଓ ଆୟ ବୃଦ୍ଧିହେବା ସହ ମାନ-ସମ୍ମାନ ବୃଦ୍ଧି ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ ଓ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଭୁଲ୍ ବୁଝାମଣା ଦୂର ହେବା ଯୋଗେ ହିତୈଷିମାନେ ଅଧିକ ନିବିଡ ହେବା ସାଙ୍ଗକୁ ମର୍ଯ୍ୟଦାଜନକ ପରିସ୍ଥିତି ସୃଷ୍ଟି କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କନ୍ୟା:-

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି। ଉଚ୍ଚ ଶିକ୍ଷାପାଇଁ ଯାତ୍ରା କରିବା ସାର୍ଥକ ହେବ। ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ। ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ। କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ସଫଳତା ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ମନ ସନ୍ତୋଷ ହେବ। ଅଧିକ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ବିଦ୍ୟାରେ ଉନ୍ନତି ହେବ। ବ୍ୟବ ସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ଚିନ୍ତା ଭାବନା ଦୂର ହୋଇଯିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ତୁଳା:-

ଶତ୍ରୁମାନେ ମିତ୍ରତା କାର୍ଯ୍ୟ କରିବେ। କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଅତ୍ୟଧିକ ଲାଭବାନ ହୋଇ ଆର୍ଥିକ ସ୍ଥିତି ସୁଦୃଢ ହେବ।  ରାଜନୈତିକ କ୍ଷେତ୍ରରେ ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଅବଲମ୍ବନ କରିବା ଆବଶ୍ୟକ। ବାଦବିବାଦ, ମାଲିମୋକଦ୍ଦମାରେ ସଫଳ ହେବେ ସାମାଜିକ ପ୍ରତିଷ୍ଠା ବଢ଼ିବ। ଶିକ୍ଷା କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ଉପକୃତ ହେବେ। କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସରକାରୀ କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ରାଜନୈତିକକ୍ଷେତ୍ରରରେ ସ୍ଥିତି ସୁଦୃଢ ହେବ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ମାନସିକ ପାରିବାରିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନଟି କଟିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଅଶୁଭତ୍ୱ ନାଶହୋଇ ଶୁଭଫଳ ପ୍ରାପ୍ତି ହେବ। ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବେ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ। ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ ଆଶାତୀତ ଫଳ ପାଇବେ। ଶାରୀରିକ ଅସୁସ୍ଥତା ଦୂର ହେବ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ବସ୍ତ୍ର, ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟରେ ଲାଭବାନ ହେବେ। ପଢ଼ାପଢ଼ିରେ ମନଦେବେ। ମାନସିକ ଦୁଶ୍ଚିନ୍ତା ଦୂରହେବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ମକର:-

ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ। କର୍ମକ୍ଷେତ୍ରରେ ପଦୋନ୍ନତି, ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ ଓ ଗୃହ ଆଦି ଲାଭ ହେବାର ଯୋଗ ଅଛି। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସହ ସମୟ ବିତିବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ। ବ୍ୟବସାୟପାଇଁ ବିଦେଶଯାତ୍ରା କରିବେ। ଶାରୀରିକ ଅସୁସ୍ଥତା ଦୂର ହେବ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବ। ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ମହିଳାମାନେ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି କରିବେ। ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ। ରାଜନୀତିକ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କାର୍ଯ୍ୟଭାର ବୃଦ୍ଧି ହେବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ମୀନ:-

କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପରିବାରର ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!