ଦୈନିକ ରାଶିଫଳ: ୧୫ ଅଗଷ୍ଟ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅଗଷ୍ଟମାସ ୧୫ ତାରିଖ, ଶନିବାର, କର୍କଟ ମାସ ୩୧ ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ଏକାଦଶୀତିଥି, ମୃଗଶିରା ନକ୍ଷତ୍ର, ପ୍ରାତଃ ୬ଟା ୩୫ମିନିଟ୍ ଗତେ ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। କନ୍ୟା ରାଶିର ଘାତଚନ୍ଦ୍ର। ଶିମ୍ବ, ଆମିଷ ନ ଖାଇଲେ ଭଲ। ଶୁଭସମୟ- ଦିବା ୧୦ଟା ୧୬ମିନିଟ୍ ରୁ ୧ଟା ୬ମିନିଟ୍, ରାତ୍ର ୮ଟା ୨୮ମିନିଟ୍ ରୁ ୧୦ଟା ୪୨ମିନିଟ୍। ପର୍ବଦିନ- ମାସାନ୍ତ, ସର୍ବସମ୍ମତ ଅଜା ଏକାଦଶୀ ଉପବାସ, ସ୍ଵାଧୀନତା ଦିବସ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ, ମିଷ୍ଟାନ ଭୋଜନ ଓ ଉଚ୍ଚଆଶା ପୂରଣ ହେବ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ।  ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ଆର୍ଥିକ ସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜି ନିବେଶ ପାଇଁ ଆଶା କରିବେ। କେତେକ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟାପାର ଓ କାରବାରରେ ସୁଧାର ଆସିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ରାଜନୈତିକ କ୍ଷେତ୍ରରେ ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ।  ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନୂଆ ଯୋଜନା ଉପରେ କାର୍ଯ୍ୟକରି ଅଟକି ଥିବା ଧନ ମିଳିବାରୁ ଖୁସି ହେବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ।  ବ୍ୟବସାୟ କ୍ଷେତ୍ରରେ ମନୋକାମନା ପୂରଣ ହେବା ସହ ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ସାମ୍ବାଦିକ ମାନଙ୍କର ଶୁଭ ସମାଚାର ମିଳିବ।  ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇବେ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ସରକାରୀ କାମରେ ପରିଶ୍ରମର ପରିଣାମ ମିଳିବ। ପରିବାର ପାଇଁ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ଯିବ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷା କରିଥିବା କାର୍ଯ୍ୟର ଶୁଭ ସୂଚନା ମିଳିବା ଫଳରେ ଶ୍ରମ ସାର୍ଥକ ହେବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ସାମାଜିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ପ୍ରେମ କ୍ଷେତ୍ରରେ ସମସ୍ତ ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହୋଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟିତ ହେବେ। ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ ଓ ଜନସମ୍ପର୍କ ସୁଦୃଢ ହେବ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ତୁଳା:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। କର୍ମକ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠା ପରାୟଣ ହେବା ଫଳରେ ସହକର୍ମୀମାନେ କାମର ପ୍ରଶଂସା କରିବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟ କ୍ଷେତ୍ରରେ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ କିଛି ପାଇ ପାରନ୍ତି। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ଗୃହ ସମସ୍ୟାରେ ଧନ୍ଦି ହୋଇଯିବେ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭସାହସବୃଦ୍ଧି, କ୍ଷମାଗୁଣରେ ଯଶପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଅଶାନ୍ତିର ଝଡ ଶାନ୍ତ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ଯାହା ଚିନ୍ତା କରିବେ ତାହା ପୂରଣ ହେବ। ମାନସିକ ଚିନ୍ତା ଦୂର ହେବ। କର୍ମକ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ନିଜ ଲୋକମାନେ ହିଁ କାମରେ ଆସିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ଋଣ ଭରଣାରେ ସହଜ ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଦିନଟି କାଟିବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଶତୃମାନେ ଦୂରେଇଯିବେ ଓ ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରିବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

ସମସ୍ତ ସମସ୍ୟାର ଫଇସଲା କରି ଆର୍ଥିକ ସ୍ଥିତିକୁ ସୁଧାରି ପାରିବେ। ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ସହ ପରିବାର ଜନଙ୍କ ସହିତ ସମୟ ବିତେଇବେ। ବ୍ୟାପାର ବାଣିଜ୍ୟ ଓ କାମକାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ। ସମ୍ପତ୍ତି ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ। ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହୋଇ ମନରେଥିବା କାମନା ପୂର୍ଣ୍ଣ ହେବ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ସରକାରୀ କ୍ଷେତ୍ରରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। କାର୍ଯ୍ୟଆଳୟରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବା ଫଳରେ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ମାନସିକ, ବୌଦ୍ଧିକ, ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ କ୍ଷମତା ଓ ଶକ୍ତି ବଳରେ ସମୟ ବିତାଇବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!