ଦୈନିକ ରାଶିଫଳ: 15 ଅଗଷ୍ଟ 2022, ମହାଦେବଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଅଗଷ୍ଟମାସ ୧୫ତାରିଖ, ସୋମବାର, କର୍କଟମାସ ୩୦ଦିନ, ଭାଦ୍ରବମାସ, କୃଷ୍ଣପକ୍ଷ, ଚତୁର୍ଥୀତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ଧୃତି ଯୋଗ । ବବ କରଣ ଦିବା ୯ଟା ୪୩ମିନିଟ୍ ପରେ ବାଳବ କରଣ । ମିଥୁନ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ ରାତି ୯ଟା ୨ମିନିଟ୍ ପରେ ବେଲ, ପଣସ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ରାତି ୯ଟା ୨ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଚତୁର୍ଥୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୭ଟା ୫ମିନିଟ୍ ରୁ ୮ଟା ୪୦ମିନିଟ୍, ଦିବା ୩ଟା ୧ମିନିଟ୍ ରୁ ୪ଟା ୩୬ମିନିଟ୍, ରାତ୍ରି ୧୦ଟା ୨୬ମିନିଟ୍ ରୁ ୧୧ଟା ୫୧ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୧ମିନିଟ୍ ରୁ ୭ଟା ୪ମିନିଟ୍, ଦିବା ୧୦ଟା ୩୫ମିନିଟ୍ ରୁ ୧ଟା ୬ମିନିଟ୍, ଦିବା ୪ଟା ୩୭ମିନିଟ୍ ରୁ ୫ଟା ୧୯ମିନିଟ୍, ସନ୍ଧ୍ୟା ୬ଟା ୫୭ମିନିଟ୍ ରୁ ରାତ୍ର ୯ଟା ୧୧ମିନିଟ୍, ରାତ୍ର ୧୧ଟା ୫୨ମିନିଟ୍ ରୁ ୨ଟା ୨୮ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଦୂର ଯାତ୍ରା କରି କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ । ଶତୃ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ । ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ସାମାଜିକ ପତିଆରା ଅମଳିନ ରହିବ । ଶରୀର ସୁସ୍ଥ ରହିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।

ମିଥୁନ:-ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । କଠିନ ପରିଶ୍ରମ କରିବା ଫଳରେ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ବ୍ୟାପାର ଓ ବ୍ୟବସାୟରେ ଉନ୍ନତି ହେବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ପ୍ରେମ କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ସନ୍ତାନର କାର୍ଯ୍ୟରେ ଉନ୍ନତି ଖବର ପାଇ ଖୁସି ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଦୂରଯାତ୍ରାର ସୁଯୋଗ ପାଇବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ତୁଳା:-ଶୁଭ ସମାଚାର ପ୍ରାପ୍ତି ହେବ । କୌଣସି ବନ୍ଧୁଙ୍କ ସାହାଯ୍ୟରେ ବିଗିଡିଥିବା କାର୍ଯ୍ୟ ସୁଧାରୀ ପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହେବ । ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ଉଚ୍ଚାଧିକାରୀ ଓ ବରିଷ୍ଠବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆତ୍ମନିର୍ଭର ଶୀଳ ହେବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ନୂତନ ବସ୍ତୁ କ୍ରୟ କରିପାରିବେ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି । ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । କାର୍ଯ୍ୟକ୍ଷେତ୍ରରେ ସୁଯୋଗ ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ପିଲାମାନେ ପରୀକ୍ଷାରେ ସଫଳତା ଲାଭ କରିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଆୟ ଅପରିବର୍ତ୍ତିତ ରହି ମାନସିକ ସ୍ଥିରତା ଦେଖାଦେବ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ । ପରିବାରରେ ମାନ ମନାନ୍ତର ଦୂର ହେବ । ଆନୁଷ୍ଠାନିକ କାମ ଓ ବନ୍ଧୁମିଳନ ହେତୁ ମନ ଖୁସୀ ରହିବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମୀନ:-ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇ ପାରିବ । ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ । ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ । ପାରିବାରିକ ସ୍ତରରେ ବିବାଦୀୟ ପରିସ୍ଥିତିର ସମାଧାନ ହେବ । ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!