ଦୈନିକ ରାଶିଫଳ: ୧୫ ଡିସେମ୍ବର ୨୦୧୯, ସୂର୍ଯ୍ୟ ଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କର ଜୀବନରେ ଦେଖାଦେବ କିଛି ନୂଆ ଆଶା

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସୁସମ୍ବାଦ ପ୍ରାପ୍ତି ହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭ ପାଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।    

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ। ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ। ଆର୍ଥିକ ଦିଗରୁ ଉନ୍ନତି ଓ ସ୍ୱାସ୍ଥ୍ୟ ଠିକ୍ ରହିବ। ରାଜନୈତିକ କ୍ଷେତ୍ରରେ ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ଓ ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ ଉଦ୍ଦୀପନାଯୁକ୍ତ ହେବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ। ପ୍ରତିକାର ମୁହଁ ମିଠାକରି ଘରୁ ବାହାରନ୍ତୁ।

କର୍କଟ:-

ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ନୂଆ ଜ୍ଞାନର ବୃଦ୍ଧି ହେବ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ପ୍ରତିକାର ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ସିଂହ:-

ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ରାଜନୀତି ମାମଲାରେ ସଫଳତା ମିଳିବ। କାର୍ଯ୍ଯ।ଳୟରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ପ୍ରେମୀ-ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ। ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ଜନସେବାରେ ନିଜକୁ ନିୟୋଜିତ କରିବେ ଓ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷାରେ ସଫଳହେବେ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ। ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। ଶତୃମାନେ ପରାଜିତ ହେବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ। ଆୟର ପନ୍ଥା ସହଜ ହେବ। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ଆର୍ଥିକ ଉନ୍ନତିରେ ସଫଳତା ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ। ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ। ମହିଳାମାନେ ପିଲାମାନଙ୍କ ସଫଳତାରେ ଖୁସିହେବେ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବ। ଘରୋଇ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୀତି କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ବା ଯୋଜନା ସାଫଲ୍ୟଦାୟକ ହେବ। ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ସୁନା, ଚାନ୍ଦି, ବ୍ୟବସାୟରେ ଅତ୍ୟଧିକ ଲାଭ ପାଇବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ସାଧାରଣ ଦିନଚର୍ଯ୍ୟ। ଅତୁଟ ରହିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-

ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ। ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୀର୍ଘଦିନର ଆଶା ଆଜି ପୂରଣ ହେବ। ଉଚ୍ଚପଦବୀରେ ଅଧିଷ୍ଠିତ ହୋଇ ପାରନ୍ତି। ପର ହାତରେ ଥିବା ଧନ ପ୍ରାପ୍ତି ହେବ। ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!