ଦୈନିକ ରାଶିଫଳ: 15 ଡିସେମ୍ବର ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଡିସେମ୍ବର ମାସ୧୫ତାରିଖ, ମଙ୍ଗଳବାର, ଧନୁମାସ ୧ଦିନ, ମାର୍ଗଶିରମାସ, ଶୁକ୍ଳପକ୍ଷ, ପ୍ରତିପଦାତିଥି, ମୂଳା ନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର। ପାଣିକଖାରୁ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୬ଟା ୧୮ମିନିଟ୍ ରୁ ୭ଟା ୧ମିନିଟ୍, ସକାଳ ୯ଟା ୧ମିନିଟ୍ ରୁ ୧୧ଟା ୧୯ମିନିଟ୍, ସନ୍ଧ୍ୟା ୫ଟା ୭ମିନିଟ୍ ରୁ ୬ଟା ୪୪ମିନିଟ୍, ରାତ୍ର ୮ଟା ୨୫ମିନିଟ୍ ରୁ ୮ଟା ୩୬ମିନିଟ୍, ରାତ୍ର ୯ଟା ୩୧ମିନିଟ୍ ରୁ ୧୨ଟା ୭ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ପର୍ବଦିନ:- ଧନୁ ସଂକ୍ରାନ୍ତି, ଶେଷ ଦେବଦୀପାବଳୀ ଉତ୍ସବ, ପହିଲିଭୋଗ।

ମେଷ:-

ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେଲେ ମଧ୍ୟ ଘର ପରିବାରକୁ ପ୍ରାଥମିକତା ଦେବା ଫଳରେ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରି ଖର୍ଚ୍ଚାନ୍ତ ହୋଇ ପାରନ୍ତି। ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଶୁଭଚିନ୍ତକମାନେ ସାହାଯ୍ୟ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। କୁଟୁମ୍ବରେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ପ୍ରଶଂସା ପାଇବେ। ସମ୍ପର୍କୀୟଙ୍କଠାରୁ ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହଶ୍ରଦ୍ଧା ବୃଦ୍ଧିହେବ। ଲୋକସମ୍ପର୍କରେ ରହିବା ଯୋଗୁ ଇଣ୍ଟରନେଟ୍ ଠାରୁ ଆରମ୍ଭକରି ଫୋନ୍ ସବୁ କାରବାର କରିବେ। ଆତ୍ମୀୟ ସ୍ଵଜନ ଙ୍କ ପାଇଁ ଭୋଗ ବିଳାସ ଦ୍ରବ୍ୟ କ୍ରୟ କରିବେ। କିଛି ନୂତନ କର୍ମ ଆରମ୍ଭ ନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କଲେ ସଫଳତା ପ୍ରାପ୍ତି ହେବ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ପ୍ରତିକାର- ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କର୍କଟ:-

ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ବାଣିଜ୍ୟ କ୍ଷେତ୍ରରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରମୋଶନ ସୂଚନାପାଇ ଖୁସି ହେବେ। ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-

ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ରାଜକୀୟ ମାମଲାରେ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟହୋଇ ରାଜନୀତି ମାମଲାରେ ସଫଳତା ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-

ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପାରିବାରିକସ୍ତର ହସ ଖୁସିରେ କଟିବ। ରାଜନୀତି କ୍ଷେତ୍ରରେ ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେଲେ ମଧ୍ୟ ଯେତିକି ପାଇବା କଥା ସେତିକି ହିଁ ପାଇବେ। କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଭୁଜାତ ଦ୍ରବ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ପାରିବାରିକ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହୋଇ ଶାନ୍ତି ବିରାଜମାନ କରିବ। ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତି, ମାନ ସମ୍ମାନ କ୍ଷାତି ବଢ଼ିବ। ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ଧନୁ:-

ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ନୂତନ କାର୍ଯ୍ୟ କିଛି ଶୁଭାରମ୍ଭ କରି ପାରନ୍ତି। ଗୁରୁଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ବହୁକ୍ଷେତ୍ରରେ ପ୍ରିୟତା ଯୋଗେ ସମାଜସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପାରିବାରିକ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ଉତ୍ତମ ରୋଜଗାର କରି ପାରିବେ। ପ୍ରତିକାର- ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

ସୁଖ ସମୃଦ୍ଧି ବୃଦ୍ଧିହେବା ସହ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର ଯୋଗେ ଲାଭ ପାଇବେ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ। ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ କରି ପାରନ୍ତି ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

କୁମ୍ଭ:-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରେମ କ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ବାଦବିବାଦ, କ୍ରିଡା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ସଫଳ ହେବେ। ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ପରିବର୍ତ୍ତନର ଝଲକ ଦୃଶ୍ୟହେବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ ନକରିବା ଉଚିତ୍। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ଅଚାନକ ଧନପ୍ରାପ୍ତି, ମାନସିକ ଏକାଗ୍ରତା ବଜାୟ ରହିବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହୋଇ ଉତ୍ତମ ରୋଜ ଗାର କରି ପାରିବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ପ୍ରଶଂସା ପାଇବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!