ଦୈନିକ ରାଶିଫଳ: 15 ଡିସେମ୍ବର 2022, ମା ଲକ୍ଷ୍ମୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଡିସେମ୍ବର ମାସ ୧୫ତାରିଖ, ଗୁରୁବାର, ବିଛାମାସ ୩୦ଦିନ, ପୌଷମାସ, କୃଷ୍ଣପକ୍ଷ, ସପ୍ତମୀତିଥି, ପୂର୍ବାଫାଲଗୁନୀ ନକ୍ଷତ୍ର, ସିଂହରାଶିରେ ଚନ୍ଦ୍ର । ବିଷ୍କୁମ୍ଭଯୋଗ ସକାଳ ୭ଟା ୨୯ମିନିଟ୍ ପରେ ପ୍ରୀତି ଯୋଗ । ବିଷ୍ଟି କରଣ ଦିବା ୧୨ଟା ୪୪ମିନିଟ୍ ପରେ ବବ କରଣ । ତୁଳା, କୁମ୍ଭ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ରାତି ୧ଟା ୩୯ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୨ଟା ୨୩ମିନିଟ୍ ରୁ ୫ଟା ୬ମିନିଟ୍, ରାତ୍ରି ୧୧ଟା ୪୧ମିନିଟ୍ ରୁ ୧ଟା ୨୦ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ୧୮ମିନିଟ୍ ରୁ ୭ଟା ୪୨ମିନିଟ୍, ସନ୍ଧ୍ୟା ୫ଟା ୫୯ମିନିଟ୍ ରୁ ରାତ୍ର ୯ଟା ୨୮ମିନିଟ୍, ରାତ୍ର ୧ଟା ୨୧ମିନିଟ୍ ରୁ ୩ଟା ୩୮ମିନିଟ୍, ରାତ୍ର ୪ଟା ୩୩ମିନିଟ୍ ରୁ ୬ଟା ୧୬ମିନିଟ୍ । ପର୍ବଦିନ- ମାସାନ୍ତ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସରକାରୀ କାମରେ ସଫଳତା ମିଳିବ । ପାରିବାରିକ ଜୀବନ ସୁଖମୟ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବୃଷ:-ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ ଓ ପୁରୁଣା ଧନଲାଭ ହେବାରୁ ଖୁସି ହେବେ । ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟ କଳାପ ସମ୍ମାନ ବୃଦ୍ଧିର ସୂଚନା ଦେବ । ରାଜନୀତିରେ ସଫଳତା ମିଳିବ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ଆନନ୍ଦିତହେବେ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ଭାଗୀଦାରୀ ବ୍ୟବସାୟ ଓ ବନ୍ଧୁମିତ୍ରଙ୍କ ଦ୍ଵାରା ଲାଭବାନ ହେବେ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

କର୍କଟ:-ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ରାଜନୀତି କ୍ଷେତ୍ରରେ ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-ଶିକ୍ଷାର୍ଥୀ ମାନଙ୍କର ଅଧ୍ୟୟନରେ ଏକାଗ୍ରତା ଆସିପାରିବ । ସାମାଜିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବାସହ ପ୍ରଶଂସିତ ହେବେ । ବନ୍ଧୁଙ୍କ ସହାୟତାରେ ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ । ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ସାମାଜିକ ପତିଆରା ଅମଳିନ ରହିବ ଓ ହରାଇଥିବା ଧନ ପ୍ରାପ୍ତି ହେବ । ମାନସିକ ଶାନ୍ତି ମିଳିବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇ ପାରେ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବାସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ସ୍ଥଗିତଥିବା କର୍ମଟି ପୂରଣ ହେବ । କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ସଂପୂର୍ଣ୍ଣ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି । ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ସାମାଜିକ ପତିଆରା ଅମଳିନ ରହିବ ଓ ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । କଳା, ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଜୀବନସାଥିଙ୍କ ସହ ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍ । ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଶତୃମାନଙ୍କୁ ମୁକାବିଲା କରିପାରିବେ ଓ ପୁରୁଣା ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଉତ୍ତମ ରହିବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ସୁନାମ ଅର୍ଜନ କରିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!