ଦୈନିକ ରାଶିଫଳ: ୧୫ ଫେବୃୟାରୀ ୨୦୧୯, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ସବୁ ରାଶି ମାନଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୫ ଫେବୃୟାରୀ ୨୦୧୯

ମେଷ:-

ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବ୍ୟବସାୟରେ ଉତ୍ତମ ଲାଭ ହେବ ଓ କାରବାରରେ ସୁଧାର ଆସିବ। ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ଶରୀର ସୁସ୍ଥ ରହିବ। ଗୁରୁ ଗୁରୁଜନଙ୍କ ସାହାଯ୍ୟ ସହଯୋଗ ପାଇବେ। ଘରୋଇ କର୍ମଚାରୀମାନଙ୍କର ଉନ୍ନତିହେବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ। ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି, ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ଘରୋଇ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ମାନସିକ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ମହିଳାମାନେ ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପ୍ରତିକାର- ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

କର୍କଟ:-

ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରେମିକ ପ୍ରେମିକାମାନେ ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ମହିଳାମାନେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭକରିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ। ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ। ଶତୃମାନେ ମିତ୍ରଭାବ ଆଚରଣ କରିବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ଶାରିରୀକ ଅସୁସ୍ଥତା ଦୂରହେବ। ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର-ନିଶାଦ୍ରବ୍ୟ ସେବନ କରନ୍ତୁ ନାହିଁ।

କନ୍ୟା:-

ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ସାମାଜିକ ପତିଆରା ଅମଳିନ ରହିବ। ବାଦବିବାଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ରାଜନୀତିରେ ସଫଳତା ମିଳିବ। କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ସ୍ଵାସ୍ଥ୍ୟରେ ଆବନ୍ନତି ପରିଲିଖିତ ହେବ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ଜାଗା, ଜମି, ଗୃହ ଆଦି ବ୍ୟବସାୟ, ତେଜରାତି ଦୋକାନ, ହୋଟେଲ, ବାଲି, ସିମେଣ୍ଟ, ଇଟା ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ଉଠେଇ ପାରିବେ। ଭାତୃ ବିବାଦ, ପାରିବାରିକ କଳହ, ପଡୋଶୀ ମାନଙ୍କର ଶତୃତା, ଥାନା, ପାଣ୍ଡି, କୋର୍ଟ କଚେରୀ, ମାଲିମୋକଦ୍ଦମାରେ ଜଡିତ ଥିଲେ ସାମାନ୍ୟ ଚେଷ୍ଟାରେ ସମାଧାନ ହୋଇଯିବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ସାମାଜିକ ପତିଆରା ଅମଳିନ ରହିବ। ପ୍ରତିକାର- ପିତାମାତାଙ୍କୁ ପ୍ରଣାମ କରନ୍ତୁ।

ବିଛା:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। ଋଣରୁ ମୁକ୍ତି ପାଇବା ପାଇଁ ସହଯୋଗ ଲୋଡିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇପାରେ। ପାରିବାରିକ କ୍ଷେତ୍ରରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ପ୍ରତିକାର- ଗୁଡରୁଟି ଗାଈକୁ ଖାଇବାକୁ ଦିଅନ୍ତୁ।

ଧନୁ:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ନକରିବା ଉଚିତ୍। ପୁରାତନରୋଗରୁ ଉପଶମ ମିଳିବ। ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ବୁଝାମଣା ଠିକ୍ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇ ସଫଳ ହେବେ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ପ୍ରତିକାର- ଅସହାୟ ବୃଦ୍ଧଙ୍କୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି ମାମଲାରେ ସଫଳତା ମିଳିବ। ମହିଳାମାନଙ୍କର ଉନ୍ନତି ହେବ ଓ ମନ ଖୁସି ରହିବ। କେହି କୌଣସି କ୍ଷତି କରିପାରିବେ ନାହିଁ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମୀନ:-

ସାମାନ୍ୟଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ସହଜରେ ହାସଲ ହେବ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ। ରାଜନୈତିକ କ୍ଷେତ୍ରରେ ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!