ଦୈନିକ ରାଶିଫଳ: ୧୫ ଫ୍ରେବୃୟାରୀ ୨୦୨୦, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଫେବୃଆରୀ ମାସ ୧୫ତାରିଖ, ଶନିବାର, କୁମ୍ଭ ମାସ ୩ ଦିନ, ଫାଲଗୁନ ମାସ, କୃଷ୍ଣପକ୍ଷ, ସପ୍ତମୀ ତିଥି, ବିଶାଖା ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର। ବୃଷ, ସିଂହ, କନ୍ୟା ରାଶିର ଘାତବାର। ତାଳ ନ ଖାଇଲେ ଭଲ। ଶୁଭସମୟ- ଦିବା ୧୦ଟା ୩୬ ରୁ ୧ଟା ୮ମି, ରାତ୍ର ୮ଟା ୧୪ ରୁ ୧୦ଟା ୪୩ମି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବ୍ୟବସାୟ କ୍ଷେତ୍ରରେ ଆର୍ଥିକସ୍ଥିତି ସୁଧୁରିବା ସହ ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ଦୂରଯାତ୍ରାରେ ସଫଳ ହେବେ। ଆୟରସ୍ରୋତ ଖୋଲିଯିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା କରିବେ। ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ପ୍ରତିକାର ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ବୃଷ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକଶାନ୍ତି ପାଇବେ। କର୍ମକ୍ଷେତ୍ରରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ କିଛି ମିଳିବା ଫଳରେ ଆଶାତୀତ ଲାଭବାନ ହେବେ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।ଘାତ

ମିଥୁନ:-

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ଶତୃମାନେ ପଛଘୁଞ୍ଚା ଦେବେ। ପଦସ୍ଥ ବ୍ୟକ୍ତିଙ୍କ ସହ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। କର୍ମ ପାଇଁ ଦୂରଯାତ୍ରାରେ ସଫଳ ହେବେ। ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ଅସହାୟ ଓ ନୀଚ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ପ୍ରେମୀ ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ। ପ୍ରତିକାର ଶଣ୍ଢକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ଆଶା କରିଥିବା କାର୍ଯ୍ୟ ପୁରଣ କରି ପାରିବେ। ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ସହ ଆଶୀର୍ବାଦ ମିଳିବ। ଆତ୍ମବିଶ୍ଵାସରେ ବୃଦ୍ଧି ହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଅଧିକ ଲାଭ ପାଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର ଇଷ୍ଟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ।

ସିଂହ:- 

ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ। କର୍ମକ୍ଷେତ୍ରରେ ଅଦମ୍ୟ ଉଦ୍ୟମ ବା ଚେଷ୍ଟାଦ୍ୱାରା ସାଫଲ୍ୟ ପ୍ରାପ୍ତି ହେବ। ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ଉଦରପୀଡା ଓ ଚକ୍ଷୁପୀଡା ଦେଖାଦେଇପାରେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ। ଘାତ

କନ୍ୟା:- 

ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ। ବ୍ୟବସାୟରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇପାରେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ।  ରାଜନୈତିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବା ଯୋଗେ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇ ପାରନ୍ତି। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ। ଘାତ

ତୁଳା:-

ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। କର୍ମକ୍ଷେତ୍ରରେ ପୁରୁଣା ସମ୍ପର୍କରୁ ଲାଭବାନ ହେବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ। ବ୍ୟବସାୟ କ୍ଷେତ୍ରରେ ବନ୍ଧୁ, ମିତ୍ର, ସହକର୍ମୀ ଓ ଭାଗୀଦାରୀଙ୍କ ପାଇଁ ପ୍ରଚୁର ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। ପ୍ରତିକାର ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ବିଚ୍ଛା:-

ସ୍ୱାସ୍ଥ୍ୟ ଠିକ୍ ରହିବ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ଶିକ୍ଷାର୍ଥୀମାନେ ଅଧ୍ୟୟନରେ ମନ ନିବେଶ କରିବେ ଓ ପ୍ରତିଦ୍ୱନ୍ଦିତା ପରୀକ୍ଷାରେ ସଫଳତା ପାଇବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ। ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ। ରାଜନୈତିକ କ୍ଷେତ୍ରରେ ସ୍ଥିରବସ୍ଥା ଆସିବା ଫଳରେ ଆତ୍ମସନ୍ତୋଷ ଆଣିଦେବ ଓ ପ୍ରତିଷ୍ଠା ଖ୍ୟାତି ମଧ୍ୟ ମିଳିବ।  ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ଧନୁ:-

ସନ୍ତାନଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ସମ୍ପର୍ଣ୍ଣକରି ଆନନ୍ଦିତ ହେବେ। ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ଅନେକ ପ୍ରକାର ସୁବିଧା ସୁଯୋଗ ପାଇବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ହୋଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହାଁଇ ପାରିବେ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କରି ଅନେକ ଆଶୀର୍ବାଦ ପାଇବେ। ପାରିବାରିକ କ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବ। କାରବାରରେ ସୁଧାର ଆସିବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ପ୍ରତିକାର ଗୋମାତାକୁ ଖାଇବାକୁ ଦିଅନ୍ତୁ।

ମକର:-

ନିଜଆଚାର ବ୍ୟବହାର ସନ୍ତୋଷ ଜନକ ହେବାଦ୍ଵାରା ଗୁରୁଜନଙ୍କ ବିଶ୍ବାସ ଭାଜନ ହେବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୁତନ କାର୍ଯ୍ୟ ଆରମ୍ଭ କରି ପାରିବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦୂରଯାତ୍ରା କଲେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ପ୍ରତିକାର  ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ସନ୍ତାନ ସୁଖରେ ସୁଖୀ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଥିବା ସମସ୍ୟାର ସମାଧାନ ହେବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।  

ମୀନ:-

ବ୍ୟବସାୟରେ ଖୁବ୍ ଆଶାବାଦୀ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ରାଜନୈତିକ କ୍ଷେତ୍ରରେ ବଡନେତାଙ୍କୁ ସନ୍ତୁଷ୍ଟ କରିବା ସହଜ ସରଳ ହେବ। ବିଦ୍ୟାରେ ମନନିବେଶ କରି ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରିବେ। ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ କଷ୍ଟ ଭୋଗିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ସାଧାରଣ ଘଟଣାଯୋଗୁ ବନ୍ଧୁଙ୍କ ସହ ସମ୍ପର୍କ ତୁଟି ଯାଇପାରେ। ବାଦବିବାଦଠାରୁ ଦୂରେଇ ରହିବା ଉଚିତ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!