ସାପ୍ତାହିକ ରାଶିଫଳ: ଫେବୃୟାରୀ 15 ତାରିଖ ରୁ ଫେବୃୟାରୀ 21 ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଭଲ ରହିବ । ସନ୍ତାନ ମାନେ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ଜିଦ୍ ଧରି ପାରନ୍ତି । କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରି ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ପ୍ରେମ ପ୍ରସଙ୍ଗରେ ଆତ୍ମବିଶ୍ଵାସ ବୃଦ୍ଧି ପାଇ କଳେବଳେ କୌଶଳରେ ପୂର୍ଣ୍ଣ ସଫଳତା ମିଳିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ । ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରି ପାରନ୍ତି । ନିଜ ଲୋକ ମନମୋଟିଆ ହେବେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ମାନସିକ ଦୁଃଶ୍ଚିନ୍ତା ଦୂର ହେବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଶତୃମାନେ ପରାଜିତ ହୋଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବ । ପାରିବାରିକ କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ନୂତନପନ୍ଥା ଅନୁସରଣ କରିବେ । ବ୍ୟବସାୟରେ ଭଲ ଲାଭ ହେବ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ଶାରିରୀକ ଅସୁସ୍ଥତା ଦୂର ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ମାନ ସମ୍ମାନ ପାଇବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ନୂତନ କର୍ମ ନିଯୁକ୍ତି ପାଇବେ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ଶତୃମାନେ ଦୂରେଇ ଯିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ । ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ । ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବଢିଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହି ସାଂସାରିକ ଜୀବନ ସୁଖମୟ ହେବ । ସନ୍ତାନ ମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନ ଯୋଗଦେବେ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ । ପରହାତରେ ଥିବା ଧନ ମିଳିବ । ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବା ଫଳରେ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି । ଦାମ୍ପତ୍ୟସୁଖ ବୃଦ୍ଧି ହେବା ସହ ପୂର୍ବ କଳହର ସମାଧାନ ହେବ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ବନ୍ଧୁମିତ୍ର ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇ ଆର୍ଥିକ ସ୍ଥିତି ଭଲ ରହିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବ ବୃଦ୍ଧି ପାଇବ । କୃଷିଦ୍ରବ୍ୟ ବାଣିଜ୍ୟରେ ଆୟ ଆଶାତୀତ ହେବ । ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗିତାରେ ବିଜୟୀ ହେବେ । ଉଚ୍ଚ ପଦବୀରେ ଅଧିଷ୍ଠିତ ହେବେ । କିନ୍ତୁ ୧୭/୧୮ତାରିଖରେ ଭୁଲ୍ ଲୋକର ପରାମର୍ଶରେ ଜାଣିଶୁଣି ଭୁଲ୍ ବାଟରେ ଯିବେ । କର୍ମ ମୁଖରତା ଯୋଗେ ଶାରୀରିକ ପିଡ଼ା ଭୋଗି ପାରନ୍ତି । ଆତ୍ମୀୟମାନେ ଭିତରେ ଚେର କାଟିବେ । ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ତୁଳା:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ନିଜଲୋକମାନେ ସାହାଯ୍ୟ ସହଯୋଗ କରିବା ଫଳରେ ବ୍ୟବସାୟରେ ପ୍ରବଳ ଉନ୍ନତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ୨୦/୨୧ତାରିଖରେ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ । ଅତ୍ୟଧିକ ସାବଧାନତା ଆବଶ୍ୟକ । ପ୍ରତିକାର:- ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ କ୍ଷେତ୍ରରେ ମାନ, ସମ୍ମାନ, ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଅଭାବ ଅନାଟନ ଦୂର ହୋଇ ଆର୍ଥିକ ସ୍ଥିତି ସନ୍ତୋଷ ପ୍ରଦ ହେବ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇ ପାରିବେ । ଜାଗାଜମି, ଗୃହ ଉପକରଣ କ୍ରୟ କରିବେ । ଯାନ ବାହାନ ପ୍ରାପ୍ତି ହେବ । ନୂତନ ସଂସ୍ଥାର ଆୟୋଜନ କରିବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଶୁଭ ସମାଚାର ମିଳିବ ଓ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ବ୍ୟବସାୟ ପ୍ରସାର ଫଳରେ ବିଶେଷ ଲାଭବାନ୍ ହେବେ । ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ । କୋର୍ଟ କଚେରୀରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ଛାତ୍ରଛାତ୍ରୀମାନେ ପ୍ରତି ଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବା ସହ ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବେ । କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ମିଳିବ ଓ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ପରିବାରରେ ଅଶାନ୍ତି ଦେଖା ଦେଇପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇଯିବ । ପୁରାତନ ରୋଗର ଉପଶମ ହୋଇ ଆୟରସ୍ରୋତ ଖୋଲିଯିବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ । ପୈତୃକ ସମ୍ପତ୍ତିକୁ ନେଇ ଥିବା ଦ୍ଵନ୍ଦ ମେଣ୍ଟିଯାଇ ମାନସିକ ଏକାଗ୍ରତା ବଜାୟ ରହିବ । ପାରିବାରିକ ସମସ୍ୟା ସମାଧାନ ହୋଇ ପାରିବାରିକ କ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖିବେ । ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତିର ସୂଚନା ପାଇ ପାରନ୍ତି । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ । ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତ୍ରୁମାନେ ମଥାନତ କରିବେ ଓ ମାନସମ୍ମାନ ବୃଦ୍ଧିହେବ । ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ବକେୟା ଅର୍ଥ କିଛି ମିଳିବା ସହ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । ଦାମ୍ପତ୍ୟକଳହର ଅବସାନ ହୋଇ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ । ଦୂରଯାତ୍ରାର ସୁଯୋଗ ପାଇବେ । କରଜର ମାତ୍ରା ହ୍ରାସ ପାଇବ । ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁରସ୍ୱାଦ ପାଇବେ । ବ୍ୟବସାୟରେ ଆଶାତୀତ ଲାଭମିଳିବ । ପ୍ରେମିକ ପ୍ରେମିକାମାନେ ବୁଲିଯିବାର ସୁଯୋଗ ପାଇବେ । ବନ୍ଧୁ ମିତ୍ରମାନେ ସହଯୋଗ କରିବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । କର୍ମ କ୍ଷେତ୍ରରେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ । ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ । ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ଆଇନ ଅଦାଲତ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ହସଖୁସିରେ ସମୟ ବିତାଇବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!