ମାନସିକ ଶାନ୍ତି ଅନୁଭବ କରିବେ। ଆଜି କେମିତି ରହିବ ଆପଣଙ୍କ ଦିନ : ୧୫ ଜାନୁୟାରୀ ୨୦୧୮

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୫ ଜାନୁୟାରୀ ୨୦୧୮

ମେଷ:

ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହେବ। ପ୍ରତିକାର-ଲାଲଚନ୍ଦନ ମସ୍ତକରେ ଲଗାଇବା ଉଚିତ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ବଢିବ ଓ ସମୟ ଗଡି ଚାଲିବ। ମହିଳାମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମିଥୁନ:

କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ। ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ପ୍ରତିକାର- ସବୁଜବସ୍ତ୍ର କ୍ୟାସବାକ୍ସ ବା ମନିପର୍ସରେ ରଖନ୍ତୁ।

କର୍କଟ:

ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ।   

ସିଂହ:

ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ।

କନ୍ୟା:

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ସୁଖ ସମ୍ପଦ ପ୍ରାପ୍ତି ହେବ। ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ପ୍ରତିକାର-ଗହମ, ଗୁଡ ବାଳକମାନଙ୍କୁ ଦାନ କରିବେ।

ବିଛା:

ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୈରାଶ୍ୟର ଅନ୍ଧକାର ମଧ୍ୟକୁ ଠେଲି ହୋଇଯିବେ। ଚାକିରିଜୀବୀମାନେ ନାନା ପ୍ରକାର ସଂଘର୍ଷ ମଧ୍ୟରେ ବାଟ ଚାଲିବେ। ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ପ୍ରତିକାର-ଲାଲଚନ୍ଦନ ଓ ମସୁରଡାଲି ଧର୍ମସ୍ଥାନରେ ଦେବେ।

ଧନୁ:

କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ଉପୁଜିବ। ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦି ଭୋଗ ଲଗେଇ ବାଣ୍ଟିଦିଅନ୍ତୁ। 

ମକର:

ଲକ୍ଷଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ। କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ। ପ୍ରତିକାର- ଧର୍ମସ୍ଥାନରେ ଫୁଲଗଛ ଲଗାନ୍ତୁ। 

କୁମ୍ଭ:

ଉଚ୍ଚ ସମ୍ଭାବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ। ନୂତନ ସମ୍ପତି କ୍ରୟ କରିବେ। ପ୍ରତିକାର- ଧର୍ମସ୍ଥାନରେ ଫୁଲଗଛ ଉପରେ ପାଣିଛିଞ୍ଚିବେ।   

ମୀନ:

ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ପ୍ରତିକାର-ଜଗନ୍ନାଥଙ୍କ ପାଖରେ ଦୁଇଟି କଦଳୀ ଭୋଗ ଲଗେଇ ଅବିବାହିତ କନ୍ୟାକୁ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!