ଦୈନିକ ରାଶିଫଳ: 15 ଜାନୁୟାରୀ 2023, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ମସିହା, ଜାନୁୟାରୀ ମାସ ୧୫ତାରିଖ, ରବିବାର, ମକରମାସ ୨ଦିନ, ମାଘମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି ରାତ୍ରି ୭ଟା ୪୫ମିନିଟ୍ ପରେ ନବମୀତିଥି, ଚିତ୍ରାନକ୍ଷତ୍ର ସନ୍ଧ୍ୟା ୭ଟା ୧୦ମିନିଟ୍ ପରେ ସ୍ଵାତୀନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର । ସୁକର୍ମାଯୋଗ ଦିବା ୧୧ଟା ୪୯ମିନିଟ୍ ପରେ ଧୃତି ଯୋଗ । ବାଳବ କରଣ ପ୍ରାତଃ ୭ଟା ୪୦ମିନିଟ୍ ପରେ କୌଳବ କରଣ । ମେଷ ରାଶିର ଘାତବାର । ନିଷେଧଖାଦ୍ୟ- ନଡିଆ,ଆମିଷ ନ ଖାଇଲେ ଭଲ ରାତି ୭ଟା ୪୫ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ-ଐଶାନ୍ୟେ ରାତ୍ରି ୭ଟା ୪୫ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୩୩ମିନିଟ୍ ରୁ ୧ଟା ୧୭ମିନିଟ, ରାତ୍ରି ୧ଟା ୩୩ମିନିଟ୍ ରୁ ୩ଟା ୧୧ମିନିଟ୍ । ଶୁଭସମୟ- ସକାଳ ୬ଟା ୨୭ମିନିଟ୍ ରୁ ୧୦ଟା ୬ମିନିଟ୍, ଦିବା ୧ଟା ୧୭ମିନିଟ୍ ରୁ ୧ଟା ୪୫ମିନିଟ୍, ସନ୍ଧ୍ୟା ୬ଟା ୧୬ମିନିଟ୍ ରୁ ୮ଟା ୫୩ମିନିଟ୍, ରାତ୍ର ୧୨ଟା ୨୨ମିନିଟ୍ ରୁ ୧ଟା ୩୩ମିନିଟ୍, ରାତ୍ର ୩ଟା ୧୧ମିନିଟ୍ ରୁ ୩ଟା ୫୧ମିନିଟ୍ । ପର୍ବଦିନ- ଅଷ୍ଟକାଶ୍ରାଦ୍ଧ, କାଳାଷ୍ଟମୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-କର୍ମକ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । ତୀର୍ଥାଟନ କରି ଯାତ୍ରା କାଳରେ ଦୁଃଖୀ ଲୋକଙ୍କୁ ସାହାରାହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ ।

ମିଥୁନ:-ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଦୂରସ୍ଥାନକୁ ଯାତ୍ରା କଲେ ବିପଦ । ରାଜନୀତି କ୍ଷେତ୍ରରେ ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:-ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ସିଂହ:-ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ଚାକିରୀରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ । ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଅଧାଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କନ୍ୟା:-ଭାଇ ଭଉଣୀ ମାନଙ୍କ ସହ ମନୋ ମାଳିନ୍ୟ ଦୂର ହେବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ରାଜନୀତି କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ଫଳରେ ମନରେ ଥିବା କାମନା ପୂର୍ଣ୍ଣ ହେବ । ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ତୁଳା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-ରାଜନୀତି କ୍ଷେତ୍ରରେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆଗ୍ରହ ବଢିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ଧନୁ:-୧୧ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ବ୍ୟବସାୟରେ ପୁଞ୍ଜିନିବେଶ ପାଇଁ ଆଶାକରିବେ । କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ ।

ମକର:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂଆ ଚାକିରୀ ହେବାର ଅଫର୍ ମିଳି ପାରେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

କୁମ୍ଭ:-ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ । ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ଉଚିତ୍ ପନ୍ଥା ଗ୍ରହଣ କରି ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବ୍ୟବସାୟୀକ ଆତ୍ମବିଶ୍ଵାସ ବୃଦ୍ଧି ପାଇବ ଓ ନୂତନ ଦ୍ରବ୍ୟ କ୍ରୟ କରି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!