ଦୈନିକ ରାଶିଫଳ: ୧୫ ଜୁଲାଇ ୨୦୧୯, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କ ପୁରୁଣା ରୋଗ ଭଲ ହୋଇ ଶରୀର ସୁସ୍ଥ ରହିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। । ମାନସିକ ଏକାଗ୍ରତା ରଖି ପାରିବେ। ଶୁଭ ସମ୍ବାଦପାଇ ଖୁସିହେବେ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। କର୍ମଜୀବିମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ରାଜନୀତିରେ ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ। ମଉଜ-ମସ୍ତିରେ ସମୟ କଟିପାରେ। ବିଦ୍ୟା ଓ ଖେଳରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ। ଗୃହ ସମସ୍ୟା ଦୂର ହୋଇ କାର୍ଯ୍ୟ ମଧ୍ୟମ ଧରଣର ହେବ। ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। ମହିଳାମାନଙ୍କର ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଶାରିରୀକ ଅସୁସ୍ଥତା ଦୂରହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ। ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ। ନୂତନ ନିଯୁକ୍ତିର ସୁଯୋଗ ପାଇବେ। ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ତେଜରାତି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟୀମାନେ ଲାଭବାନ ହେବେ। ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ। ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ। ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ।

ତୁଳା:-

ପୁରାତନ ରୋଗରୁ ମୁକ୍ତି ମିଳିବ। କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ମହିଳାମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ  ଭାବେ ଦାୟିତ୍ୱ ତୁଲାଇବେ। ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ। କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ବିଚ୍ଛା:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ।  ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। ବ୍ୟବସାୟମାନେ ଅଧିକ ଲାଭ କରିବେ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-

ବ୍ୟବସାୟମାନେ ଅଧିକ ଲାଭ କରିବେ। କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେବେ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ମହିଳାମାନେ ଅଳ୍ପରେ ସନ୍ତୁଷ୍ଟ ହେବେ। କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଭଗୀଦାରିକ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନେଇ ପାରନ୍ତି। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ। ମହିଳାମାନେ ସୁଖଶାନ୍ତିରେ ଦିନଟି କଟାଇବେ।  ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମୀନ:-

ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଋଣ ଭରଣା ପାଇଁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ମହିଳାମାନେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!