ଦୈନିକ ରାଶିଫଳ: ୧୫ ଜୁଲାଇ ୨୦୨୦, ଶ୍ରୀ ଗଣେଶଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଧନ ସମ୍ବନ୍ଧିତ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁଲାଇ ମାସ ୧୫ ତାରିଖ, ବୁଧବାର, ମିଥୁନ ମାସ ୩୧ ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ଦଶମୀ ତିଥି, ଦ୍ଵିଜା ନକ୍ଷତ୍ର, ଦିବା ୪ଟା ୪୩ମିନିଟ୍ ଗତେ କୃତ୍ତିକା ନକ୍ଷତ୍ର, ମେଷ ରାଶିରେ ଚନ୍ଦ୍ର। କର୍କଟ ରାଶିର ଘାତବାର। ମେଷ ରାଶିର ଘାତଚନ୍ଦ୍ର। କଳମଶାଗ ନ ଖାଇଲେ ଭଲ। ଶୁଭସମୟ- ସକାଳ ୭ଟା ୫୮ମିନିଟ୍ ରୁ ୮ଟା ୩୫ମିନିଟ୍, ଦିବା ୧୦ଟା ୧୫ମିନିଟ୍ ରୁ ୧୧ଟା ୨୫ମିନିଟ୍, ଦିବା ୨ଟା ୪ମିନିଟ୍ ରୁ ୫ଟା ୩୧ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ୧୦ଟା ୨ମିନିଟ୍। ପର୍ବଦିନ- ମାସାନ୍ତ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପତି ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ମନାନ୍ତର ଦୂରେଇ ଯିବ। ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। କାର୍ଯ୍ୟକ୍ଷେତ୍ରରେ କମ୍ ପରିଶ୍ରମରେ ସଫଳତା ପାଇବେ। ରାଜନୈତିକ କ୍ଷେତ୍ରରେ ଯଶଲାଭ ହେବ। ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ।ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବୃଷ:-

ଗୃହରେ ଭାତୃ ବିବାଦ, ପଡ଼ୋଶୀ କଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ। ମାନସିକ ଅଶାନ୍ତି ଦୂର ହୋଇ ସୁଖ ଶାନ୍ତିରେ ଦିନଟି କଟିବ। ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନପାଇଁ ସୁଯୋଗ ପାଇବେ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରି ଉଚ୍ଚ ଆଶାରେ ଆଗେଇବେ। ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ପରିବାରର ଉନ୍ନତି ହେବ। ଶତୃ ଓ ବିରୋଧିମାନେ ଜଣାପଡି ଅପଦସ୍ଥ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଶାତୀତ ଫଳ ପାଇବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ।  ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଯେକୌଣସି କାର୍ଯ୍ୟ କରିବେ ଭବିଷ୍ୟତ ପାଇଁ ଉନ୍ନତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଯଶଲାଭ ହେବ। ନୂତନ ବାହନଆଦି କ୍ରୟ କରି ପାରନ୍ତି। ସୁଯୋଗ ପାଇ ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଶାରୀରିକ ଅସୁସ୍ଥତା ଦୂର ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରି ପାରିବେ। ନୈତିକତା ଦୃଷ୍ଟିରୁ ପ୍ରଶଂସିତ ହେବେ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-

ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ବାଦବିବାଦ ଓ ମାଲିମୋକଦ୍ଦମାରେ ଉଚ୍ଚ ପ୍ରଶଂସିତ ହେବେ। କୌଣସି ଶୁଭକାର୍ଯ୍ୟ ସମ୍ପନ୍ନ କରି ପାରନ୍ତି।  ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇ ଉନ୍ନତି କରିବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଗୃହୋପକରଣ କ୍ରୟ କରିବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଶତୃମାନେ ଦୁର୍ବଳ ହେବା ସହ ଆୟରପନ୍ଥା ସହଜ ହେବ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରି ପାରନ୍ତି। ବନ୍ଧୁ ପରିବାର ଠାରୁ ସୁଖ ମିଳିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ସଫଳ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ତୁଳା:-

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତିର ସୁଯୋଗ ପାଇ ପାରନ୍ତି। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ। ପରିବାରରେ ସୁଖ ସମ୍ପଦ ପ୍ରାପ୍ତି ହେବ। ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ। ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ସମ୍ପତ୍ତି କ୍ରୟ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-

ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ।  ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି, ସଂଗଠନ କ୍ଷେତ୍ରରେ ଲୋକ ସମ୍ପର୍କ ବଢ଼ିବ। ଶିକ୍ଷାକ୍ଷେତ୍ରରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ। ବ୍ୟବସାୟୀମାନେ ବୁଦ୍ଧିମତା କାରଣରୁ ପ୍ରଚୁର ଲାଭ କରିବେ। ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଯିବ। ପ୍ରତିକାର:-ଅସହାୟକୁ ନିରାଶ କରନ୍ତୁ ନାହିଁ।

ଧନୁ:-

ଶତ୍ରୁ ବିରୋଧୀ ମାନେ କିଛି କ୍ଷତି କରିପାରିବେ ନାହିଁ। ସନ୍ତାନର ସୁ ଖବର ଶୁଣି ଖୁସି ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସାମାଜିକ ପତିଆରା ଅମଳିନ ରହିବ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଶାନ୍ତି ଦେଖାଦେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। କାର୍ଯ୍ୟବ୍ୟସ୍ତତା ଯୋଗୁଁ ପରିବାର ଓ ସାଙ୍ଗସାଥିଙ୍କ ଠାରୁ ଦୂରରେ ରହି ପାରନ୍ତି। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-

ସନ୍ତାନ ସମ୍ବନ୍ଧୀୟ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। କର୍ମକ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ। ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ବ୍ୟବସାୟୀମାନେ ଚତୁରତା ସହ କାମ ହାସଲ କରି ଲାଭ ଅଧିକ କରିବେ ଓ ବୈଷୟିକ ରୁଚି ପୂର୍ତ୍ତି ହେବ। ଛାତ୍ର ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ସମସ୍ୟା ସମାଧାନ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସନ୍ତାନଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ସହ ମନ ଖୁସି ରହିବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହେବ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ବ୍ୟବସାୟୀ ମାନଙ୍କର କାରବାର ବୃଦ୍ଧି ହେବା ଫଳରେ ଆର୍ଥିକସ୍ଥିତି ସୁଧୁରି ଯାଇ ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ବନ୍ଧୁ ମିତ୍ରଙ୍କର ସହଯୋଗରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ମାଲିମୋକଦ୍ଦମା ଠାରୁ ଦୂରେଇ ରୁହନ୍ତୁ। ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!