ଦୈନିକ ରାଶିଫଳ: 15 ଜୁଲାଇ 2021, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁଲାଇ ମାସ ୧୫ ତାରିଖ, ଗୁରୁବାର, ମିଥୁନ ମାସ ୩୧ ଦିନ, ଆଷାଢ ମାସ, ଶୁକ୍ଳପକ୍ଷ, ପଞ୍ଚମୀ ତିଥି, ସକାଳ ୭ଟା ୧୬ମିନିଟ୍ ଗତେ ଷଷ୍ଠୀ ତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, ସିଂହ ରାଶିରେ ଚନ୍ଦ୍ର, ସକାଳ ୯ଟା ୩୮ମିନିଟ୍ ଗତେ କନ୍ୟା ରାଶିରେ ଚନ୍ଦ୍ର । ବରୀୟାନ ଯୋଗ, ବାଳବ କରଣ, ସକାଳ ୭ଟା ୧୬ମିନିଟ୍ ଗତେ କୌଳବ କରଣ । ତୁଳା, କୁମ୍ଭ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର, ସକାଳ ୯ଟା ୩୮ମିନିଟ୍ ଗତେ ବୃଷ ରାଶିର ଘାତଚନ୍ଦ୍ର ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବେଲ, ପଣସ ନ ଖାଇଲେ ଭଲ, ସକାଳ ୭ଟା ୧୬ମିନିଟ୍ ପରେ ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ଦକ୍ଷିଣେ ସକାଳ ୭ଟା ୧୬ମିନିଟ୍ ପରେ ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭବେଳା- ଦିବା ୩ଟା ୮ମିନିଟ୍ ରୁ ଦିବା ୪ଟା ୪୭ମିନିଟ୍ । ଦିବା ୪ଟା ୪୭ମିନିଟ୍ ରୁ ସନ୍ଧ୍ୟା ୬ଟା ୨୫ମିନିଟ୍ । ରାତ୍ରି ୧୧ଟା ୫୨ମିନିଟ୍ ରୁ ରାତି ୧ଟା ୧୪ମିନିଟ୍ । ଶୁଦ୍ଧଶୁଭସମୟ- ପ୍ରାତଃ ୫ଟା ୨୧ମିନିଟ୍ ରୁ ୬ଟା ୧୧ମିନିଟ୍, ଦିବା ୯ଟା ୪୨ମିନିଟ୍ ରୁ ୧୧ଟା ୨୫ମିନିଟ୍, ସନ୍ଧ୍ୟା ୭ଟା ୯ମିନିଟ୍ ରୁ ରାତ୍ର ୯ଟା ୧୮ମିନିଟ୍, ରାତ୍ର ୧ଟା ୧୫ମିନିଟ୍ ରୁ ୨ଟା ୨୪ମିନିଟ୍ । ପର୍ବଦିନ- ମାସାନ୍ତ, ଗୁରୁପଞ୍ଚମୀ ବ୍ରତ ।

ମେଷ:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବା ସହ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହୋଇ ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଆର୍ଥିକସ୍ଥିତି ଭଲ ରହିବ । କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-

ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଦୂରଯାତ୍ରାର ସୁଯୋଗ ପାଇ ସୁଖ ସମ୍ପଦ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବ୍ୟବସାୟରେ ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

ମିଥୁନ:-

ବରିଷ୍ଠ କର୍ମୀଙ୍କ ସହଯୋଗରେ ଆଗକୁ ବଢିପାରିବେ । କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳତା ଲାଭ କରିବେ । ବିଦେଶ ଯାତ୍ରା କଲେ ନିଶ୍ଚୟ ଭାଗ୍ୟୋଦୟ ହେବା ସହ ଅଭିଳାଷ ପୂର୍ଣ୍ଣ ହେବ । ଦାମ୍ପତ୍ୟ ସୁଖରେ ବାଧା ଆସିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କର୍କଟ:-

ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧିହେବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ବାଧା ଆସି ପାରେ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-

କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମକାର୍ଯ୍ୟ କରି ପଦୋନ୍ନତି ପାଇବେ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଦୂରସ୍ଥାନକୁ ଯାତ୍ରା କରିବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଶୁଭ ସମାଚାର ଶୁଣି ଖୁସି ହେବେ । ବଡ଼ ଧରଣର କାର୍ଯ୍ୟ ସମ୍ପାଦନ କରିବେ । ବାଣିଜ୍ୟ ବ୍ୟବସାୟରେ ଭାଗୀଦାରଙ୍କ ସହ ମତଭେଦକୁ ନିରାକରଣ ଓ ସମାଧାନ କରିପାରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

କନ୍ୟା:-

ସଚ୍ଚୋଟ ମିତ୍ର ପ୍ରାପ୍ତି ହେବେ । ପରିଶ୍ରମ ଓ ମେହନତ ଦ୍ୱାରା ପ୍ରବଳ ଲାଭ ପାଇବେ । ଆପଣ ସମସ୍ତ ଚିନ୍ତା ଓ ଧ୍ୟାନ କାର୍ଯ୍ୟ ଉପରେ ଲଗେଇବେ । ଶରୀର ସୁସ୍ଥ ରହିବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ । ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ । ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-

ଜାଗା ଜମି ସମ୍ବନ୍ଧିୟ ବିବାଦ, କୋର୍ଟ କଚେରୀ କାର୍ଯ୍ୟ ଓ ସରକାରୀ କାର୍ଯ୍ୟ ଅଧାରେ ଝୁଲି ରହିବ । କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ଯିବ । କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ି ପାରନ୍ତି । ଭାଗୀଦାର ମାନଙ୍କ ସହ ଛୋଟ ଛୋଟ କଥା ନେଇ ବିବାଦ ସୃଷ୍ଟି ହୋଇ ପାରେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଅନୁଭବି ଓ ଦାୟିତ୍ୱ ପୂର୍ଣ୍ଣ ଲୋକଙ୍କର ମାର୍ଗଦର୍ଶନ ଆପଣଙ୍କୁ କୋଉଠୁ ନେଇ କୋଉଠି ପହଁଞ୍ଚେଇ ଦେବ । ପାରିବାରିକ ଅଶାନ୍ତି ଦୂରେଇ ଯିବ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ଧନୁ:-

ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କ୍ରୀଡ଼ାବିଦ୍ମାନେ ପ୍ରଶଂସିତ ହେବେ । ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଠିକାଦାର ମାନଙ୍କର ପ୍ରାୟକାର୍ଯ୍ୟ ପୂରଣ ହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବା ସହ ପ୍ରଶଂସିତ ହେବେ । ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ମକର:-

ସାମାଜିକ ଦାୟିତ୍ୱ ବୃଦ୍ଧି ପାଇବ । ପରୋପକାର କାର୍ଯ୍ୟରେ ବିଶେଷ ରୁଚି ବଢ଼ିବ । ବ୍ୟବସାୟରେ ପରିଶ୍ରମ ଫଳରେ ଉନ୍ନତି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ । ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ସର୍ବଶ୍ରେଷ୍ଠ ଫଳ ପାଇବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ନିଜ ଲୋକମାନେ ବିଶ୍ୱାସଘାତକତା କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଶିକ୍ଷା କ୍ଷେତ୍ରରେ ପ୍ରଶାସନିକ ସେବା ସଂବନ୍ଧିତ ପରୀକ୍ଷାପାଇଁ ପ୍ରସ୍ତୁତହେବା ଉଚିତ୍ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ପରିବାରର ସଦସ୍ୟମାନେ ପରସ୍ପର ପରସ୍ପରକୁ ସହଯୋଗ କରିବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ବିଫଳ ହୋଇ ଧରାପଡ଼ି ବଦ୍ନାମ୍ ହେବେ । ମନକୁ ଆଘାତ ଲାଗିଲାପରି କଥା ଶୁଣି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଠିକାଦାର ମାନଙ୍କର ନୂଆ ଯୋଜନା ଉପରେ କାର୍ଯ୍ୟ କରିଲେ ଉଚିତ୍ ଲାଭ ପ୍ରାପ୍ତ ହେବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଶାନ୍ତିପାଇବେ । ବ୍ୟବସାୟିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!