ଦୈନିକ ରାଶିଫଳ: 15 ଜୁଲାଇ 2022, ମା’ ସନ୍ତୋଷୀଙ୍କ କୃପାରୁ ଏହି 2ଟି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ମସିହା, ଜୁଲାଇମାସ ୧୫ତାରିଖ, ଶୁକ୍ରବାର, ମିଥୁନମାସ ୩୧ଦିନ, ଶ୍ରାବଣମାସ, କୃଷ୍ଣପକ୍ଷ, ଦ୍ଵିତୀୟାତିଥି, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର । ପ୍ରୀତି ଯୋଗ । ତୈତିଳ କରଣ ସକାଳ ୬ଟା ୨୫ମିନିଟ୍ ପରେ ଗର କରଣ । ବିଛା, ଧନୁ, ମୀନ ରାଶିର ଘାତବାର । ସିଂହ ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ ଦିବା ୪ଟା ୩୯ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଉତ୍ତରେ ଦିବା ୪ଟା ୩୯ମିନିଟ୍ ପରେ ଆଗ୍ନେୟେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଦ୍ଵିତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୩୬ମିନିଟ୍ ରୁ ୧୧ଟା ୫୨ମିନିଟ୍, ରାତ୍ରି ୯ଟା ୯ମିନିଟ୍ ରୁ ୧୦ଟା ୩୦ମିନିଟ୍ । ଶୁଭସମୟ- ସକାଳ ୬ଟା ୧୩ମିନିଟ୍ ରୁ ୭ଟା ୩ମିନିଟ୍, ଦିବା ୧୨ଟା ୧୯ମିନିଟ୍ ରୁ ୨ଟା ୫୪ମିନିଟ୍, ସନ୍ଧ୍ୟା ୬ଟା ୨୬ମିନିଟ୍ ରୁ ୮ଟା ୩୫ମିନିଟ୍, ରାତ୍ର ୧୨ଟା ୫୯ମିନିଟ୍ ରୁ ୩ଟା ୮ମିନିଟ୍, ରାତ୍ର ୩ଟା ୫୨ମିନିଟ୍ ରୁ ୫ଟା ୧୯ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇ ସୁଖସମ୍ପତ୍ତି ଲାଭ ହେବ । ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ଆଧୁନିକ କୌଶଳ ବ୍ୟବହାର କରିବା ଶିଖିବା ପାଇଁ ସମୟ ବହୁତଭଲ । ବକେୟା ଅର୍ଥ କିଛି ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବୃଷ:-ଶତୃମାନେ ଦୂରେଇଯିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ଆତ୍ମୀୟମାନଙ୍କ ପ୍ରତି ଅତ୍ୟନ୍ତ ନମ୍ର ଓ କୃତଜ୍ଞ ହେବା ସହ ପରିବାର ସଦସ୍ୟଙ୍କ ସ୍ୱାର୍ଥର ଯତ୍ନ ନେବା ଉଚିତ୍ । ଜୀବନସାଥୀଙ୍କ ପାଇଁ ବହୁତ ସମୟ ଦେବାକୁ ପଡିବ ଓ ଦାମ୍ପତ୍ୟ ଜୀବନରେ ମତଭେଦ ଦୂରେଇ ଯାଇ ସୁଖଶାନ୍ତି ପାଇବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ ।

ମିଥୁନ:-ରାଜନୀତି କ୍ଷେତ୍ରରେ ଲୋକମାନେ ଆପଣଙ୍କ ପଛରେ ସମାଲୋଚନା କଲେ ମଧ୍ୟ ମାନସିକ ଚାପ ହ୍ରାସ ପାଇବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଶାନ୍ତି ଅନୁଭବ କରିବେ । ଭୁଲ ପ୍ରକୃତିର ଲୋକଙ୍କଠାରୁ ଦୂରତା ରଖିବା ଉଚିତ୍ । ଅପରିଚିତ ଲୋକଙ୍କ ସହିତ ଅଧିକ କଥାବାର୍ତ୍ତା କରନ୍ତୁ ନାହିଁ । ନକାରାତ୍ମକ ଚିନ୍ତାଧାରା ହେତୁ ଆପଣଙ୍କ ମନ ବିଚଳିତ ହୋଇପାରେ ।

କର୍କଟ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ପାଇବା ପାଇଁ ସହଯୋଗ ମିଳିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ । ବ୍ୟବସାୟୀ ମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତିପାଇବେ । ଛାତ୍ରଛାତ୍ରୀ ମାନେ ଲକ୍ଷଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ତୁଳା:-ସାମାଜିକ ପତିଆରା ଅମଳିନ ରହିବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରିବେ । ରାଜନୀତିରେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ବିଚ୍ଛା:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ଧନୁ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶତୃମୁକ୍ତ ନିରୁପଦ୍ରବ ଜୀବନ ଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପାରିବାରିକ ଜୀବନରେ ଶାନ୍ତି, ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ । ପୁରୁଣା ଭୁଲଗୁଡିକର ପୁନରାବୃତ୍ତି ନ କଲେ ଭଲ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ମକର:-ଶାରିରୀକ ଅସୁସ୍ଥତା ଦୂରହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ସାମାଜିକ ପତିଆରା ଅମଳିନ ରହିବ । ବ୍ୟବସାୟୀ ମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-ପୁରାତନରୋଗରୁ ଉପଶମ ମିଳିବ । କର୍ମ କ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର:- ଆମ୍ବଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ମୀନ:-ସୁଖ ସମୃଦ୍ଧି ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!