ସାପ୍ତାହିକ ରାଶିଫଳ: ୧୫ ଜୁଲାଇ ରୁ ୨୧ ଜୁଲାଇ, ଏହି ସପ୍ତାହରେ ଏହି ସବୁ ରାଶି ବ୍ୟକ୍ତିଙ୍କର କର୍ମ କ୍ଷେତ୍ରରେ ପ୍ରବଳ ଉନ୍ନତି ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏ ସପ୍ତାହରେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ ବଢିଯିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏ ସପ୍ତାହରେ ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ। ଆୟ ଉପାର୍ଜନର ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ  ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏ ସପ୍ତାହରେ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଦେଖା ଦେବ। ଧାର୍ମିକ କାର୍ଯ୍ୟରେ ରୁଚି କମ୍ ରହିବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନରେ ବାଧା ଆସିବ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

କର୍କଟ:-

ଏ ସପ୍ତାହରେ ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ପାଇବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ  ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଯୁବକ-ଯୁବତୀ ମାନଙ୍କର ଆୟ ତୁଳନାରେ ବ୍ୟୟ ବହୁତ ହେବା ଫଳରେ ଆର୍ଥିକ ଅନାଟନ ଦେଖା ଦେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ଅସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ।  ମହିଳାମାନେ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ସନ୍ତାନ ସନ୍ତତି  ପୀଡ଼ିତ ହେବାରୁ  ମାନସିକ ଚିନ୍ତା ବୃଦ୍ଧି ପାଇବ। ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ଏ ସପ୍ତାହରେ ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ। ଯୁବକ-ଯୁବତୀ ମାନେ ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ।  ବ୍ୟବସାୟରେ ଉନ୍ନତି ଓ ଲାଭ କରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ।

କନ୍ୟା:-

ଏ ସପ୍ତାହରେ କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲିଯିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପାରିବାରିକ ଜୀବନରେ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ।ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗ ଦେବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ପୂରଣ ହୋଇପାରିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡ଼ିବ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ତୁଳା:-

ଏ ସପ୍ତାହରେ ଅତି ଉତ୍ତମ ଫଳ ଭୋଗିବେ। ଭାଗ୍ୟଶାଳୀ, ସନ୍ତାନସୁଖ, ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପରହାତରେ ଥିବା ଧନ, ଅଧା ହୋଇଥିବା କାର୍ଯ୍ୟ ସହଜରେ ପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ। ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ  ପଢା ପଢିରେ ମନ ଦେବେ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ। ସାଂସାରିକ ଜୀବନ ସୁଖମୟ ହେବ। ଉଦ୍ୟୋଗ, ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ ଇଦ୍ୟାଦି ବ୍ୟବସାୟର ଉଦ୍ୟୋଗ କରିପାରିବେ। ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାରମାନଙ୍କର ପ୍ରବଳ ଉନ୍ନତି ହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ଦୀର୍ଘଦିନର ଆଶା ଏବେ ପୂରଣ ହେବ। ଉଚ୍ଚ ପଦବୀରେ ଅଧିଷ୍ଠିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଏ ସପ୍ତାହରେ ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମକ୍ଷେତ୍ରରେ ଉନ୍ନତି  କରିବା ସହ ଉପରିସ୍ଥ  ଅଧିକାରୀଙ୍କର କୃପା ଲାଭ କରିବେ।  ନୂତନକର୍ମ ସଂସ୍ଥାନ ରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଓ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ବନ୍ଧୁବାନ୍ଧବଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବ୍ୟବସାୟ  ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ଅନେକ ସମସ୍ୟାର ସମାଧାନ ହୋଇ, ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ଯାତ୍ରା ଫଳରେ ଉତ୍ସାହିତ ହେବେ। ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ।

ଧନୁ:-

ଏ ସପ୍ତାହରେ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ। ବ୍ୟବସାୟୀ ହୋଇଥିଲେ ବ୍ୟବସାୟ କ୍ଷେତ୍ରକୁ ସୁସଜ୍ଜିତ କରି ପ୍ରଚୁର ଲାଭବାନ ହେବେ। ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ଭୂମିକ୍ରୟ, ବାହନକ୍ରୟ, ଗୃହନିର୍ମାଣ କରିବାରେ ଖର୍ଚ୍ଚ କରିବାକୁ ପଡ଼ିବ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ବିଦେଶ ଯାତ୍ରା ଫଳରେ ବିଶେଷ ଲାଭବାନ ହେବେ। ସମାଜ କଲ୍ୟାଣ, ଧର୍ମାନୁଷ୍ଠାନରେ, ମଠ, ମନ୍ଦିରମାନଙ୍କରେ ଯୋଗଦାନ କରି ପ୍ରଶଂସିତ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ଏହାକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବା ଉଚିତ। ଆତ୍ମୀୟମାନେ ଭିତରେ ଚେର କାଟିବେ। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ। ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ।

ମକର:-

ଏ ସପ୍ତାହରେ ଠିକାଦାରୀ, ସଡକ, ଗୃହନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ। କଳକାରଖାନା, କୋଇଲା ଖଣି, ରେଳବିଭାଗ, ଡାକ ଓ ତାର ବିଭାଗ, ଟ୍ରାନ୍ସପୋର୍ଟ ବିଭାଗରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ଅଧିକ ପରିଶ୍ରମ କରି ପ୍ରଶଂସା ପାଇବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବଢିବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ଶତୃମାନେ ତଳମୁହାଁ ହେବେ। ମାଲିମକଦ୍ଦମାରେ ବିଜୟଲାଭ ହେବ। ସମସ୍ତ ସମସ୍ୟା ଅପସରି ଯିବ। ସନ୍ତାନ ଯୋଗେ ଆନନ୍ଦିତ ହେବେ। ଉଚ୍ଚାଧିକାରୀ, ସହ କର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ପ୍ରବାସ ଓ ଯାତ୍ରାରେ ଲାଭବାନ୍ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ:-

ଏ ସପ୍ତାହରେ ଆର୍ଥିକସ୍ଥିତି ଭଲ ରହିବ। କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବ। ଆୟ ଉତ୍ତମ, ଶରୀର ସୁସ୍ଥରହିବ ନିର୍ମାଣାଧିନ କାମ ପୂର୍ଣ୍ଣାଙ୍ଗହେବ। କ୍ରୀଡ଼ା, କଳା, ସଂସ୍କୃତି, ବାଣିଜ୍ୟବ୍ୟବସାୟ, ବାଦବିବାଦ, ମାଲିମୋକଦ୍ଦମା କ୍ଷେତ୍ରରେ ବିଜୟୀହେବେ। ମହିଳାମାନେ ଘର ସାଜସଜ୍ଜାରେ ବ୍ୟସ୍ତ ରହିବେ। ମିତ୍ରମାନେ ପରାମର୍ଶ ଦେଇ ଲାଭଦାୟକ କାମପ୍ରତି ପ୍ରଲୋଭିତ କରିବେ। ପରିବାରରେ ସାଧାରଣ ବାତାବରଣ ରହିବ। ବ୍ୟବସାୟରେ ସମସ୍ତ ଆଶା ପୂରଣ ହେବ। ସମ୍ପର୍କୀୟଙ୍କ ଶୁଭସୂଚନା ଶୁଣି ଖୁସି ହେବେ। ମହିଳାମାନେ ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଏ ସପ୍ତାହରେ ଆର୍ଥିକ ଦୃଷ୍ଟି କୋଣରୁ ଉନ୍ନତି ହେବ। ସୁଖ-ସୌଭାଗ୍ୟ ବୃଦ୍ଧି ହେବ। ଆୟ ପନ୍ଥା ପାଇଁ ନୂତନ ଧାରା ଅବଲମ୍ବନ କରିବେ।  ସନ୍ତାନମାନଙ୍କର ଶିକ୍ଷା, ଉଚ୍ଚଶିକ୍ଷା, ବିଦେଶ ଯାତ୍ରାର ମନସ୍କାମନା ପୂର୍ଣ୍ଣ ହେବ। ବ୍ୟବସାୟ କ୍ଷେତ୍ରରେ ଭାଗ୍ୟ ଅନୁକୂଳ ହେତୁ ଆଶାତିତ ଲାଭ ମିଳିବ। ସେୟାର, ଲଟେରୀ ଆଦିରେ ଲାଭ ଅଧିକ ମିଳିବ। ନୂତନ ଉଦ୍ୟୋଗରେ ପଇସା ଖଟେଇବେ। ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ଖଣିଜ ବ୍ୟବସାୟ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ବାୟୁଯାନ, ରେଳବିଭାଗର ଟିକେଟ ବିକ୍ରି, ଭୂ-ଜାତ ଦ୍ରବ୍ୟ ବ୍ୟବସାୟ, ସାନିଟାରୀ, ଇଟା, କୋଇଲା, ହାଡୱାର, ମହମବତୀ ଓ ଶ୍ରମିକ ବ୍ୟବସାୟରେ ଅତ୍ୟଧିକ ଲାଭପାଇବେ। ଉଚ୍ଚଶିକ୍ଷା ପାଇଁ ଜର୍ଜ, ମେଡିକାଲ ଆଦିରେ କର୍ମପାଇବେ। ରାଜନୀତି କ୍ଷେତ୍ରରେ ଉଚ୍ଚ ପଦାଧିକାରୀ ହୋଇପାରିବେ। ସମସ୍ତ ପ୍ରକାର ପ୍ରତିଯୋଗିତାରେ ସଫଳ ହେବେ। ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ। ପୁରୁଣା ରୋଗର ପ୍ରକୋପ ବୃଦ୍ଧି ପାଇବା ଯୋଗୁଁ ଚିନ୍ତିତ ରହିବେ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!