ଦୈନିକ ରାଶିଫଳ: ୧୫ ଜୁନ୍ ୨୦୨୦, ମହାଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଜୁନ୍ ମାସ ୧୫ ତାରିଖ, ସୋମବାର, ମିଥୁନ ମାସ ୧ ଦିନ, ଆଷାଢମାସ, କୃଷ୍ଣପକ୍ଷ, ଦଶମୀ ତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର। ମିଥୁନ ରାଶିର ଘାତବାର। ଧନୁ ରାଶିର ଘାତଚନ୍ଦ୍ର। କଳମଶାଗ ନ ଖାଇଲେ ଭଲ। ଶୁଭସମୟ ସକାଳ ୮ଟା ୪୩ମିନିଟ୍ ରୁ ୧୦ଟା ୨୭ମିନିଟ୍, ରାତ୍ର ୯ଟା ୧୬ମିନିଟ୍ ରୁ ରାତ୍ର ୧୦ଟା ୨୫ମିନିଟ୍। ପର୍ବଦିନ ମିଥୁନ ସଂକ୍ରାନ୍ତି ବା ରଜ ସଂକ୍ରାନ୍ତି।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହୋଇ ଆର୍ଥିକ ଉନ୍ନତିହେବ। କାର୍ଯ୍ୟକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ସଫଳତା ପାଇବେ । ସାମାଜିକ କାର୍ଯ୍ୟ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବୃଷ:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଇଲୋକ୍ଟ୍ରୋନିକ୍ସ ଉପକରଣ, ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି। ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ବନ୍ଧୁ ମିତ୍ରମାନେ ସହଯୋଗ କରିବେ। ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗର ସହାୟତା ପ୍ରାପ୍ତିହେବ। କୋର୍ଟ କଚେରୀ ମାମଲା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। କାରବାରରେ ଉତ୍ଥାନ ହେବା ଫଳରେ ବ୍ୟବସାୟର ପରିବର୍ଦ୍ଧନ କରିବାର ଇଚ୍ଛା ଜାଗ୍ରତ ହେବ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ହସ ଖୁଶିର ପରିବେଶ ଫିକା ପଡିଯାଇ ପାରେ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ଶାରିରୀକ ସୁସ୍ଥତା ସହ ମାନସିକ ସ୍ଥିରତା ଦେଖା ଦେବ। ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ବ୍ୟବସାୟିକ କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ଉନ୍ନତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ପ୍ରେମିକପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନରେ ବାଧା ଉପୁଜିବ । ପାରିବାରିକ କ୍ଷେତ୍ରରେ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ।  ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-

ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ।  ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କେତେକ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କଲେ ଆଶାଜନକ ଫଳ ପ୍ରାପ୍ତିହେବ। ଆର୍ଥିକ ସ୍ଥିତିରେ ବାଧା ହେବା ସହ ଶତୃ ବୃଦ୍ଧି ହେବ। ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯି ପାରେ। ରୋଗ ଓ ଋଣର ଶୀକାର ହୋଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ସାମାଜିକ ପତିଆରା ଅମଳିନ ରହିବ।  ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦୂର ହେବ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ବାଣିଜ୍ୟ କାରବାରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବେ। ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବିଦ୍ୟାର୍ଥୀମାନେ ଆଶା କରୁଥିବା ଫଳ ପାଇ ପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-

ସୁଯୋଗ ହାତ ପାହାନ୍ତାରେ ପାଇ ସଫଳତା ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ପରିବାରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ।କଳକାରଖାନା, ଶିଳ୍ପପ୍ରଭୃତିର ମାଲିକମାନେ ଓ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଅନ୍ୟମନସ୍କ ରହିବେ। ବ୍ୟବସାୟରେ କ୍ଷତି ଘଟିବା ସହ ଆର୍ଥିକ ଉନ୍ନତିରେ ବାଧା ସୃଷ୍ଟି ହୋଇପାରେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧାପାଇ କର୍ମୋନ୍ନତିର ସୁଯୋଗ ପାଇ ପାରନ୍ତି। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ଧନୁ:-

ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଛାତ୍ର ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ବ୍ୟବସାୟରେ  ଅଧିକ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ।ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ପରିବାରରେ ଶାନ୍ତି ଦେଖା ଦେବ । ଅବିବାହିତ ଯୁବକଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଜଣେ ସତ୍ ପରାମର୍ଶ ଦାତା, କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ ଓ ଦକ୍ଷ ବ୍ୟକ୍ତି ଭାବେ ପ୍ରଶଂସା ମିଳିବ। କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବା ସହ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବନ୍ଧୁ ବାନ୍ଧବଙ୍କ ସାହାଯ୍ୟରେ କେତେକ ସମସ୍ୟାର ସମାଧାନ ହେବ । ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ସମୟ ଗୁଡିକ ହସ ଖୁସିରେ ବିତିବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଉତ୍ତମ ରୋଜଗାର କରି ପାରିବେ। ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟର ବିଶେଷ ଶୁଭ ସମୟ। ଅତି ନିକଟର ବନ୍ଧୁବାନ୍ଧବଙ୍କସହ ଅତି ପ୍ରିୟତା ସୃଷ୍ଟିହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆନନ୍ଦିତ ହେବେ। ଛାତ୍ର ଛାତ୍ରୀମାନେ ଉଚ୍ଚଶିକ୍ଷାର ସଫଳତା ଲାଭ କରିବେ। ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । କୌଣସି ଜଟିଳ ସମସ୍ୟାର ସମାଧାନ ହେବ।  ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଶାରିରୀକ ସୁସ୍ଥତା ଦେଖା ଦେବା ସହ ଶତୃ, ରୋଗ, ଋଣରୁ ମୁକ୍ତି ପାଇ ପାରନ୍ତି। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ବ୍ୟୟ ଅଧିକ ହୋଇ ପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!