ଦୈନିକ ରାଶିଫଳ: ୧୫ ଜୁନ୍ ୨୦୧୯, ଶନିଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କଙ୍କୁ ବିଭିନ୍ନ ଦିଗରୁ ସାହାଯ୍ୟ ମିଳିବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ। ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରା ନ କରିବା ଭଲ। ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ। ରାଜନୀତିରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ସଫଳତା ଅର୍ଜନ କରିବେ। ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ। ସମସ୍ତଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ହାସଲ ସହଜରେ ପୂର୍ଣ୍ଣ ହେବ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ। ରାଜନୈତିକକ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ। ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ବାଦବିବାଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ରାଜନୀତିରେ ସଫଳତା ମିଳିବ କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ। ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ବ୍ୟବସାରେ ଉନ୍ନତି ହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଯୁବକ ଯୁବତୀ ମାନେ ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ମହିଳାମାନେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭକରିବେ। ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

କନ୍ୟା:-

ବ୍ୟବସାୟରେ ଉତ୍ତମ ଲାଭ ହେବ ଓ କାରବାରରେ ସୁଧାର ଆସିବ। ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ଯୁବକ ଯୁବତୀମାନଙ୍କର ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ସାମାଜିକ ପତିଆରା ଅମଳିନ ରହିବ। ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ। କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ। ଶରୀର ସୁସ୍ଥ ରହିବ। ଗୁରୁ ଗୁରୁଜନଙ୍କ ସାହାଯ୍ୟ ସହଯୋଗ ପାଇବେ। ଘରୋଇ କର୍ମଚାରୀମାନଙ୍କର ଉନ୍ନତିହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ଓ ସାକ୍ଷାତ୍କାରରେ ବିଜୟୀହେବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-

ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ଶୁଭ ସମାଚାର ପାଇ ଖୁସି ହେବେ। କୌଣସି ଆନୁଷ୍ଠାନିକ, ମାଙ୍ଗଳିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ। ଆର୍ଥିକସ୍ଥିତି ମନ୍ଦ ହେବନାହିଁ, ଯାହାଦ୍ୱାରା କି ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ। ଲେଖାପଢ଼ାରୁ, ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ। କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ। ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ। ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ବିଚ୍ଛା:-

ନୂତନ ଗୃହସୁଖ ମିଳିବ। ମନୋରଞ୍ଜନ କରିବା ପାଇଁ ସମୟ ମିଳିବ। ଯାତ୍ରାରେ ସମୟ କଟିବ ଓ ଲାଭ ପାଇବେ। ବ୍ୟବସାୟ ବୃଦ୍ଧି କିମ୍ବା ନୂଆ ଯୋଜନା ଅନୁସାରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନପ୍ରାପ୍ତ ହେବ। ମହିଳାମାନେ ନୂତନ କର୍ମ ଓ ବ୍ୟବସାୟ ପାଇଁ ଚେଷ୍ଟିତ ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ରାଜନୀତିରେ ଉନ୍ନତି, ବିଦ୍ୟାରେ ଉନ୍ନତି, ଖେଳରେ ପ୍ରଶଂସିତ ହେବେ। ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

ଧନୁ:-

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଥିବା ସମସ୍ୟାର ସମାଧାନ ହୋଇପାରେ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଆୟର ମାର୍ଗ ପ୍ରଶସ୍ତ ହେବ। ଦୂରଯାତ୍ରାରେ ସୁଖମିଳିବ ଏବଂ ଲାଭ ବାନ୍ ହେବେ। ପରିବାରରେ ଆନନ୍ଦ ଲହରୀ ଖେଳିଯିବ। ମିତ୍ର, ଭାଇ ଓ ବନ୍ଧୁମାନେ ସହଯୋଗ କରିବେ। ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ। ବାହାନ କ୍ରୟ ଓ ବିକ୍ରୟ କରିବେ। ବାଦବିବାଦ ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ଆର୍ଥିକ ସଙ୍କଟ ଦୂର ହେବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ମହିଳାମାନେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଶତୃ ପରାଜିତ ହେବେ। ସାମାଜିକ ଉତ୍ସବରେ ଭାଗ ନେବେ । ସ୍ୱାସ୍ଥ୍ୟ ଠିକ୍ ରହିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ଶତ୍ରୁବାଧା ଦୂରେଇ ଯିବା ଫଳରେ ଋଣରୁ ମୁକ୍ତି ପାଇବା ପାଇଁ ସହଯୋଗ ଲୋଡିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । କର୍ମକ୍ଷେତ୍ରରେ ସଫଳତା ମିଳିବା ସହ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ରାଜନୀତିରେ ସମସ୍ୟା ଦୂର ହୋଇ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ସହଯୋଗୀମାନେ ଉନ୍ନତିପାଇଁ ଚେଷ୍ଟା କରିବେ। ଆମୋଦପ୍ରମୋଦର ସୁଯୋଗ ପାଇବେ। ଶୁଭକାର୍ଯ୍ୟ ପାଇଁ ଇଚ୍ଛାକରି ଗୁରୁଜନମାନଙ୍କ ଠାରୁ ଆର୍ଶିବାଦ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!