ଦୈନିକ ରାଶିଫଳ: 15 ଜୁନ 2021, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଜୁନ ମାସ ୧୫ ତାରିଖ, ମଙ୍ଗଳବାର, ମିଥୁନମାସ ୧ ଦିନ, ଜ୍ୟେଷ୍ଠମାସ, ଶୁକ୍ଳପକ୍ଷ, ପଞ୍ଚମୀତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ମକର ରାଶିର ଘାତବାର । ବେଲ, ପଣସ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୧୨ମିନିଟ୍ ରୁ ୬ଟା ୪୯ମିନିଟ୍, ସକାଳ ୯ଟା ୩୬ମିନିଟ୍ ରୁ ୧୨ଟା ୧୨ମିନିଟ୍, ଦିବା ୪ଟା ୪୫ମିନିଟ୍ ରୁ ୫ଟା ୨୯ମିନିଟ୍, ସନ୍ଧ୍ୟା ୬ଟା ୨୩ମିନିଟ୍ ରୁ ୭ଟା ୫ମିନିଟ୍, ରାତ୍ର ୯ଟା ୫ମିନିଟ୍ ରୁ ୯ଟା ୫୯ମିନିଟ୍, ରାତ୍ର ୧୨ଟା ୯ମିନିଟ୍ ରୁ ୨ଟା ୧୭ମିନିଟ୍ । ପର୍ବଦିନ- ମିଥୁନ ସଂକ୍ରାନ୍ତି, ରଜ ସଂକ୍ରାନ୍ତି, ଶିବ ବିବାହୋତ୍ସବ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଟକିଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ । ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ସମସ୍ୟାର ଅବସାନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରି ପାରିବେ । ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ରାଜନୀତିରେ କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ । ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ବେରୋଜଗାରଙ୍କୁ ରୋଜଗାର ମିଳିବାର ବାଟ ମିଳିଯାଇ ପାରେ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । ଧୈର୍ଯ୍ୟ ଓ ବୁଦ୍ଧିମତା ଯୋଗେ କରିଥିବା କାର୍ଯ୍ୟର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ଉଧାର ଦେଇଥିବା ଟଙ୍କା ମିଳିଯାଇ ପାରେ । ବ୍ୟବସାୟରେ ସଫଳତା ଅର୍ଜନ କରି ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ କରି ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । କର୍ମକ୍ଷେତ୍ର ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ସିଂହ:-

ପରିବାର ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବା ସହ ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳ ପାଇ ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ । ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ବା ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ହାତକୁ ନେଇଥିବା କାର୍ଯ୍ୟ ସମ୍ପାଦନ ପାଇଁ ଚେଷ୍ଟା କରିବାକୁ ପଡିବ । ଋଣ ଭରଣାରେ ସହଜ ହେବ । ପରିବାରରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-

ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଉଚ୍ଚଅଧିକାରୀ କାମରେ ପ୍ରସନ୍ନ ରହିବା ଫଳରେ ମାନସମ୍ମାନ, ଯଶ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସଲ କରି ପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହୋଇପାରେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ କାରବାରରେ ସୁଧାର ଆସି ଆଶାତୀତ ଲାଭ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ । ଆକସ୍ମିକ ଧନ ପ୍ରାପ୍ତି ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ନୂତନ ଉଦ୍ୟୋଗରେ ପଇସା ଖଟେଇବେ ଓ ନିଜ ଲୋକମାନେ ହିଁ କାମରେ ଆସିବେ । ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-

ସାମାଜିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଓ ସୁନାମ ଅର୍ଜନ କରିବେ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ । ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମକର:-

ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଶତ୍ରୁହାନି, ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି ଓ ପ୍ରତ୍ୟେକ କ୍ଷେତ୍ରରେ କୃତକାର୍ଯ୍ୟ ହେବେ । କର୍ମକ୍ଷେତ୍ରରେ ଉଚ୍ଚ ଆଶାରେ ଆଗେଇବେ ଓ ଶ୍ରମ ସାର୍ଥକ ହେବା ସହ ଆୟ ବଢିବ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବା ସହ ଧନଧାନ୍ୟ, ଗୋ, ସଂପଦ ଆଦି ପ୍ରାପ୍ତି ହବାର ଯୋଗ ଅଛି । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଆର୍ଥିକ ସମସ୍ୟା ଦୂର ହେବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବା ଫଳରେ ଚିତ୍ତପ୍ରସନ୍ନ ସହ କାର୍ଯ୍ୟ ସିଦ୍ଧି ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣାପାଇ ଆର୍ଥିକ ଗତିବିଧିରେ ଉନ୍ନତି ହେବ । ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ରାଜନୈତିକ କ୍ଷେତ୍ରରେ ଦଦୁଲ୍ୟମାନ ପରିସ୍ଥିତି ଯୋଗୁ ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ । ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!