ଦୈନିକ ରାଶିଫଳ: 15 ଜୁନ 2022, ଶ୍ରୀ ଗଣେଶଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଜୁନମାସ ୧୫ତାରିଖ, ବୁଧବାର, ମିଥୁନମାସ ୧ଦିନ, ଆଷାଢମାସ କୃଷ୍ଣପକ୍ଷ, ପ୍ରତିପଦତିଥି ଦିବା ୧ଟା ୩୨ମିନିଟ୍ ପରେ ଦ୍ଵିତୀୟାତିଥି, ମୂଳାନକ୍ଷତ୍ର, ଧନୁରାଶିରେ ଚନ୍ଦ୍ର । ଶୁଭ ଯୋଗ ପ୍ରାତଃ ୫ଟା ୨୭ମିନିଟ୍ ପରେ ଶୁକ୍ଳ ଯୋଗ । କୌଳବ କରଣ ଦିବା ୧ଟା ୩୨ମିନିଟ୍ ପରେ ତୈତିଳ କରଣ । କର୍କଟ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ, ଦିବା ୧ଟା ୩୨ମିନିଟ୍ ପରେ ବୋଇତିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ଦିବା ୧ଟା ୩୨ମିନିଟ୍ ପରେ ଉତ୍ତରେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ପ୍ରତିପଦର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଏବଂ ଦ୍ଵିତୀୟାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୨୯ମିନିଟ୍ ରୁ ଦିବା ୧୦ଟା ୮ମିନିଟ୍, ଦିବା ୧୧ଟା ୪୭ମିନିଟ୍ ରୁ ଦିବା ୧ଟା ୨୬ମିନିଟ୍, ରାତ୍ରି ୨ଟା ୨୯ମିନିଟ୍ ରୁ ୩ଟା ୫୦ମିନିଟ୍ । ଶୁଭସମୟ- ପ୍ରାତଃ ୭ଟା ୫୦ମିନିଟ୍ ରୁ ୮ଟା ୨୮ମିନିଟ୍, ଦିବା ୧୦ଟା ୯ମିନିଟ୍ ରୁ ୧୧ଟା ୧୯ମିନିଟ୍, ଦିବା ୨ଟା ରୁ ୫ଟା ୨୯ମିନିଟ୍, ସନ୍ଧ୍ୟା ୬ଟା ୨୩ମିନିଟ୍ ରୁ ରାତ୍ର ୯ଟା ୫୮ମିନିଟ୍, ରାତ୍ର ୧୨ଟା ୯ମିନିଟ୍ ରୁ ୧ଟା ୩୪ମିନିଟ୍ । ପର୍ବଦିନ- ମିଥୁନ ସଂକ୍ରାନ୍ତି ବା ରଜ ସଂକ୍ରାନ୍ତି, ଦ୍ଵିତୀୟ ରଜ ।

ମେଷ:-ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟକରି ଚଳିବା ହିତକର ହେବ । କୋର୍ଟ କଚେରିପ୍ରତି ବିତୃଷ୍ଣାଭାବ ଜନ୍ମିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବୃଷ:-ସନ୍ତାନମାନଙ୍କ ଉନ୍ନତିପାଇଁ ଖୁସିରହିବେ । ପଢ଼ାପଢ଼ିରେ ମନଯୋଗ ନିବେଶ କଲେ ଉତ୍ତମ ଫଳପ୍ରାପ୍ତି ହେବ । ଲୋକ ସମ୍ପର୍କରେ ଉନ୍ନତି ହେବ । ନିରର୍ଥକ ମନସ୍ତାପ, ମାନସିକ ଅଶାନ୍ତି, ଅସ୍ଥିର ବିଚାର ଦୂରେଇ ଯିବ । ଅତ୍ୟନ୍ତ ପ୍ରିୟ ଲୋକମାନେ ସନ୍ତୁଷ୍ଟ ହୋଇ ପାରନ୍ତି । ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହିଲେ ମଧ୍ୟ ଆନନ୍ଦ ଅନୁଭବ କରିବେ । ପରିବାରର କୌଣସି ସଦସ୍ୟଙ୍କର ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମିଥୁନ:-ଶତ୍ରୁମାନେ ମଥାନତ କରିବେ । ଦୂରଯାତ୍ରାର ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉନ୍ନତିି ସହ ଉଚ୍ଚ ଆଶା ସଫଳ ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଭାଗୀଦାରି ବ୍ୟବସାୟରେ ଲାଭବାନ ହେବେ । ବାଦବିବାଦ, ମାଲିମକଦ୍ଦମା, ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ ବିଜୟଲାଭ କରିବେ । ପରିବାରରେ ମାନ ମନାନ୍ତର ଦୂର ହୋଇ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ପ୍ରତିକାର-ସବୁଜ ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କର୍କଟ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । ବ୍ୟବସାୟରେ ଆୟ ବୃଦ୍ଧି ହେବା ଯୋଗେ ମାନସିକ ଦୁଶ୍ଚିନ୍ତା ଦୁର ହୋଇଯିବ । ବାଦବିବାଦ ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା, ଜାମିନି ମଧ୍ୟସ୍ଥତା ଦ୍ଵାରା ସ୍ଵନାମ ମିଳିବ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । କାର୍ଯ୍ୟାଳୟ ଏବଂ ଘରେ ଦ୍ୱାୟିତ୍ୱ ବଢିଯିବା ସହ ସମ୍ମାନର ସହିତ ସମୟ ବିତାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ସିଂହ:-ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ । ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳ ହେବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ଆକସ୍ମିକ ଧନ ପ୍ରାପ୍ତି ହେବ । ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇ, ଉତ୍ତମ କାର୍ଯ୍ୟକରି ପ୍ରଶଂସିତ ହେବେ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ସମାଧାନ ହୋଇ ଭୟ ଆଶଙ୍କା ଦୂରେଇ ଯିବା ଫଳରେ ମାନସିକ ଶାନ୍ତିପାଇବେ । ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ତୁଳା:-ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଅବିବାହିତ ଯୁବକ ଓ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୀତିରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ । ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହେବ । ମିଷ୍ଠାନ୍ନ ଭୋଜନ, ଅଚାନକ ଧନପ୍ରାପ୍ତି, ପଢ଼ାପଢ଼ିରେ ମାନସିକ ଶାନ୍ତିି ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମକ୍ଷେତ୍ରରେ ସଫଳ ହେବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ ଓ ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ଦାମ୍ପତ୍ୟ କଳହର ସମାଧାନ ହୋଇଯିବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବା ସହ ସ୍ନେହ ସଦ୍ଭାବର ବୃଦ୍ଧିହେବ । ଶରୀର ସୁସ୍ଥ ରହିବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖା ଦେବ । ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ । କର୍ମ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ବ୍ୟବସାୟିକ କ୍ଷେତ୍ରରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଦୂରଯାତ୍ରାର ସୁଯୋଗ ପାଇ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ପାଇବେ । ରାଜନୀତି କ୍ଷେତ୍ରରେ ସୌଭାଗ୍ୟ ବୃଦ୍ଧି ହେବା ସହ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଜମିବାଡ଼ି ନେଇ କେତେକ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ । ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହୋଇପାରେ । ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କୁମ୍ଭ:-ସହକର୍ମୀ ମାନଙ୍କସହ ବାଦବିବାଦର ଅବସାନ ଘଟିବ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ । ବିଦ୍ୟାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବା ସହ ପ୍ରଚୁର ଲାଭ ହେବ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପ୍ରେମିକ ପ୍ରେମିକା ମାନେ ପ୍ରଶଂସିତ ହେବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବା ସହ ମାନସିକ ଶାନ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହୋଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ । ଜାଗା, ଜମି, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ଋଣ ପରିଶୋଧ କରିପାରିବେ । ବିଦ୍ୟାର୍ଥୀ ମାନେ ଶିକ୍ଷାକ୍ଷେତ୍ରରେ ସ୍ଵନାମ ଅର୍ଜନ କରି ପାରିବେ । ପ୍ରତିକାର-ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!