ସାପ୍ତାହିକ ରାଶିଫଳ: ଜୁନ୍ ୧୫ ତାରିଖ ରୁ ଜୁନ୍ ୨୧, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସହକର୍ମୀମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ ଓ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ବନ୍ଧୁ, ମିତ୍ର ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁରତା ଆସିବା ଦ୍ଵାରା ବିଶେଷ ଲାଭବାନ ହେବେ। ନୃତ୍ୟ ଗୀତ ପ୍ରତିଯୋଗିତାରେ ସଫଳ ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ।  ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ଧୀରସ୍ଥିର ଭାବରେ ପାରିବାରିକ ସମସ୍ୟା ଗୁଡିକୁ ସୁଧାରୀ ନେଇ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ନୂତନ କାର୍ଯ୍ୟ କିଛି ଆରମ୍ଭ କରି ପାରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପରୀକ୍ଷା ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମରେ ନିଯୁକ୍ତି ପାଇ ପାରନ୍ତି। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବା ସହ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ପ୍ରତିକାରହଳଦୀ ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମିଥୁନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ଆକସ୍ମିକ ଧନ ପ୍ରାପ୍ତି ହେବ।  ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସାମାଜିକ କାର୍ଯ୍ୟରେ ସମ୍ମିଳିତ ହେବାକୁ ପଡିପାରେ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡି ଯାଇଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନୂତନ ବସ୍ତୁ କ୍ରୟ କରିପାରିବେ। ପ୍ରତିକାରହନୁମାନ ମନ୍ଦିରରେ ଭୋଗ କରି ବାଣ୍ଟିବେ।

କର୍କଟ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଅନେକ ଦିଗରୁ ଧନର ଆଗମନ ହୋଇ ପାରେ। ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ। ଜନ ସେବାରେ ନିଜକୁ ନିୟୋଜିତ କରି ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବା ସହ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ବନ୍ଧୁଙ୍କ ସହ ଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ସୁଖ ସମୃଦ୍ଧି ବୃଦ୍ଧି, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ପୁଅ ଝିଅଙ୍କ କର୍ମସ୍ଥିର ହେବ ଫଳରେ ଖୁସି ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ।  ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ସିଂହ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ସନ୍ତାନର ସୁଖବର ଶୁଣି ଖୁସି ହେବେ। ସନ୍ତାନ ମାନେ ବିଦ୍ୟାରେ ଉନ୍ନତି କରିବେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ଘରୋଇ ସଂସ୍ଥାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବା ସହ କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ। କୋର୍ଟକଚେରୀ ମାମଲା ଓ ବାଦବିବାଦ ଆପଣଙ୍କ ସପକ୍ଷରେ ଯିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପ୍ରତିକାର ତୁଲସୀ ମୂଳ ମାଟି ଧାରଣ କରନ୍ତୁ।

କନ୍ୟା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶତୃ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ। ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ବ୍ୟବସାୟରେ ସଫଳତା ପ୍ରାପ୍ତି, ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ରୋଜଗାର ସମସ୍ୟା ସୁଧୁରି ଯିବ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆ ଦ୍ୱାରା ଲୋକସଂପର୍କ ବୃଦ୍ଧିହେବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପ୍ରତିକାର:– ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ। ଆବଶ୍ୟକ ସମସ୍ତ ଜରୁରୀ କାର୍ଯ୍ୟର ସମସ୍ୟା ସମାଧାନ କରି ପାରିବେ। ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ। ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ। ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଭୋଗ ବିଳାସରେ ସମୟ କାଟିବା ପାଇଁ ଆଗ୍ରହୀ ହେବେ ଓ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ। ବାଦବିବାଦ, ମାଲିମୋକଦ୍ଦମାରେ ସଫଳ ହେବେ। ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହୋଇ ପାରିବାରିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଧାର୍ମିକ କାର୍ଯ୍ୟ କ୍ଷେତ୍ରରେ ଅଂଶ ଗ୍ରହଣ କରିବେ। କରଜର ମାତ୍ରା ହ୍ରାସ ପାଇବ। ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବା ଫଳରେ ମାନସମ୍ମାନ ବୃଦ୍ଧିହେବ। ଗୃହ, ଜାଗାଜମି ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ। କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ସାମାଜିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କାର୍ଯ୍ୟ ହାସଲ କରିବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

ଧନୁ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ ଓ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଅଧ୍ୟୟନ, ଅଧ୍ୟାପନା, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ସାମାଜିକ କ୍ଷେତ୍ରରେ କୃତିତ୍ଵ ଲାଭ କରିବା ସହ ମାନ, ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ।କୋର୍ଟକଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ମିଳିବ ଓ ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରିପାରିବେ। ନିଜ ଚେଷ୍ଟାରେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ନୂତନ ଯାନବାହନ କ୍ରୟ କରି ମନ ଖୁସି ରହିବ। ମିତ୍ରଙ୍କଠାରୁ ସହଯୋଗ ପାଇ ନିଜର ଯୁକ୍ତିଦ୍ଵାରା କାର୍ଯ୍ୟରେ ସଫଳ ହେବେ। ବିରୋଧୀମାନେ ଶାନ୍ତ ହେବେ ଏବଂ ପରିବାରରେ ଖୁସିର ବାତାବରଣ ସୃଷ୍ଟି ହେବ। ଦାମ୍ପତ୍ୟ ସୁଖରେ ସନ୍ତୋଷ ରହିବେ। ସାମାଜିକ କାର୍ଯ୍ୟରେ ସ୍ଥିରତା ଯୋଗେ ଚେଷ୍ଟା ସାର୍ଥକ ହେବାରୁ ମିତ୍ର ଭାଇ ବନ୍ଧୁମାନେ ସହଯୋଗ କରିବେ। ବ୍ୟବସାୟ କ୍ଷେତ୍ରରେ ସତର୍କ ରହିବା ଦ୍ଵାରା ଲାଭବାନ ହେବେ ଓ ଭାଗୀଦାରୀରେ ହୋଇଥିବା କ୍ଷତିରୁ ବଞ୍ଚିଯିବେ। ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ସାମ୍ବାଦିକ ମାନେ ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ମନୋରଞ୍ଜନ କାର୍ଯ୍ୟରେ ସମୟ କାଟିବା ପାଇଁ ଇଛା କରି ପାରନ୍ତି। ପ୍ରତିକାର କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରିବା ପାଇଁ ଚେଷ୍ଟା କଲେ ସଫଳ ହୋଇ ପାରିବେ। ସାମାଜିକ କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ନୈତିକତା ଦୃଷ୍ଟିରୁ ପ୍ରଶଂସିତ ହେବେ। ସରକାରୀ କ୍ଷେତ୍ରରେ ସଫଳତା ମିଳିବା ସହ ରୋଜଗାରରେ ଉନ୍ନତି ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ସନ୍ତାନ ପକ୍ଷର ଚିନ୍ତା ଦୂର ହେଇଯିବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ନିଜ ଲୋକମାନେ ହିଁ କାମରେ ଆସିବେ। ଶତୃମାନେ ଦୂରେଇ ଯିବେ। ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ। ଜନସମ୍ପର୍କ ସୁଦୃଢ ହେବା ଫଳରେ  କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବା ସହ ପାରିବାରିକ ଅଶାନ୍ତି ଦୂରେଇ ଯାଇ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର ଅସହାୟକୁ ନିରାଶ କରିବେ ନାହିଁ।

ମୀନ:-

ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକ ଏବଂ ସାହାଯ୍ୟ କରିଥିବା ଲୋକଠାରୁ ସମସ୍ତ ଅର୍ଥପ୍ରାପ୍ତି ହୋଇଯିବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ବାଦବିବାଦ, ମାଲିମୋକଦ୍ଦମାରେ ଉଚ୍ଚ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ।  ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!