ଦୈନିକ ରାଶିଫଳ: ୧୫ ମାର୍ଚ୍ଚ ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ମାର୍ଚ୍ଚ ମାସ ୧୫ତାରିଖ, ରବିବାର, ମୀନ ମାସ ୨ ଦିନ, ଚୈତ୍ର ମାସ, କୃଷ୍ଣପକ୍ଷ, ସପ୍ତମୀ ତିଥି, ଅନୁରାଧା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର। ମେଷ ରାଶିର ଘାତବାର। ତାଳ ନ ଖାଇଲେ ଭଲ। ଶୁଭସମୟପ୍ରାତଃ ୫ଟା ୫୯ମିନିଟ୍ ରୁ ୯ଟା ୫୫ମିନିଟ୍, ଦିବା ୧ଟା ୨୫ମିନିଟ୍ ରୁ ୧ଟା ୫୩ମିନିଟ୍, ସନ୍ଧ୍ୟା ୬ଟା ୪୨ମିନିଟ୍ ରୁ ୯ଟା ୫ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ। ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ପଡିପାରେ।   ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। କର୍ମକ୍ଷେତ୍ରରେ ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ। ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଅନେକ ଦିଗରୁ ଖୁସି ମିଳିବ। ନିଜର ଲୋକମାନେ ସାହାଯ୍ୟ ସହଯୋଗ କରିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବୃଷ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ। ନୂତନ କାର୍ଯ୍ୟରେ ଉନ୍ନତି ହେବ। କର୍ମୋନ୍ନତିର ସୂଚନା ପାଇବା ସହ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଶତୃନାଶ, ଋଣନାଶ ଓ ପରିଚାଳନାଗତ ସମସ୍ୟା ସମାଧାନ ହେବ। ଶୁଭ ସମାଚାର ପାଇ ମନ ଖୁସି ହେବ। ଦୂରଯାତ୍ରାକରି ଲାଭ ପାଇବେ ଓ ଅଭିଷ୍ଟ ପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସମସ୍ତ ଚେଷ୍ଟା ସଫଳ ହେବ। କାର୍ଯ୍ୟ।ଳୟରେ କରିଥିବା କାମର ଶୁଭ ସୂଚନା ପାଇ ଶାନ୍ତି ପାଇବେ। ପ୍ରତିକାରମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ମିଥୁନ:-

ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପୁରାତନ ରୋଗ ପୀଡ଼ାର ଉପଶମ ହେବ ଓ ମନୋରଂଜନ କାର୍ଯ୍ୟରେ ସମୟ କଟିବ। ସାମାଜିକ କ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ପାଖ ପଡୋଶୀମାନଙ୍କ ସହଯୋଗରେ ଗୃହସମସ୍ୟା ସମାଧାନ ହେବ। ବ୍ୟବସାୟିକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଖୁସି ହେବେ। ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ମନୋରଂଜନ କାର୍ଯ୍ୟରେ ସମୟ କଟିବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ବ୍ୟବସାୟକ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତା ପୂର୍ଣ୍ଣ ହେବ। ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟ ହେବେ। ଗୃହରେ ଦୀର୍ଘଦିନର ବିବାଦୀୟ ସମସ୍ୟାରେ ସଫଳତା ମିଳିବ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ। ଦୂରଯାତ୍ରାର ସୁଯୋଗ ପାଇବେ। ଅର୍ଥଲାଭର ମାର୍ଗ ଖୋଲି ଯିବ। କୌଣସି ମାଙ୍ଗଳିକ କାର୍ଯ୍ୟ ଆୟୋଜନରେ ଯୋଗ ଦେବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-

ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ପାଇବେ। ଶୁଭ ସମାଚାର ମିଳିବ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟିକ ସ୍ଥିତି ସୁଧୁରିଯିବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ଉଚିତ୍ପନ୍ଥା ଗ୍ରହଣ କରି ହସ ଖୁସିରେ ସମୟ ବିତେଇବେ। ଛାତ୍ର ଛାତ୍ରୀ ମାନଙ୍କର ସଂଘର୍ଷ ଦ୍ୱାରା ସଫଳତା ମିଳିବ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ମାନସିକ ସୁସ୍ଥତା ଅନୁଭବ କରିବେ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣ ସଫଳତା ଅର୍ଜନ କରିବେ। ଆର୍ଥିକ, ପାରିବାରିକ ଏବଂ ସାମାଜିକ କାର୍ଯ୍ୟରେ ଜୟଯୁକ୍ତ ହେବେ। ସହକର୍ମୀମାନଙ୍କ ଠାରୁ ସାହାଯ୍ୟ ଓ ସହଯୋଗ ପାଇ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ଓ ବରିଷ୍ଠ ବ୍ୟକ୍ତିମାନେ ସନ୍ତୋଷ ହେବେ। ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ସଫଳତା ମିଳିବ ଓ ଉତ୍ସାହିତ ହେବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତାରେ ନିଜ ପକ୍ଷ ସବଳ ରହିବ। ଘରୋଇ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ।  କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ।  ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ସୁଖ ସମ୍ପଦ ପ୍ରାପ୍ତି ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ଅଏସ୍ ଆରାମ ସୁଖ ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ। ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ପ୍ରତିକାର ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରନ୍ତି। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ଆର୍ଥିକ ଚିନ୍ତା ଦୁରହେବ ଓ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବା ଦ୍ଵାରା ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-

ଶାରୀରିକ ସୁସ୍ଥତା ଅନୁଭବ କରିବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କରିଥିବା କାମର ଶୁଭ ସୂଚନା ପାଇବେ। ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ ଓ ନୂତନ ସମ୍ବନ୍ଧ ସୃଷ୍ଟିହେବ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳ ହେବେ। ଶୁଭ ସଂବାଦ ପାଇ ଖୁସିହେବେ। ଆକସ୍ମିକ ଧନ ପ୍ରାପ୍ତି ହେବ। ବନ୍ଧୁ, ମିତ୍ର ସହକର୍ମୀ ଓ ଭାଗୀଦାରୀଙ୍କ ସମ୍ପର୍କରେ ମଧୁର ଆସିବ। ପ୍ରତିକାର କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ ଓ ବିଳମ୍ବ ହେବ। ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ଗୃହୋପକରଣ କ୍ରୟ କରିବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!