ଦୈନିକ ରାଶିଫଳ: 15 ମାର୍ଚ୍ଚ 2021, ମହାଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମାର୍ଚ୍ଚମାସ ୧୫ତାରିଖ, ସୋମବାର, ମୀନମାସ ୨ଦିନ, ଫାଲଗୁନମାସ, ଶୁକ୍ଳପକ୍ଷ, ଦ୍ଵିତୀୟାତିଥି, ରେବତୀ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ମିଥୁନ ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ବୋଇତିକଖାରୁ ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୪୯ମିନିଟ୍ ପରେ ପୋଟଳ ନ ଖାଇଲେ ଭଲ । ଶୁଭସମୟ- ପ୍ରାତଃ ୫ଟା ୫୯ମିନିଟ୍ ରୁ ୭ଟା ୨୬ମିନିଟ୍, ଦିବା ୧୦ଟା ୪୫ମିନିଟ୍ ରୁ ୧ଟା ୬ମିନିଟ୍, ଦିବା ୪ଟା ୨୪ମିନିଟ୍ ରୁ ୫ଟା ୫ମିନିଟ୍, ସନ୍ଧ୍ୟା ୬ଟା ୪୨ମିନିଟ୍ ରୁ ରାତ୍ର ୯ଟା ୫ମିନିଟ୍, ରାତ୍ର ୧୧ଟା ୫୬ମିନିଟ୍ ରୁ ୨ଟା ୪୩ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଲେଖକ, ପତ୍ରକାର, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭ ହେବ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସମ୍ପର୍କୀୟ ମାନଙ୍କ ସହ ପରୋକ୍ଷ ଶତୃତା ଯୋଗୁ ବିଚଳିତ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବୃଷ:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନପ୍ରଦାନରେ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଅଫିସ୍ ରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । ବିଦ୍ୟାକ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଦାମ୍ପତ୍ୟ ସଫଳତା ସହ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । କର୍ମକ୍ଷେତ୍ରରେ ଶତୃମାନେ ଷଡ଼ଯନ୍ତ୍ର କରି ଧରା ପଡିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-

ଶୁଭ ସମାଚାର ମିଳିବାସହ ନିଜଲୋକ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ରାଜନୀତିରୁ ଧନଲାଭ ହୋଇ ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ । ପ୍ରାୟକାର୍ଯ୍ୟ ପୂରଣ ହେବା ଫଳରେ ଆୟ ଅପେକ୍ଷା କୃତ ବୃଦ୍ଧି ପାଇବ । ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ ।

ସିଂହ:-

ପ୍ରିୟଜନଙ୍କସହ ମିଳନ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ଉତ୍ତରଦାୟିତ୍ୱ ବଢ଼ିବ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ବ୍ୟବସାୟିକକ୍ଷେତ୍ରରେ ଉନ୍ନତିହେବ । ପରିବାରରେ ଖୁସିର ବାତାବରଣ ସ୍ଥାୟି ରହିବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବହନ ବ୍ୟବସାୟ ରେ ସମସ୍ୟା ଦେଖାଦେବ । ରାଜନୀତିରେ କୂଟନୀତିର ଶୀକାର ହୋଇପାରନ୍ତି । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ବିରୋଧିମାନେ ଦୂରେଇ ଯିବେ । ଦୂରଯାତ୍ରାରେ ସଫଳତା ଓ ଲାଭପାଇବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିପାଇବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ବ୍ୟବସାୟରେ ଆୟ ବୃଦ୍ଧି ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ । ରାଜନୀତିରେ ସଫଳହେବେ । ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-

ଶାରୀରିକ ସୁସ୍ଥତା ଅନୁଭବ କରିବେ । ଶତୃମାନେ ପରାଜିତ ହେବେ । ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ । ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ । କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଉପୁଜିଥିବା ବିବାଦ ମେଣ୍ଟିଯିବ । ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ଧନୁ:-

ବାଦବିବାଦ, ମାଲି ମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକ ଶାନ୍ତି ପାଇବେ । କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । କର୍ମକ୍ଷେତ୍ର ସମସ୍ୟା ଦୂର ହୋଇଯିବ । ଗୁରୁଜନଙ୍କ ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:-

କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସନ୍ତୋଷ ଓ ଅର୍ଥାଗମ ହେବ । ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ଫଳରେ ସମୟ ହସ ଖୁସିରେ ବିତିବ । ଅଧିକାରୀଙ୍କଠାରୁ ସହଯୋଗ ପାଇ ଉଚିତ୍ପନ୍ଥା ଗ୍ରହଣ କରିବେ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନଖୁସି ରହିବ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ ।

କୁମ୍ଭ:-

ଦାମ୍ପତ୍ୟ ସୁଖରେ ସୁଖୀ, କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରତିଦ୍ଵନ୍ଦିତାରେ ସଫଳ, ଆୟବୃଦ୍ଧି, ଋଣମୁକ୍ତି, କେତେକ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ନୂଆ ନିଯୁକ୍ତି ଯୋଗ ଅଛି । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:-

କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଭୂ-ଜାତଦ୍ରବ୍ୟ, ଖଣିଜପଦାର୍ଥ, ଯାନବାହନ ବ୍ୟବସାୟ, ଯାତାୟତ ବ୍ୟବସାୟ, ପେଟ୍ରୋଲିୟମ୍ ପଦାର୍ଥ ଇତ୍ୟାଦିରେ କର୍ମରତ ବ୍ୟକ୍ତି ଓ ବ୍ୟବସାୟି ମାନେ ଅତ୍ୟଧିକ ଲାଭ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!