ଦୈନିକ ରାଶିଫଳ: 15 ମାର୍ଚ୍ଚ 2022, ମା’ ମଙ୍ଗଳାଙ୍କ କୃପାରୁ ଏହି 3ଟି ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମାର୍ଚ୍ଚ ମାସ ୧୫ ତାରିଖ, ମଙ୍ଗଳବାର, ମୀନ ମାସ ୧ ଦିନ, ଫାଲଗୁନ ମାସ, ଶୁକ୍ଳପକ୍ଷ, ଦ୍ଵାଦଶୀ ତିଥି ଦିବା ୧ଟା ୧୩ମିନିଟ୍ ପରେ ତ୍ରୟୋଦଶୀ ତିଥି, ଆଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର । ସୁକର୍ମା ଯୋଗ । ବାଳବ କରଣ ଦିବା ୧ଟା ୧୩ମିନିଟ୍ ପରେ କୌଳବ କରଣ । ମକର ରାଶିର ଘାତବାର । ରାତି ୧୧ଟା ୩୧ ମିନିଟ୍ ପରେ କର୍କଟ ଓ ମକର ରାଶିର ଘାତଚନ୍ଦ୍ର । ପୋଇ,ମସୁରଡାଳି ନ ଖାଇଲେ ଭଲ ଦିବା ୧ଟା ୧୩ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ଦିବା ୧ଟା ୧୩ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଧିଷ୍ଟ ଓ ତ୍ରୟୋଦଶୀ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୭ଟା ୨୮ମିନିଟ୍ ରୁ ୮ଟା ୫୮ମିନିଟ୍,ଦିବା ୧ଟା ୨୫ମିନିଟ୍ ରୁ ଦିବା ୨ଟା ୫୫ମିନିଟ୍ । ସନ୍ଧ୍ୟା ୭ଟା ୨୩ମିନିଟ୍ ରୁ ରାତ୍ରି ୮ଟା ୫୪ମିନିଟ୍ । ଶୁଭସମୟ- ଦିବା ୮ଟା ୫୮ମିନିଟ୍ ରୁ ଦିବା ୧୦ଟା ୪୪ମିନିଟ୍, ଦିବା ୧ଟା ୦୮ମିନିଟ୍ ରୁ ୧ଟା ୨୫ମିନିଟ୍, ଦିବା ୪ଟା ୨୪ମିନିଟ୍ ରୁ ଦିବା ୫ଟା ୦୫ମିନିଟ୍, ସନ୍ଧ୍ୟା ୫ଟା ୫୩ମିନିଟ୍ ରୁ ୬ଟା ୪୧ମିନିଟ୍, ରାତ୍ର ୯ଟା ୭ମିନିଟ୍ ରୁ ରାତ୍ର ୧୧ଟା ୩୧ ମିନିଟ୍ ରୁ ରାତ୍ର ୧ଟା ୫୭ମିନିଟ୍ ରୁ ୩ଟା ୩୨ମିନିଟ୍ । ମୀନ ସଙ୍କ୍ରାନ୍ତି ।

ମେଷ:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ଶତ୍ରୁ ମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । ସନ୍ତାନ ଯୋଗେ ଚିନ୍ତିତ ହେବେ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ:- ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ପାରିବାରିକ କ୍ଷେତ୍ରରେ ସଫଳତା ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ । ମାଲିମୋକଦ୍ଦମାରେ ଆଗ୍ରହ ଦେଖା ଦେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ମିଥୁନ:-ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରି ପାରିବେ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ମନରେଥିବା କାମନା ପୂର୍ଣ୍ଣ ହେବ । ନିଜର ଚତୁରତା ଓ ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇ ପାରିବେ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ । ଶାରୀରିକ କଷ୍ଟ ଦୂର ହୋଇଜୀବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ସ୍ୱାସ୍ଥ୍ୟ ଭଲ ରହିବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି । କୌଣସି ଶୁଭ ସମାଚାର ଶୁଣି ହସ ଖୁସିରେ ସମୟ ବ୍ୟତୀତ ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠା ବୃଦ୍ଧି ହେବ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-ସାମାଜିକ କାର୍ଯ୍ୟରେ ଯୋଗଦାନ ଦେଲେ ଯଶ କୀର୍ତ୍ତିରେ ଉନ୍ନତି ହେବ । ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । କାରବାରରେ ସ୍ଥିତି ଠିକ୍ ରହିବ । ମାନସିକସ୍ଥିତି ଭଲ ରହିବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅପୋଷ ସମାଧାନ ହେବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟ ଭଲ ରହିବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । କାର୍ଯ୍ୟ । ଳୟରେ କରିଥିବା କାମର ଶୁଭ ସୂଚନା ପାଇ ଶାନ୍ତି ପାଇବେ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-ଧନଲାଭ ହେବା ଫଳରେ ସମସ୍ତକାର୍ଯ୍ୟ ସହଜରେ ପୂର୍ଣ୍ଣ ହେବ । କର୍ମପାଇଁ ଦୂରଯାତ୍ରା କରି ନିଜକୁ ସୁସ୍ଥ ମନେ କରିବେ । ଉଚ୍ଚଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । କାରବାରରେ ସୁଧାର ଆସିବ । ଆକସ୍ମିକ ଅର୍ଥଲାଭ ହେବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

ବିଚ୍ଛା:-ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ସନ୍ତାନ ସୁଖ ମିଳିବ । ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନ କର୍ମରେ ନିଯୁକ୍ତି ପାଇବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ଧନୁ:-ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଛାତ୍ରଛାତ୍ରୀମାନେ ଜନକଲ୍ୟାଣ କାର୍ଯ୍ୟ ଇଛାନୁସାରେ ସମ୍ପନ୍ନ କରିବେ । ଆୟ ଊତ୍ତମସ୍ଥଳେ କେତେକ ବାଧା ପ୍ରତିବନ୍ଧନର ସାମ୍ନା କରିବାକୁ ପଡିବ । ପଢିବା, ପଢେଇବା ଓ ଅନୁସନ୍ଧାନ ମାମଲାରେ ଆଗକୁ ଗତି କରିବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର:-ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ । ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ ଓ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ଓ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ପୁରୁଣା ପ୍ରାପ୍ୟ ଆଦାୟ ହୋଇପାରେ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଜମି ଜମା ସଙ୍କ୍ରାନ୍ତିୟ କାଗଜ ପତ୍ରରେ ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମୀନ:-ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଭାଗୀଦାର ବା ମିତ୍ରଙ୍କ ସହିତ ଲାଗିଥିବା ବିବାଦ ଦୂରହେବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!