ଦୈନିକ ରାଶିଫଳ: 15 ମାର୍ଚ୍ଚ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୩ ମସିହା, ମାର୍ଚ୍ଚମାସ ୧୫ ତାରିଖ, ବୁଧବାର, ମୀନମାସ ୧ ଦିନ, ଚୈତ୍ରମାସ, କୃଷ୍ଣପକ୍ଷ, ଅଷ୍ଟମୀତିଥି ସନ୍ଧ୍ୟା ୬ଟା ୪୬ମିନିଟ୍ ପରେ ନବମୀ ତିଥି, ଜ୍ୟୋଷ୍ଠା ନକ୍ଷତ୍ର, ବିଛା ରାଶିରେ ଚନ୍ଦ୍ର, ସକାଳ ୭ଟା ୩୩ ମିନିଟ ପରେ ମୂଳା ନକ୍ଷତ୍ର, ଧନୁ ରାଶିରେ ଚନ୍ଦ୍ର । ସିଦ୍ଧି ଯୋଗ ଦିବା ୧୨ଟା ୫୧ ମିନିଟ ପରେ ବ୍ୟତିପାତ ଯୋଗ । ବାଳବ କରଣ ସକାଳ ୭ଟା ୩୮ମିନିଟ୍ ପରେ କୌଳବ କରଣ । କର୍କଟ ରାଶିର ଘାତବାର । ସକାଳ ୭ଟା ୩୩ ମିନିଟ ପରେ ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର । ନିଷିଦ୍ଧ ଖାଦ୍ୟ- ନଡିଆ, ଆମିଷ ନ ଖାଇଲେ ଭଲ ସନ୍ଧ୍ୟା ୬ଟା ୪୬ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ସନ୍ଧ୍ୟା ୬ଟା ୪୬ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଅଷ୍ଟମୀର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୮ଟା ୫୭ମିନିଟ୍ ରୁ ୧୦ଟା ୨୬ମିନିଟ୍, ଦିବା ୧୧ଟା ୫୫ମିନିଟ୍ ରୁ ଦିବା ୧ଟା ୨୫ମିନିଟ୍, ରାତ୍ରି ୨ଟା ୫୬ମିନିଟ୍ ରୁ ରାତ୍ରି ୪ଟା ୨୭ମିନିଟ୍ । ଶୁଭସମୟ- ପ୍ରାତଃ ୬ଟା ରୁ ୭ଟା ୩୪ମିନିଟ୍, ଦିବା ୧୦ଟା ୨୬ମିନିଟ୍ ରୁ ୧୧ଟା ୩୨ମିନିଟ୍, ଦିବା ୧ଟା ୫୪ମିନିଟ୍ ରୁ ଦିବା ୫ଟା ୦୪ମିନିଟ୍, ସନ୍ଧ୍ୟା ୬ଟା ୪୦ମିନିଟ୍ ରୁ ୧୦ଟା ୪୨ମିନିଟ୍, ରାତ୍ର ୧ଟା ୫୬ମିନିଟ୍ ରୁ ରାତ୍ର ୨ଟା ୫୬ମିନିଟ୍, ରାତ୍ର ୪ଟା ୨୭ମିନିଟ୍ ରୁ ୫ଟା ୫୮ମିନିଟ୍ । ପର୍ବଦିନ- ମୀନ ସଙ୍କ୍ରାନ୍ତି, କାଳାଷ୍ଟମୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିପାରନ୍ତି । ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ବାହ୍ୟଲୋକ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରି ପାରନ୍ତି । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବୃଷ:-ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ । ପରିବାରରେ ଜଟିଳ ପରିସ୍ଥିତି ଦେଖାଦେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ବନ୍ଧୁମିତ୍ରଙ୍କ ଆର୍ଥିକ ସହାୟତା ପାଇ ପାରନ୍ତି । ପିଲାମାନଙ୍କର ପାଠ ପଢାରେ ମନ ଲାଗିବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । କ୍ରୋଧ ନିୟନ୍ତ୍ରଣ କରି ଧୈଯ୍ୟର ସହ କାର୍ଯ୍ୟ କରନ୍ତୁ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ଶତ୍ରୁବାଧା ଦୂରେଇ ଯିବ । ଶୁଭ ସମାଚାର ପାଇ ଖୁସି ହେବେ । ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ମାନସିକ ଏକାଗ୍ରତା ବଜାୟ ରହିବ । ଆର୍ଥିକ ସାହାଯ୍ୟ ମିଳିବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଶତୃ ପରାଜିତ ହେବା ସହ ବ୍ୟବସାୟରେ ଭଲ ଲାଭ ପାଇବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ସାମାଜିକ ପତିଆରା ଅମଳିନ ରହିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆର୍ଥିକସ୍ଥିତି ପୂର୍ବପରି ଠିକ୍ ରହିବ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ପାଇବେ । ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-ଶାରିରୀକ ଅସୁସ୍ଥତା ଦୂରହୋଇ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ । ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ । କର୍ତ୍ତବ୍ୟ ନିଷ୍ଠାରେ ଅଧିକାରୀବର୍ଗ ପ୍ରସନ୍ନ ହେବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇପାରନ୍ତି । ସମସ୍ୟା ଗୁଡ଼ିକ ସରଳ ସମାଧାନ କରିବାରେ ସମର୍ଥ ହେବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ପରାଜିତ ହେବେ । ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରି ପାରନ୍ତି । ଘରର ବରାଦ ମୁତାବକ କୌରସି ବିଳାସ ଉପକରଣ କିଣି ପାରନ୍ତି । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-ଶାରିରୀକ ଅସୁସ୍ଥତା ଦୂରହୋଇ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ ଓ ବ୍ୟବସାୟ କ୍ଷେତ୍ରରେ ଆଶାଜନକ ସଫଳତା ହାସଲ କରିବେ । ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବାର ଯୋଗଅଛି । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ସନ୍ତାନ ସୁଖ ପ୍ରାପ୍ତି ହେବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ମକର:-ଆୟ ଉତ୍ତମ ହେବା ସହ ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ୍ ହେବେ । ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ । ଶାରିରୀକ ଅସୁସ୍ଥତା ଦୂରହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଲାଭବାନ ହେବେ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହୋଇପାରେ । ଗୃହୋପକରଣ କ୍ରୟ କରିବେ । କର୍ମକ୍ଷେତ୍ରରେ ମନ ଲାଗିବ ନାହିଁ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ । ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!