ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧ ତାରିଖ ରୁ ମାର୍ଚ୍ଚ ୭ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲିଯିବା ସହ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । ବ୍ୟବସାୟିକ ସଫଳତା ମିଳିବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପାରିବାରିକ ଜୀବନରେ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ । ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । କିନ୍ତୁ୫/୬/୭ ତାରିଖରେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ମାନସିକ ଶାନ୍ତିମିଳିବା ସହ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ଶୃଙ୍ଖଳା ବଜାୟ ରହିବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବା ସହ ଦାମ୍ପତ୍ୟ ଜୀବନ ସୁଖମୟ ହେବ । କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହୋଇଯିବ । ସରକାରୀ କର୍ମଚାରୀ ମାନେ କର୍ମକ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସନ୍ତାନ ମାନଙ୍କ ଭବିଷ୍ୟତ ଚିନ୍ତା କରି ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ । ବୁଡ଼ି ଯାଉଥିବା ପଇସା କିମ୍ବା ଆପଣଙ୍କଠାରୁ କେହି ଅର୍ଥ ନେଇ ଦେଉନଥିଲେ କଳେବଳେ କୌଶଳେ ପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ସାଂସାରିକ ଜୀବନ ସୁଖମୟ ହେବ । ସନ୍ତାନମାନେ ଉଚ୍ଚଶିକ୍ଷା ଅଧ୍ୟୟନ କରୁଥିଲେ ପଢା ପଢିରେ ମନଯୋଗ ଦେବେ । ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ କରି ପାରିବେ । ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କ ଠାରୁ ଅକସ୍ମାତ୍ ସାହାଯ୍ୟ ପାଇ ଧନ୍ୟ ହେବେ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ କିଛି ଆରମ୍ଭ କରି ପାରନ୍ତି । ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ଉଚ୍ଚ ପଦ ପଦବୀରେ ଅଧିଷ୍ଠିତ ହୋଇ ପାରନ୍ତି । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବା ଫଳରେ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ସୁଖ ସମୃଦ୍ଧି ବୃଦ୍ଧି ହେବାସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କର୍କଟ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଫଳରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହୋଇ ମାନସିକ ସୁସ୍ଥତା ଅନୁଭବ କରିବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରି ଖୁସିର ବାତାବରଣ ସ୍ଥାୟି ରହିବ । ରାଜନୀତି କ୍ଷେତ୍ରରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । କିନ୍ତୁ ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ପାଠ ପଢ଼ାରେ ମନଯୋଗ ଦେବେ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଶାନ୍ତି ଅନୁଭବ କରିବେ । ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ନୃତ୍ୟଗୀତ ତଥା ମନୋରଞ୍ଜନରେ ମଜ୍ଜି ରହିବେ । ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ କଷ୍ଟକଲେ ଉତ୍ତିର୍ଣ୍ଣ ହେବେ । ଉତ୍ତମ ରୋଜଗାର ହେଲେ ମଧ୍ୟ ବ୍ୟବସାୟରେ କ୍ଷତି ଘଟିବା ସହ ଲାଭ ପ୍ରାପ୍ତିରେ ବାଧାଦେଖା ଦେଇପାରେ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବା ସହ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଘରୋଇ ସଂସ୍ଥାର କର୍ମକ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବା ଫଳରେ ମାନସିକ ଶାନ୍ତି ଦେଖାଦେବ । ଛାତ୍ରଛାତ୍ରୀମାନଙ୍କର ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ଆସିବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ କେତେକ କ୍ଷେତ୍ରରେ ଭଲ କାମ କରି ବଦ୍ନାମ ହେବେ । ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ସହିତ ଅଯଥାରେ ବିବାଦ ଦେଖାଦେଇ ପାରେ । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

ତୁଳା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ । ଇଛାକରିଥିବା ସଂସ୍ଥାରେ ନୂତନ କର୍ମପ୍ରାପ୍ତି ହେବ । ନୂତନ ବସ୍ତୁ କ୍ରୟ କରିବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ନିଜର ଆତ୍ମନିରୀକ୍ଷଣ ଦ୍ଵାରା ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନ ହେବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରି ପାରନ୍ତି । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ପରି ବାରରେ ଓ କୁଟୁମ୍ବରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ । ପ୍ରତିକାର:- ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ନୂତନକର୍ମ ନିଯୁକ୍ତିରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପାରିବାରିକ କ୍ଷେତ୍ରରେ ଉତ୍ତମ ରୋଜଗାର ହେବା ଫଳରେ ଶାନ୍ତିର ବାତାବରଣ ଦେଖାଦେଇ ପାରେ । ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର ଫଳରେ ଆଶାତୀତ ଆୟ ବୃଦ୍ଧି ପାଇବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଦାମ୍ପତ୍ୟ ଜୀବନ ସୁଖମୟ ହେବ । ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦର ଅବସାନ ଘଟିବ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ଆୟ ଉପାର୍ଜନର ବୃଦ୍ଧି ହେବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ । ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ । ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ି ପାରେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ ଅଶାନ୍ତି ଦୂରେଇ ଯାଇ ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଅନୁଭବ କରିବେ । ସାମାଜିକ କାର୍ଯ୍ୟରେ ସଫଳ ହେବେ । ଚାକିରୀ କ୍ଷେତ୍ରରେ ପ୍ରସଂଶିତ ହେବା ସହ ଉଚ୍ଚପଦ ପଦବି ପ୍ରାପ୍ତି ହେବ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନରେ ବୃଦ୍ଧିହେବ । ପ୍ରେମିକପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ । ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ପ୍ରଶାସନିକ ସ୍ତରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ଦୂରଯାତ୍ରାରେ ଶତୃ ଓ ବିରୋଧିମାନେ ମଥାନତ କରିବେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝି ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ପାରେ । କିନ୍ତୁ ଆର୍ଥିକ ଅନାଟନ ଯୋଗୁ ଗୃହର ବାତାବରଣ ଅଶାନ୍ତ ରହିବ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ବିବାହ କରିବାର ସୁଯୋଗ ପାଇ ପାରନ୍ତି । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଶାରିରୀକ ସୁସ୍ଥତା ଦେଖା ଦେବ । ଛାତ୍ର ଛାତ୍ରୀ ମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ । ବ୍ୟବସାୟରେ ଶତୃ, ରୋଗ, ଋଣରୁ ମୁକ୍ତି ହେବେ ଓ ଉନ୍ନତି କରିବେ । ନୂତନ ନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ । ଖାଇବା ପିଇବାରେ ସତର୍କ ନରହିଲେ ଉଦରପୀଡ଼ା ଭୋଗିପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ଉନ୍ନତି ହେବା ସହ ଆଶାନୁରୂପ ଲାଭ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ଉନ୍ନତି ଓ ନୂତନ ଆୟର ପନ୍ଥା ଖୋଲିଯିବ । ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ । ପ୍ରଶାସନ ବିଭାଗ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତ ବିଭାଗରେ କର୍ମରତ ଥିଲେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ । କିନ୍ତୁ ୪/୫/୬/୭ ତାରିଖରେ ସତର୍କତା ଅବଲମ୍ବନ ନକଲେ ଶତୃମାନେ ଷଡ଼ଯନ୍ତ୍ର କରିବେ । ପରିବାରରେ ବ୍ୟୟ ବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ । ମାନସିକ ବିଷାଦ, ଭୟ ଆଶଙ୍କା ଗ୍ରସ୍ତ ହୋଇ ପାରନ୍ତି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!