ସାପ୍ତାହିକ ରାଶିଫଳ: ମାର୍ଚ୍ଚ ୧୫ ତାରିଖ ରୁ ମାର୍ଚ୍ଚ ୨୧ ତାରିଖ, ଏହି ସପ୍ତାହଟି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆୟ ପନ୍ଥାର ପରିବର୍ତ୍ତନ ଆସିବ । ବିଦ୍ୟୁତ ବିଭାଗ, ପ୍ରଶାସନ ବିଭାଗ, ଜ୍ୟୋତିଷ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ଶତୃମାନଙ୍କୁ ମୁକାବିଲା କରିପାରିବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ । ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ପୂରଣ କରିବେ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ କରିବା ଫଳରେ ଅଭାବ ଅନୁଭବ କରିପାରନ୍ତି । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟବୃଦ୍ଧି ଆର୍ଥିକ ଉନ୍ନତିରେ ସଫଳତା ଓ ମାନ ସମ୍ମାନ ବୃଦ୍ଧି ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଦୂର ସ୍ଥାନକୁ ଯାତ୍ରା କରିବେ । ବ୍ୟବସାୟରେ ଉନ୍ନତି ହେବ । କରଜରମାତ୍ରା ହ୍ରାସ ପାଇବ । ଭୋଗବିଳାସରେ ଦିନ କାଟିବା ପାଇଁ ଆଗ୍ରହୀ ହେବେ । ନିଜର ଆତ୍ମନିରୀକ୍ଷଣ, ମନୋବୈଜ୍ଞାନିକ ତଥ୍ୟ, ଅନ୍ୱେଷଣ, ଅନ୍ତର୍ଦୃଷ୍ଟି ଏବଂ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତ ହେବ । ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ମାନସମ୍ମାନ ବୃଦ୍ଧିହେବ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ବୃତ୍ତିଗତ ଦୃଷ୍ଟିରୁ ଅତ୍ୟନ୍ତ ଶୁଭ । ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମିଥୁନ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟରେ ପ୍ରଚୁର ଲାଭ ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧିହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ରାଜନୀତିରେ ନାନା ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ଫାଇଦା ଉଠାଇବେ । ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବା ସହ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସାମାଜିକ ପ୍ରତିଷ୍ଠା. ମାନସମ୍ମାନ ବୃଦ୍ଧିହେବ । ବ୍ୟବସାୟରେ ଉନ୍ନତି ହେବା ସହ ପ୍ରବଳ ଲାଭ ପାଇବେ । କର୍ମସନ୍ଧାନିମାନେ କର୍ମ ନିଯୁକ୍ତି ପାଇବେ । ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ଆସିବ । ରାଜନୀତି କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବା ଫଳରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କୃଷି କ୍ଷେତ୍ରରେ ସଫଳତା ଦେଖାଦେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟ ମାମଲାରେ ସଫଳ ହେବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ସିଂହ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ରାଜନୀତିରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହୋଇ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ପରହାତରେ ଥିବା ଧନ ସହଜରେ ପ୍ରାପ୍ତି ହେବା ଫଳରେ ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ କରି ପାରିବେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ ନତୁବା ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେ କରିପାରନ୍ତି । ପ୍ରତିକାର- ପକ୍ଷୀଙ୍କୁ କିଛିଦାନା ଖାଇବାକୁ ଦିଅନ୍ତୁ ।

କନ୍ୟା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ମାନସିକ ଅଶାନ୍ତି ଦୂର ହେବ । ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ଜମି, ଜମା ବିବାଦ ମେଣ୍ଟିଯିବା ଫଳରେ ଖୁସି ମିଳିବ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବା ସହ ଶରୀର ସୁସ୍ଥ ରହିବ । କର୍ମ ସଂଧାନୀ ମାନେ କର୍ମନିଯୁକ୍ତିର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରଶଂସିତ ହେବେ । ଦାମ୍ପତ୍ୟ କଳହର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ଶତୃମାନେ ପରାଜିତ ହେବେ ଓ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଶିକ୍ଷାକ୍ଷେତ୍ରରେ ପ୍ରତିଯୋଗିତା ପରୀକ୍ଷାରେ ବିଜୟୀ ହୋଇ ପ୍ରଶଂସା ମିଳିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ ।

ତୁଳା:- ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତି ହୋଇ ଶରୀର ସୁସ୍ଥ ରହିବ । ସରକାରୀ କର୍ମଚାରୀମାନେ ସହକର୍ମୀ ମାନଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉତ୍ତମ କାର୍ଯ୍ୟକରି ପ୍ରଶଂସା ପାଇବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତି ପାଇଁ ଚେଷ୍ଟା କଲେ କର୍ମପ୍ରାପ୍ତି ହେବ । ବ୍ୟବସାୟରେ ଉନ୍ନତି ହୋଇ ଅଶାତୀତ ଲାଭବାନ୍ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଃଶ୍ଚିନ୍ତା ଦୂର ହୋଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଛାତ୍ର ଛାତ୍ରୀମାନେ ନୂତନ ଯାନ ବାହନ ଇତ୍ୟାଦି କ୍ରୟ କରିବା ପାଇଁ ସୁଯୋଗ ପାଇ ପାରନ୍ତି । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ବିଚ୍ଛା:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଶାରୀରିକ ପୀଡା, ମନର ଦୁଶ୍ଚିନ୍ତା ଦୂର ହୋଇଯିବ । ଗୃହବାହନ ପ୍ରାପ୍ତି, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । କର୍ମକ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବା ସହ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ସ୍ଥଳବିଶେଷରେ ବିନା ପରିଶ୍ରମରେ ଅଧିକ ଲାଭବାନ ହେବେ । ବିଦେଶ ଯାତ୍ରାର ସୁଯୋଗ ପାଇ ଉଚ୍ଚଆଶା ପୂରଣ କରି ପାରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ଆୟରସ୍ରୋତ ଖୋଲିଯିବ । ପାରିବାରିକ କ୍ଷେତ୍ରରେ ଅସ୍ଥିରତା ଓ ଅଶାନ୍ତି ଦୂରେଇଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାର ସାମର୍ଥ୍ୟ ବଢ଼ିବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ଧନୁ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ହକ୍ ହେବେ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ବ୍ୟବସାୟୀ ମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । କର୍ମସଂଧାନୀ ମାନେ ନୂତନ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ମାଲି ମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ଛାତ୍ରଛାତ୍ରୀମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ । ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ରାଜନୀତି ସ୍ତରରେ ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସୁଖ, ସମ୍ପତ୍ତି ଓ ସାହାଯ୍ୟ ପ୍ରାପ୍ତି ହେବ । କର୍ମଯୋଗକୁ ଅଧିକ ମହତ୍ତ୍ୱ ଦେଇ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ସୁଖ ଅନୁଭବ କରିବେ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ଧର୍ମଦିଗରୁ ଦୂରେଇ ଯାଇ ବୈଷୟିକ-ଆସକ୍ତି ଦ୍ଵାରା ଜଡିତ ହେବେ । ରାଜନୀତି କ୍ଷେତ୍ରରେ କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ମିଳିବା ସହ ମାନ, ସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପାରିବାରିକ କ୍ଷେତ୍ରରେ ଅଶାନ୍ତି ଦୂରେଇଯାଇ ସାମାଜିକ ପତିଆରା ଅମଳିନ ରହିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କୁମ୍ଭ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ ଓ ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ । ଶିକ୍ଷାର୍ଥୀମାନେ ଅଧ୍ୟବସାୟର ଉତ୍ତମ ଫଳ ଆସ୍ଵାଦନ କରି ପାରିବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ମାନସିକ ଦୁଃଶ୍ଚିନ୍ତା ଦୂରେଇ ଯିବ । ପାରିବାରିକ କ୍ଷେତ୍ରରେ ପରସ୍ପର ପ୍ରତି ବିଶ୍ଵାସ ଭରସା ନିଷ୍ଠା ବୃଦ୍ଧି ପାଇବ । କର୍ମସଂଧାନୀ ମାନେ କର୍ମ ନିଯୁକ୍ତିରେ ସଫଳତା ଲାଭ କରିବେ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ ମାନେ କ୍ଷାତି ଅର୍ଜନ କରିବେ । ନୂତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ପୁରୁଣା ରୋଗର ପ୍ରକୋପ ହ୍ରାସ ପାଇବ । ପ୍ରତିକାର:- ଅଶ୍ୱସ୍ଥବୃକ୍ଷ ମୂଳରେ ଗୁଡପଣା ଢାଳନ୍ତୁ ।

ମୀନ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବା ସହ ଆନ୍ତିରକତା ବୁଝାମଣା ଆତ୍ମିକ ବନ୍ଧନକୁ ସୁଦୃଢ କରିବ । ସାମାଜିକ କ୍ଷେତ୍ରରେ ଜଣେ ସତ୍ ପରାମର୍ଶଦାତା, ଶିକ୍ଷକ, ଦାର୍ଶନିକ, ଉପଦେଷ୍ଠା ଭାବେ ସମ୍ମାନ ପାଇବେ । କର୍ମକ୍ଷେତ୍ରରେ ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ଶତ୍ରୁ ବା ବିରୋଧୀମାନେ ତଳମୁହାଁ ହେବେ । ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ବ୍ୟବସାୟକ୍ଷେତ୍ରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ନିଜ ପ୍ରଭାବ ଫଳରେ ପ୍ରତିକୂଳ ସ୍ରୋତକୁ ଅତିକ୍ରମ କରି ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!