Notice: Function _load_textdomain_just_in_time was called incorrectly. Translation loading for the heartbeat-control domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/u852326397/domains/jantrajyotisha.com/public_html/wp-includes/functions.php on line 6131

Deprecated: stripos(): Passing null to parameter #1 ($haystack) of type string is deprecated in /home/u852326397/domains/jantrajyotisha.com/public_html/wp-includes/functions.wp-styles.php on line 90
ଦୈନିକ ରାଶିଫଳ: 15 ମଇ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଦୈନିକ ରାଶିଫଳ: 15 ମଇ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇ ମାସ ୧୫ ତାରିଖ, ଶନିବାର, ବୃଷମାସ ୧ ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ତୃତୀୟାତିଥି, ସକାଳ ୮ଟା ୧ ମିନିଟ୍ ଗତେ ଚତୁର୍ଥୀତିଥି, ମୃଗଶିରା ନକ୍ଷତ୍ର, ସକାଳ ୮ଟା ୩୮ ମିନିଟ୍ ଗତେ ଆର୍ଦ୍ରାନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ, ସକାଳ ୮ଟା ୧ ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଶୁଭସମୟ- ସକାଳ ୭ଟା ୩୫ମିନିଟ୍ ରୁ ୭ଟା ୩୮ମିନିଟ୍, ରାତ୍ର ୧୧ଟା ୨୧ମିନିଟ୍ ରୁ ୧ଟା ୩୨ମିନିଟ୍ । ପର୍ବଦିନ- ବୃଷ ସଂକ୍ରାନ୍ତି, ଅକ୍ଷୟ ତୃତୀୟା, ରଥ ନିର୍ମାଣ ଅନୁକୂଳ, ଚନ୍ଦନ ଯାତ୍ରା ଆରମ୍ଭ, ପର୍ଶୁରାମ ଜୟନ୍ତୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶୁଭକାମ କରି ପ୍ରଶଂସିତ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ସେବକ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । କୌଣସି ଶୁଭ ସମାଚାର ଶୁଣିବେ ଓ ହସଖୁସିରେ ସମୟ ବ୍ୟତୀତ ହେବ । ବ୍ୟାପାରରେ ପ୍ରଚୁର ଲାଭ ହେବ, କିନ୍ତୁ କୌଣସି ମାଙ୍ଗଳିକ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ବୃଷ:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ବନ୍ଧୁମିଳନ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଉଚିତ୍ ପନ୍ଥା ଗ୍ରହଣ କରି ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବା ପାଇଁ ଉଦ୍ୟମ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କର୍କଟ:-କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କନ୍ୟା:-ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ପାଖରେ ଥିବା ସାଥୀ ଓ ପ୍ରିୟଜନ ମାନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ପ୍ରଶଂସା ପାଇବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସାମାଜିକ ସ୍ତରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି । ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ ।

ମକର:-ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ମାନସିକ ଶାନ୍ତି ମିଳିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । କଠିନ ପରିଶ୍ରମ କରିବା ଦ୍ଵାରା ଯଶମାନ ସମ୍ମାନ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ