ଦୈନିକ ରାଶିଫଳ: 15 ମଇ 2021, ଶନିଦେବଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ମଇ ମାସ ୧୫ ତାରିଖ, ଶନିବାର, ବୃଷମାସ ୧ ଦିନ, ବୈଶାଖମାସ, ଶୁକ୍ଳପକ୍ଷ, ତୃତୀୟାତିଥି, ସକାଳ ୮ଟା ୧ ମିନିଟ୍ ଗତେ ଚତୁର୍ଥୀତିଥି, ମୃଗଶିରା ନକ୍ଷତ୍ର, ସକାଳ ୮ଟା ୩୮ ମିନିଟ୍ ଗତେ ଆର୍ଦ୍ରାନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବୃଷ, ସିଂହ, କନ୍ୟା ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ, ସକାଳ ୮ଟା ୧ ମିନିଟ୍ ପରେ ମୂଳା ନ ଖାଇଲେ ଭଲ । ଶୁଭସମୟ- ସକାଳ ୭ଟା ୩୫ମିନିଟ୍ ରୁ ୭ଟା ୩୮ମିନିଟ୍, ରାତ୍ର ୧୧ଟା ୨୧ମିନିଟ୍ ରୁ ୧ଟା ୩୨ମିନିଟ୍ । ପର୍ବଦିନ- ବୃଷ ସଂକ୍ରାନ୍ତି, ଅକ୍ଷୟ ତୃତୀୟା, ରଥ ନିର୍ମାଣ ଅନୁକୂଳ, ଚନ୍ଦନ ଯାତ୍ରା ଆରମ୍ଭ, ପର୍ଶୁରାମ ଜୟନ୍ତୀ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-ଶୁଭକାମ କରି ପ୍ରଶଂସିତ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ସେବକ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । କୌଣସି ଶୁଭ ସମାଚାର ଶୁଣିବେ ଓ ହସଖୁସିରେ ସମୟ ବ୍ୟତୀତ ହେବ । ବ୍ୟାପାରରେ ପ୍ରଚୁର ଲାଭ ହେବ, କିନ୍ତୁ କୌଣସି ମାଙ୍ଗଳିକ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ବୃଷ:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ବନ୍ଧୁମିଳନ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଗତି କରିବା ସାଙ୍ଗକୁ ପାରିବାରିକ ଦୁଶ୍ଚିନ୍ତାରେ ମାନସିକ ଅଶାନ୍ତି ଦେଖାଦେବ । ରାଜନୀତି କ୍ଷେତ୍ରରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ:-ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଉଚିତ୍ ପନ୍ଥା ଗ୍ରହଣ କରି ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିବା ପାଇଁ ଉଦ୍ୟମ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କର୍କଟ:-କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ । ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ରାଜନୈତିକ କ୍ଷେତ୍ରରେ କୀର୍ତ୍ତୀ ଓ ମାନ-ପ୍ରତିଷ୍ଠାରେ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

ସିଂହ:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ବ୍ୟବସାୟ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବା ସହ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ । ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କନ୍ୟା:-ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । ସ୍ୱାସ୍ଥ୍ୟ ହାନୀ ହେବା ସହ ସନ୍ତାନ ମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା:-ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ପାଖରେ ଥିବା ସାଥୀ ଓ ପ୍ରିୟଜନ ମାନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ପ୍ରଶଂସା ପାଇବେ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-ସାମାଜିକ ସ୍ତରରେ ସମସ୍ତଙ୍କ ମେଳରେ ରହି ପ୍ରଶଂସିତ ହେବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରେମିକ-ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହୋଇ ପାରନ୍ତି । ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ଚିନ୍ତିତ ରହି ପାରନ୍ତି । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ଧନୁ:-ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ପ୍ରତିକାର- ତିଳକଚନ୍ଦନ ଧାରଣ କରନ୍ତୁ ।

ମକର:-ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି । ପ୍ରତିକାର- କଳାରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ ମାନସିକ ଶାନ୍ତି ମିଳିବ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । କଠିନ ପରିଶ୍ରମ କରିବା ଦ୍ଵାରା ଯଶମାନ ସମ୍ମାନ ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!