ଦୈନିକ ରାଶିଫଳ: 15 ମଇ 2022, ସୂର୍ଯ୍ୟଦେବଙ୍କ କୃପାରୁ ଏହି 4ଟି ରାଶିଙ୍କର ବନୁଛି ରାଜଯୋଗ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ମଇମାସ ୧୫ତାରିଖ, ରବିବାର, ବୃଷମାସ୧ଦିନ, ବୈଶାଖମାସ ଶୁକ୍ଳପକ୍ଷ, ଚତୁର୍ଦ୍ଦଶୀତିଥି ଦିବା ୧୨ଟା ୪୬ମିନିଟ୍ ପରେ ପୂର୍ଣ୍ଣିମା ତିଥି, ସ୍ଵାତୀ ନକ୍ଷତ୍ର, ତୁଳା ରାଶିରେ ଚନ୍ଦ୍ର । ବ୍ୟତିପାତ ଯୋଗ ସକାଳ ୯ଟା ୪୮ମିନିଟ୍ ପରେ ବରୀୟାନ ଯୋଗ । ବାଣିଜ୍ୟ କରଣ ଦିବା ୧୨ଟା ୪୬ମିନିଟ୍ ପରେ ବିଷ୍ଟି କରଣ । ମେଷ ରାଶିର ଘାତବାର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ, ଦିବା ୧୨ଟା ୪୬ମିନିଟ୍ ପରେ ଆମିଷ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ଦିବା ୧୨ଟା ୪୬ମିନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଧିଷ୍ଟ ଏବଂ ପୂର୍ଣ୍ଣିମାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୬ମିନିଟ୍ ରୁ ୧ଟା ୧୯ମିନିଟ୍, ରାତ୍ରି ୧ଟା ୬ମିନିଟ୍ ରୁ ୨ଟା ୩୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୧୮ମିନିଟ୍ ରୁ ୯ଟା ୩୩ମିନିଟ୍, ଦିବା ୧ଟା ୨୦ମିନିଟ୍ ରୁ ୧ଟା ୫୦ମିନିଟ୍, ସନ୍ଧ୍ୟା ୬ଟା ୫୪ମିନିଟ୍ ରୁ ୯ଟା ୬ମିନିଟ୍, ରାତ୍ର ୧୨ଟା ୬ମିନିଟ୍ ରୁ ରାତ୍ର ୧ଟା ୫ମିନିଟ୍, ରାତ୍ର ୨ଟା ୩୧ମିନିଟ୍ ରୁ ୩ଟା ୨ମିନିଟ୍ । ପର୍ବଦିନ- ବିଜୟା ସପ୍ତମୀ ବ୍ରତ, ବିଜୟା ସପ୍ତମୀ ସ୍ନାନ ।

ମେଷ:-ସଭାସମିତି, ନିର୍ମାଣ, ଯୋଗାଯୋଗ ପାଇଁ ଅଧିକ ସମୟ ଦେବାକୁ ପଡିବ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ରାଜନୀତି କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଆୟବୃଦ୍ଧି, ଋଣମୁକ୍ତି ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବା ସହ ଲାଭର ପରିମାଣ ଅଧିକ ହେବ । ପାରିବାରିକ ସ୍ତର ହସ ଖୁସିରେ କଟିବ ଓ ଚିନ୍ତା କରିଥିବା କାମ ଗୁଡିକ ହେବ । ରାଜନୀତି କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବା ସହ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି । ରାଜନୀତିରେ ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟରେ ପ୍ରଚୁର ଲାଭହେବ ଓ ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ । ପରିବହନରେ ବିଶେଷ ଲାଭବାନ ହେବେ । କ୍ରିଡା ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ ଓ କଳା, ସାହିତ୍ୟ, ସଭାସମିତିରେ ସଫଳତା ହାସଲ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ସିଂହ:- ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ । ପଡା ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଆନନ୍ଦ ହୋଇପାରେ । ବ୍ୟବସାୟରେ ରୋଜଗାର ସମସ୍ୟା ସୁଧୁରି ଯାଇ ଧନ ଲାଭ ହେବାରୁ ମନ ଖୁସି ରହିବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।

କନ୍ୟା:-ଶୁଭକାମ କରି ପ୍ରଶଂସିତ ହେବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ । କର୍ମକ୍ଷେତ୍ରରେ ମାନସିକ ଅଶାନ୍ତି ଦୂର ହୋଇ ପ୍ରଶଂସିତ ହେବେ । ନୂଆ କାମ ନୂଆ ପ୍ରେରଣା ଦେବ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ । ବୁଦ୍ଧିମାତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।

ତୁଳା:-ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ ଓ ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ । ହରାଇଥିବା ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ ଓ ଆର୍ଥୀକ ସ୍ୱଚ୍ଛଳତା ଦେଖା ଦେବ । ଅଧାଥିବା କାର୍ଯ୍ୟ ପୂରଣ ହେବ । ରାଜନୀତି କ୍ଷେତ୍ରରେ ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ବିଚ୍ଛା:-ସାମାଜିକ ଅନୁଷ୍ଠାନରେ ଯୋଗ ଦେବାର ସୁଯୋଗ ମିଳିବ ଓ ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ରାଜନୀତିରେ ବାକ୍ୟ ସଂଯମତା ରଖିଲେ ଉଚ୍ଚପ୍ରଶଂସିତ ହେବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖାଦେଇ ପାରେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ଧନୁ:-ଶତୃମାନେ ମଥାନତ କରିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳି ପାରେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ପରିବାରରେ ଆତ୍ମବିଶ୍ଵାସ ବୃଦ୍ଧି ପାଇବା ଫଳରେ ଉତ୍ତମ ରୋଜଗାର କରିପାରିବେ । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ । ଉଚ୍ଚପ୍ରଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।

କୁମ୍ଭ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ପ୍ରତିକାର- ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

ମୀନ:-ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ ଅର୍ଥକୁ ଭଗବାନ ଜ୍ଞାନ କରି ବିବାଦମାନ ପରିସ୍ଥିତିର ବି ସମ୍ମୁଖୀନ ହେବାକୁ ପଡିପାରେ । ଧର୍ମ କର୍ମରେ ରୁଚି ବୃଦ୍ଧି ହେବ । ରାଜନୀତିରେ ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତି କରି ପାରେ । ନୂତନ ସଂସ୍ଥାର ଆୟୋଜନ ନକରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!