ଦୈନିକ ରାଶିଫଳ: ୧୫ ନଭେମ୍ବର ୨୦୧୮। ମା ଲକ୍ଷ୍ମୀ ଏହି ୪ଟି ରାଶି ଉପରେ ହୋଇଛନ୍ତି ପ୍ରଶନ୍ନ, ମିଳିବ ବଡ ଖୁସି ଖବର…

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୫ ନଭେମ୍ବର ୨୦୧୮। ମା ଲକ୍ଷ୍ମୀ ଏହି ୪ଟି ରାଶି ଉପରେ ହୋଇଛନ୍ତି ପ୍ରଶନ୍ନ, ମିଳିବ ବଡ ଖୁସି ଖବର…

ମେଷ:

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:

ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ପ୍ରତିକାର- ଶିବ ମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ମିଥୁନ:

ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟ ବଢାଇବାରେ ସମର୍ଥ ହେବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁରସ୍ଵାଦ ଅନୁଭବ କରିବେ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ରକ୍ତଚାପ, ମଧୁମେହ,ଉଦରପୀଡା ବୃଦ୍ଧିପାଇ ହନ୍ତସନ୍ତ କରିବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଦେଖାଦେବା ଫଳରେ ଉଦଭ୍ରାନ୍ତ ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ।  

<<Vastu>>> | <<< Jataka Bichara >>> 

କର୍କଟ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। କର୍ମକ୍ଷେତ୍ରରେ କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ। ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ।

ସିଂହ:-

ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର  ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ଋଣ ଭରଣାରେ ସହଜ ହେବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ବ୍ୟବସାୟୀମାନଙ୍କର କାରବାର ବଢିବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କ କୃପାଭାଜନ ହେବେ। ମାନସିକ ସ୍ୱାସ୍ଥ୍ୟ ଅବ୍ୟବସ୍ଥିତ ରହିବ। ପାରିବାରିକ କ୍ଷେତ୍ରରେ ସ୍ଣେହ  ସଦ୍ଭାବର ଅଭାବ ଦେଖାଦେବ। ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରିବେ।

କନ୍ୟା:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବ। ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ଶୃଙ୍ଖଳରୁ  ଦୂରେଇ ଯିବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ତୁଳା:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ରାଜନୀତି କ୍ଷେତ୍ରରେ ଅସାଧାରଣ ସ୍ଥିତି ରହିବ। ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ। ମହିଳାମାନେ ଭଲ କାମ କରି ସୁଖରେ ଦିନ ବିତାଇବେ। କର୍ମରେ ଉନ୍ନତି ସହିତ ଆକସ୍ମିକ ଅର୍ଥଲାଭର ସୂଚନା ପାଇବେ। ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଛା:-

ଅନେକ ଶୁଭ କର୍ମର ସୁଯୋଗ ପାଇବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ। ନୂତନ କାର୍ଯ୍ୟ ଆରମ୍ଭ କଲେ ଅଧିକ ଲାଭପ୍ରଦ ହେବେ। ଶତୃମାନେ ପରାଜିତ ହେବେ। ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

ଧନୁ:-

ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଲାଭବାନ ହେବେ ଓ ବକେୟା ଅର୍ଥ ଆଦାୟ ହେବ। କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ସହକର୍ମୀମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ। ବିଦେଶ ଯାତ୍ରାରେ ଲାଭ ପାଇବେ। ପ୍ରତିକାର- ଗାଈକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ଉଚ୍ଚପଦସ୍ଥ ବ୍ୟକ୍ତି ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ନିବିଡ ହେବ। ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ଵିତ ହେବେ। ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ। ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ।  ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ।ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଜ୍ୟ କରନ୍ତୁ।

କୁମ୍ଭ:-

ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ନୂତନ ସମ୍ପତି କ୍ରୟ କରିବେ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଯଶର ସହ ଉତ୍ତୀର୍ଣ୍ଣ ହେବେ। କର୍ମକ୍ଷେତ୍ରରେ ପଦୋନ୍ନତି ଓ ବନ୍ଧୁ ଲାଭହେବ। ବ୍ୟବସାୟରେ  ପୂର୍ଣ୍ଣ ସଫଳତା ଓ ପୂର୍ବ ସମସ୍ୟାର ସମାଧାନ ହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

ନୂତନ ସଂସ୍ଥାର ଆୟୋଜନ କରିବେ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ।  ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ମିଳିବ। ମହିଳା ମାନଙ୍କର ସମ୍ମାନ ବୃଦ୍ଧି ହେବାସହ ସୁନାମ ଅର୍ଜନ କରିବେ। ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟୟ ଅପେକ୍ଷା ଆୟ ଅଧିକ, ଋଣମୁକ୍ତ ଓ ଋଣପ୍ରାପ୍ତି ହେବ। ଜଗାଜମି, ଗୃହ ଉପକରଣ କ୍ରୟ କରିବେ। ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପ୍ରତିକାର-ପିତା ମାତାଙ୍କ ଆଜ୍ଞା ପାଳନ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!