ଦୈନିକ ରାଶିଫଳ: 15 ନଭେମ୍ବର ୨୦୨୦, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କa ଜୀବନରେ ହେବ ବଡ ପରିବର୍ତ୍ତନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ନଭେମ୍ବର ମାସ ୧୫ତାରିଖ, ରବିବାର, ତୁଳାମାସ ୩୦ଦିନ, କାର୍ତ୍ତିକମାସ, କୃଷ୍ଣପକ୍ଷ, ଅମାବାସ୍ୟାତିଥି, ଦିବା ୧୦ଟା ୩୭ମିନିଟ୍ ଗତେ ପ୍ରତିପଦାତିଥି, ବିଶାଖାନକ୍ଷତ୍ର, ତୁଳାରାଶିରେ ଚନ୍ଦ୍ର, ଦିବା ୧୧ଟା ୫୮ମିନିଟ୍ ଗତେ ବିଛା ରାଶିରେ ଚନ୍ଦ୍ର । ମେଷ ରାଶିର ଘାତବାର । ଆମିଷ ନ ଖାଇଲେ ଭଲ, ଦିବା ୧୦ଟା ୩୭ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶୁଭସମୟ- ପ୍ରାତଃ ୬ଟା ୪୪ମିନିଟ୍ ରୁ ୮ଟା ୫୫ମିନିଟ୍, ଦିବା ୧୨ଟା ୫୫ମିନିଟ୍ ରୁ ୨ଟା ୫୦ମିନିଟ୍, ଦିବା ୩ଟା ୩୫ମିନିଟ୍ ରୁ ୩ଟା ୪୦ମିନିଟ୍, ରାତ୍ର ୭ଟା ୩୯ମିନିଟ୍ ରୁ ୯ଟା ୨୨ମିନିଟ୍ । ପର୍ବଦିନ- ମାସାନ୍ତ, କାର୍ତ୍ତିକ ଅମାବାସ୍ୟା, ସୁଖରାତ୍ରି, ଗୋବର୍ଦ୍ଧନୋତ୍ସବ, ଗିରି ଗୋବର୍ଦ୍ଧନ ପୂଜା, ଅନ୍ନକୂଟ ।

ମେଷ:- ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ସମାଜରେ ପଦ ପଦବୀ ବୃଦ୍ଧି ପାଇବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରେମିକ ପ୍ରେମିକା ମାନେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ରାଜନୀତିରେ ସମାଲୋଚିତ ହୋଇ ଭାବମୂର୍ତ୍ତି କ୍ଷୁର୍ଣ୍ଣ ହେବ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା କରି ପାରନ୍ତି । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢି ପାରନ୍ତି । ମନରେ ଅଶାନ୍ତି ଅସନ୍ତୋଷ ଦେଖାଦେଇ ପାରେ । ମାଆଙ୍କ ପକ୍ଷରୁ ସହଯୋଗ ମିଳିବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ବୃଷ:- ଶତୃମାନେ ଦୂରେଇ ଯିବା ଫଳରେ ମାନସିକ ଶାନ୍ତି ମିଳିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ନୂତନ କାର୍ଯ୍ୟଆରମ୍ଭ କରି ପାରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ । ଭ୍ରମଣ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ । ପରିବାରରେ ଅର୍ଥବ୍ୟବସ୍ଥା ପୂର୍ଣ୍ଣ ରୂପରେ ସଞ୍ଚାଳିତ ହେବ । ଅଚାନକ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମିଥୁନ:-ଶତୃମାନେ ଦୂରେଇ ଯିବା ଫଳରେ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସମସ୍ତ ଚିନ୍ତାରୁ ମୁକ୍ତି ପାଇବେ । ନିଜର ଯୋଗ୍ୟତା ଓ କ୍ଷମତାର ପ୍ରଭାବରେ ଅଧିକାରୀ ପ୍ରସନ୍ନ ରହିବେ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । କୌଣସି ନୂତନ କାର୍ଯ୍ୟ ଆରମ୍ଭ ନକରିବା ଉଚିତ୍ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କର୍କଟ:- ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବା ଫଳରେପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ି ପାରେ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରି କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ରାଜନୀତି କ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ସିଂହ:-ଶୁଭ ସମାଚାର ମିଳିପାରେ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଅନେକ କାମରେ ସଫଳତା ପାଇ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ନୂଆ ଜ୍ଞାନର ବୃଦ୍ଧି ହେବ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ସାମାଜିକ ପତିଆରା ଅମଳିନ ରହିବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ରାଜନୀତିରେ ସମାଜ ସେବାକରି ସ୍ଵନାମ ଅର୍ଜନ କରି ପାରିବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ପ୍ରେମୀ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ ।

କନ୍ୟା:-ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ । ନୂତନ ଯୋଜନା ପ୍ରସ୍ତୁତ କଲେ ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସମ୍ପର୍କିୟ ବନ୍ଧୁଙ୍କଠାରୁ ସହଯୋଗ ପାଇବେ । ପୁରୁଣା ମିତ୍ରଙ୍କ ସହିତ ସାକ୍ଷାତ ହେବା ଦ୍ୱାରା ଲାଭଦାୟକ ହେବେ । ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ସନ୍ତାନ ଯୋଗେ ଚିନ୍ତିତ ରହିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ତୁଳା:-ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବା ଫଳରେ ମାନସିକ ଏକାଗ୍ରତା ବଜାୟ ରହିବ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ବିଚ୍ଛା:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

ଧନୁ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଧନର ଆଗମନ ହୋଇପାରେ । ବନ୍ଧୁମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । କୌଣସି କାମରେ ବିଶେଷ ଜ୍ଞାନ ହାସଲ କରିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମକର:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ରାଜନୀତି କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳି ପାରେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ମାନସିକ ଶାନ୍ତି ମିଳିବା ସହ ଧନ ପ୍ରାପ୍ତି ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଦୂରସ୍ଥାନକୁ ଯିବାକୁ ପଡିପାରେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ପିତା ମାତାଙ୍କ ଠାରୁ ସହଯୋଗ ମିଳିବ । ଆମୋଦ ପ୍ରମୋଦ, ମନୋରଞ୍ଜନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମୀନ:-ବ୍ୟବସାୟିକ କାରବାରରେ ସୁଧାର ଆସି ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡି ପାରେ । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ । ପ୍ରେମପ୍ରସଙ୍ଗରେ ସଫଳତା ମିଳିବ । ଗୃହୋପକରଣ କ୍ରୟ କରି ପାରନ୍ତି । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!