୨୦୨୨ମସିହା, ଅକ୍ଟୋବର ମାସ ୧୫ତାରିଖ, ଶନିବାର, କନ୍ୟାମାସ ୨୯ଦିନ, କାର୍ତ୍ତିକମାସ କୃଷ୍ଣପକ୍ଷ, ଷଷ୍ଠୀତିଥି, ମୃଗଶିରା ନକ୍ଷତ୍ର, ବୃଷ ରାଶିରେ ଚନ୍ଦ୍ର ଦିବା ୧୦ଟା ୧ମିନିଟ୍ ପରେ ମିଥୁନ ରାଶିରେ ଚନ୍ଦ୍ର । ବରୀୟାନ ଯୋଗ ଦିବା ୨ଟା ୨୩ମିନିଟ୍ ପରେ ପରିଘ ଯୋଗ । ଗର କରଣ ସନ୍ଧ୍ୟା ୫ଟା ୫୫ମିନିଟ୍ ପରେ ବାଣିଜ୍ୟ କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର ଦିବା ୧୦ଟା ୧ମିନିଟ୍ ପରେ କନ୍ୟା ରାଶିର ଘାତଚନ୍ଦ୍ର । ନିମ୍ବ ବା ପିତା ଦ୍ରବ୍ୟ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ଯାତ୍ରା ନିଷେଧ । ଶ୍ରାଦ୍ଧତର୍ପଣ- ଷଷ୍ଠୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ପ୍ରାତଃ ୫ଟା ୪୪ମିନିଟ୍ ରୁ ୭ଟା ୧୧ମିନିଟ୍, ଦିବା ୧୨ଟା ୫୯ମିନିଟ୍ ରୁ ୨ଟା ୨୬ମିନିଟ୍, ଦିବା ୩ଟା ୫୩ମିନିଟ୍ ରୁ ସନ୍ଧ୍ୟା ୬ଟା ୫୩ମିନିଟ୍, ରାତ୍ର ୪ଟା ୧୧ମିନିଟ୍ ରୁ ୫ଟା ୪୫ମିନିଟ୍ । ଶୁଭସମୟ- ସକାଳ ୭ଟା ୧୮ମିନିଟ୍ ରୁ ୮ଟା ୩୭ମିନିଟ୍, ଦିବା ୧୧ଟା ୫୬ମିନିଟ୍ ରୁ ୧୨ଟା ୫୮ମିନିଟ୍, ଦିବା ୨ଟା ୨୭ମିନିଟ୍ ରୁ ୨ଟା ୫୯ମିନିଟ୍, ଦିବା ୩ଟା ୪୮ମିନିଟ୍ ରୁ ୩ଟା ୫୨ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ୩ଟା ୧୫ମିନିଟ୍ । ପର୍ବଦିନ- ଏ.ପି.କେ. ଅବଦୁଲ କଲାମଙ୍କ ଜୟନ୍ତୀ ।
ମେଷ:-ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ସମ୍ମାନ ଲାଭ କରିବେ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ଉନ୍ନତି ଓ ଆର୍ଥିକ ସ୍ଥିତିରେ ବୃଦ୍ଧି ହେବ । ଶୁଭ ସମାଚାର ମିଳିବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଦ୍ଵାରା ସହାୟତା ପାଇ ଉନ୍ନତି ହେବ । କୌଣସି ମାଙ୍ଗଳିକ କାର୍ଯ୍ୟରେ ଅର୍ଥ ବ୍ୟୟ କରିବେ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବୃଷ:-କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ଧନ ଲାଭ ହେବାରୁ ମନ ଖୁସି ରହିବ । ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେସନାରୀ, ଔଷଧ ବ୍ୟବସାୟୀ ମାନଙ୍କର ଆଶାତିତ ଲାଭ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ପାରିବାରିକ ସ୍ତରରେ କିଛି କୁହୁଳା ଆଶାନ୍ତି ଦୂରେଇ ଯିବ । ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ଦୂରଯାତ୍ରା କରି ନିଜକୁ ସୁସ୍ଥ ମନେକରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ । ପ୍ରତିକାର- ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ ।
କର୍କଟ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ସୁଖ, ସମ୍ପତ୍ତି ଲାଭ, ସାହାଯ୍ୟ ପ୍ରାପ୍ତି ଓ ଗୃହବାହନ ପ୍ରାପ୍ତିହେବ । ଶିଳ୍ପ, ବାଣିଜ୍ୟ ଓ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଗୃହ ନିର୍ମାଣ କରିବେ । ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ପ୍ରତିକାର- ଧଳାରୁମାଲ ଟିଏ ପାଖରେ ରଖନ୍ତୁ ।
ସିଂହ:-ଶିକ୍ଷାକ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣହେବେ । ପରିବାରର କେତେକ ସମସ୍ୟା ସମାଧାନ ହୋଇ ବନ୍ଧୁଙ୍କ ସହଯୋଗ ପାଇ ସୁଖପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପ୍ରେମିକ ପ୍ରେମିକାମାନେ ପାଦ ସହିତ ପାଦ ମିଶେଇ ଆଗକୁ ବଢିବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପ୍ରଶଂସା ପାଇବେ । ପଢ଼ାପଢ଼ିରେ ମନଯୋଗ ଦେଇ ଉଚ୍ଚଶିକ୍ଷା ପାଇଁ ଅଗ୍ରହିହେବେ । ଭଲମନ୍ଦ ବିଚାର କରି ଯେ କୌଣସି କାର୍ଯ୍ୟକଲେ ଆୟ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-ପାରିବାରିକ ଜୀବନ କ୍ଷେତ୍ରରେ ଆନନ୍ଦମୟ ପରିସ୍ଥିତି ସୃଷ୍ଟିହେବ । କାର୍ଯ୍ୟକ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ । ଛାତ୍ର ଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତିହେବ । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ ପ୍ରତି କ୍ଷେତ୍ରରେ ବିଫଳ ହେବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ଧନୁ:-ସରକାରୀ କାମରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ । ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରତିକାର- ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
ମକର:-ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପାରିବାରିକ ଅଶାନ୍ତି ଦୂର ହେବ ଓ ଦାମ୍ପତ୍ୟ ସୁଖ ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କାର୍ଯ୍ୟଆଳୟରେ ଆଲୋଚନା ସରଗରମ ହୋଇପାରେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କୁମ୍ଭ:-ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ଓ ବକେୟା ଅର୍ଥ କିଛି ଆଦାୟ ହେବ । ପାରିବାରିକସ୍ତର ହସ ଖୁସିରେ କଟିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରି ପାରିବେ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ । ହଠାତ୍ ଆବଶ୍ୟକତା ପୂରଣ ଦିଗରେ ଖର୍ଚ୍ଚାନ୍ତ ହେବେ । କର୍ମଚାରୀଙ୍କର କାର୍ଯ୍ୟ କ୍ଷେତ୍ରରେ ଶତ୍ରୁମାନେ ମୁଣ୍ଡଟେକି ପାରନ୍ତି । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ମୀନ:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ସାମାଜିକସ୍ଥିତି ମଜଭୁତହେବ । ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ । ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବ ଓ ନୂତନ କର୍ମ ନିଯୁକ୍ତିର ସୂଚନା ପାଇବେ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ ଓ କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ଆନନ୍ଦିତ ହେବେ ଓ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
