ଦୈନିକ ରାଶିଫଳ: 15 ଅକ୍ଟୋବର ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଅକ୍ଟୋବର ମାସ ୧୫ ତାରିଖ, ଗୁରୁବାର, କନ୍ୟା ମାସ ୩୦ ଦିନ, ମଳ ଆଶ୍ଵିନମାସ, କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି, ସକାଳ ୮ଟା ୩୩ମିନିଟ୍ ଗତେ କ୍ଷୟ ଚତୁର୍ଦ୍ଦଶୀ ତିଥି, ଉତ୍ତରାଫାଲଗୁନୀ ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତ ବାର। ବୃଷ ରାଶିର ଘାତଚନ୍ଦ୍ର। ବାଇଗଣ ନ ଖାଇଲେ ଭଲ, ସକାଳ ୮ଟା ୩୩ମିନିଟ୍ ପରେ ବିରିଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ। ଶୁଭସମୟ- ପ୍ରାତଃ ୫ଟା ୪୫ମିନିଟ୍ ରୁ ୭ଟା ୧୬ମିନିଟ୍, ସନ୍ଧ୍ୟା ୬ଟା ୧୦ମିନିଟ୍ ରୁ ରାତ୍ର ୯ଟା ୨୭ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ଶୁଭ ସମ୍ବାଦପାଇ ଖୁସିହେବା ସହ ମାନସିକ ଏକାଗ୍ରତା ବଜାୟ ରଖି ପାରିବେ। କର୍ମକ୍ଷେତ୍ରରେ ଅସନ୍ତୋଷ, କ୍ଷୋଭ ଓ ଅବଶୋଷ ଦୂରେଇ ଯିବା ଫଳରେ ଉଚ୍ଚପଦସ୍ଥ ଅଫିସର ମାନେ ସନ୍ତୋଷ ହେବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇ ଥିବାରୁ ପ୍ରତିଯୋଗୀତା ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାର  ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ବୃଷ:-

ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ବୃଦ୍ଧି ହେବ ଓ ଉଚିତପନ୍ଥା ଗ୍ରହଣ କରିବେ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। କେତେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ରାଜନୀତି କ୍ଷେତ୍ରରେ ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶମାନ ସମ୍ମାନ ମିଳିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସନ୍ତାନଙ୍କ ଉନ୍ନତି ଚିନ୍ତାରେ ମାନସିକ ଶାନ୍ତି ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ନୂତନପନ୍ଥା ଅନୁସରଣ କରିବେ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ବ୍ୟବସାୟରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ଆମୋଦ ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ ରେ ଉତ୍ସାହ ବଢିବ। ନିଜ ଲୋକମାନେ ମନମୋଟିଆ ହୋଇ ପାରନ୍ତି। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ଋଣପ୍ରାପ୍ତି ଓ ଋଣମୁକ୍ତିର ରାସ୍ତା ପରିଷ୍କାର ହେବ। ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାର ସମାଧାନ କରି ପାରନ୍ତି। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବ। ଧାର୍ମିକ କାର୍ଯ୍ୟରେ ପ୍ରୋତ୍ସାହନ ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପାଖରେ ଥିବା ସାଥୀ, ବନ୍ଧୁ, ପ୍ରିୟଜନ ଓ ସହକର୍ମୀ ମାନଙ୍କ ଆର୍ଥିକ ସାହାଯ୍ୟ ସହଯୋଗ ଦ୍ଵାରା ବିଶେଷ ଲାଭବାନ ହେବେ। ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ରାଜନୀତି କ୍ଷେତ୍ରରେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ। ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ। ଆୟ ଊତ୍ତମ ସ୍ଥଳେ ସଙ୍କଟ ଜନକ ପରିସ୍ଥିତିର ଅବସାନ ଘଟିବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ଧନ ଲାଭ ହେବାରୁ ମନ ଖୁସି ରହିବ। ସ୍ଥଗିତଥିବା କର୍ମଟି ପୂରଣ କରିବାକୁ ଚେଷ୍ଟା କରିବେ। ରାଜନୀତି କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଅତ୍ୟନ୍ତ ଅନୁକୂଳ ହୋଇ ଥିବାରୁ ପ୍ରତିଯୋଗୀତା, ପରୀକ୍ଷା ଓ ପ୍ରତିସ୍ପର୍ଦ୍ଧାର  ନିର୍ଣ୍ଣୟ ଆପଣଙ୍କ ସପକ୍ଷରେ ଯିବ। ଜାଗାଜମି, ଗୃହ ଉପକରଣ କ୍ରୟ ନକରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ। ପରିବାରରେ ମାନ ମନାନ୍ତର ଦୂର ହୋଇ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ରାଜନୀତି କ୍ଷେତ୍ରରେ ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। କୌଣସି ଅଚିହ୍ନା ବ୍ୟକ୍ତିଙ୍କ ସାହାଯ୍ୟରେ ଉଚ୍ଚଆଶା ସଫଳ ହେବ। ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ। ଧନର ଆଗମନ ହୋଇପାରେ। ମାନସିକ ସ୍ଥିରତା ଦେଖାଦେବ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହେବ, ଯାହା ଆଗକୁ ବଢିବାରେ ସହାୟତା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-

ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ନୂତନପନ୍ଥା ଅନୁସରଣ କରି ପାରନ୍ତି। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। କିନ୍ତୁ ବିରୋଧି ଓ ଶତୃମାନଙ୍କୁ ନଜର ରଖିବାକୁ ହେବ। କୌଣସି କାର୍ଯ୍ୟ ଆରମ୍ଭ କଲେ ପୁରଣରେ ବିଳମ୍ବ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ବିଚ୍ଛା:-

ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ଶତୃମାନେ ଦୂରେଇ ଯିବେ। ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହୋଇ ପଦୋନ୍ନତିର ସୂଚନା ପାଇବେ। ସୁଖସମ୍ପତ୍ତି ଲାଭ ହେବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ରାଜନୀତି କ୍ଷେତ୍ରରେ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

ଧନୁ:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। କର୍ମ କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ମନରେଥିବା କାମନା ପୂର୍ଣ୍ଣ ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର- ଦହି ମିଠା ଖାଇ କରି ଘରୁ ବାହାରନ୍ତୁ।

ମକର:-

ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ରାଜନୀତିରେ ସାମାଜିକ ପତିଆରା ଅମଳିନ ରହିବ ଓ ଉନ୍ନତି ହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କିଏ ଚାହିଁଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବା ସହ ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

କୁମ୍ଭ:-

ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବ ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି। ଶତୃ ବା ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-

ଗୃହବାହନ ପ୍ରାପ୍ତି ପରିଜନଙ୍କ ତରଫରୁ ଶୁଭ ସମାଚାର ମିଳିପାରେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାରେ ନୂତନ ଦ୍ରବ୍ୟ କ୍ରୟ କରିବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ। ପରିବାରରେ ମାନସିକ ଶାନ୍ତି ମିଳିବ। ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ଶାନ୍ତି ପାଇବେ। ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଘଟି ପାରେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!