ଦୈନିକ ରାଶିଫଳ: ୧୫ ସେପ୍ଟେମ୍ବର ୨୦୨୦, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ସେପ୍ଟେମ୍ବର ମାସ ୧୫ ତାରିଖ, ମଙ୍ଗଳବାର, ସିଂହ ମାସ ୩୧ ଦିନ, ଆଶ୍ଵିନମାସ, କୃଷ୍ଣପକ୍ଷ, ତ୍ରୟୋଦଶୀ ତିଥି, ଅଶ୍ଳେଷା ନକ୍ଷତ୍ର, କର୍କଟ ରାଶିରେ ଚନ୍ଦ୍ର। ମକର ରାଶିର ଘାତବାର। ବାଇଗଣ ନ ଖାଇଲେ ଭଲ। ଶୁଭସମୟ- ସକାଳ ୮ଟା ୪୦ମିନିଟ୍ ରୁ ୧୦ଟା ୨୭ମିନିଟ୍, ଦିବା ୧୨ଟା ୫୫ମିନିଟ୍ ରୁ ୧ଟା ୧୧ମିନିଟ୍, ଦିବା ୩ଟା ୨୧ମିନିଟ୍ ରୁ ୪ଟା ୧୩ମିନିଟ୍, ସନ୍ଧ୍ୟା ୫ଟା ୪୬ମିନିଟ୍ ରୁ ୬ଟା ୩୩ମିନିଟ୍, ରାତ୍ର ୮ଟା ୫୬ମିନିଟ୍ ରୁ ୧୧ଟା ୧୭ମିନିଟ୍। ପର୍ବଦିନ- ମାସାନ୍ତ, ଅପରପକ୍ଷର ତ୍ରୟୋଦଶୀ ଶ୍ରାଦ୍ଧ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସମସ୍ତକର୍ମ ବହୁତ ସହଜରେ ସମ୍ପନ୍ନ ହେବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଲେ ଯଶପ୍ରାପ୍ତି ହେବ। ଅପେକ୍ଷା କରୁଥିବା କାର୍ଯ୍ୟଟି ପୂରଣ ହେବ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ବୃଷ:-

ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି, ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଅଧିକ ଲାଭବାନ ହେବେ। ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ। ମାନସିକ ଅଶାନ୍ତି ଦୂର ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-

ଅଚାନକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଉନ୍ନତି ସହ ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ପ୍ରଶଂସିତ ହେବେ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।     

କର୍କଟ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ନୂତନ କର୍ମ ପ୍ରାପ୍ତି ହେବାର ସୂଚନା ପାଇବେ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶୁଭ ସମ୍ବାଦ ପାଇ ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାରମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।  

ସିଂହ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ଆର୍ଥିକ ସ୍ଥିତି ସୁଧୁରିଯିବ। ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଚାଲୁଥିବା କାର୍ଯ୍ୟ ପୂରଣ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ପ୍ରଶଂସିତହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।  

ତୁଳା:-

ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି କରିବେ। ବନ୍ଧୁଙ୍କ ଆଗମନ ହେବ। ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। ନିଜଲୋକଙ୍କ ସହଯୋଗରେ ଆଗକୁ ବଢିପାରିବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ଗୁପ୍ତ ପ୍ରେମରେ ସଫଳ ହେବେ। ଛାତ୍ର ଛାତ୍ରୀମାନେ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଯାତ୍ରା ଫଳରେ ସ୍ୱାସ୍ଥ୍ୟ ପ୍ରଭାବିତ ହେବ ଏବଂ ଦୁର୍ବଳତା ଅନୁଭବ କରିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-

କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳିପାରେ। ବନ୍ଧୁମିତ୍ରଙ୍କ ସହିତ ସମୟ ବିତେଇବେ। ପାରିବାରିକ ସମସ୍ୟା ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରି ପାରିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀ ହେବେ।  ମାଆବାପାଙ୍କ ସହ ସମ୍ପର୍କ ଭଲ ରହିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ।  ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ। କର୍ମକ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-

ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଆସିବ। ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ନୂଆ ଜ୍ଞାନର ବୃଦ୍ଧି ହେବ। ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ।  ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ବିପଦରେ ପକାଇବପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଆୟବୃଦ୍ଧି ହୋଇ ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡି ପାରେ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ମନରେଥିବା କାମନା ପୂର୍ଣ୍ଣ ହେବ। ନୂତନ ଜ୍ଞାନର ବୃଦ୍ଧି ହେବ। ଶୁଭ ସମାଚାର ମିଳିପାରେ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-

ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ୍ୟା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରି ବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ। ରାଜନୀତିରେ କ୍ଷମତା ଶକ୍ତି ବଳରେ ନିଜର ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଖେଳ, କୁଦ, ପ୍ରତିଯୋଗିତା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ପ୍ରତିକାର:- ଅସହାୟକୁ ନିରାଶ କରନ୍ତୁ ନାହିଁ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 9437006746


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!