ସାପ୍ତାହିକ ରାଶିଫଳ: ୧୫ ଅପ୍ରେଲ ରୁ ୨୧ ଅପ୍ରେଲ, ଏହି ସପ୍ତାହରେ ଏହି ସବୁ ରାଶିର ଆକସ୍ମିକ ଧନ ଲାଭର ଯୋଗ ଅଛି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୧୫ ଅପ୍ରେଲ ରୁ ୨୧ ଅପ୍ରେଲ

ମେଷ:-

ଏସପ୍ତାହରେ ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀମାନେ ସହଯୋଗ କରିବେ। ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ଭଲ ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଏବଂ ନୂତନ ଆୟର ପନ୍ଥା ପ୍ରାପ୍ତି ହେବ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ଏସପ୍ତାହରେ ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟିବାସହ ଶାନ୍ତିର ବାତାବରଣ ଦେଖାଦେଇ ପାରେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ଉତ୍ତମ ରୋଜଗାର ହେବ। ଗୃହୋପକରଣ କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

ମିଥୁନ:-

ଏସପ୍ତାହରେ ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ନିଜ ଗୃହ ସମସ୍ୟା ସଜାଡିବାର  ସୁବିଧା ପାଇବେ। ବ୍ୟବସାୟରେ ଦୂରଯାତ୍ରାର ସୁଯୋଗ ପାଇବେ ଓ ଆଶାତୀତ ଲାଭମିଳିବ। ଆୟ ଉପାର୍ଜନରେ ବାଧାନାହିଁ। ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ। ଅନ୍ୟମାନଙ୍କ କାନ୍ଧରେ ବନ୍ଧୁକରଖି ଖେଳ ଖେଳିବେ ଏବଂ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ। ପ୍ରଶାସନ ବିଭାଗ, ଜ୍ୟୋତିଷ, ବିଚାର ବିଭାଗ, ଡାକ ଓ ତାର ବିଭାଗ, ବୈଜ୍ଞାନିକ, ନୃତ୍ୟ ଓ ସଙ୍ଗୀତବିଭାଗ, ସମାଚାର ପତ୍ର ବିଭାଗରେ କର୍ମରତ ଥିଲେ ବିଶେଷ ଲାଭବାନ୍ ହେବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ କ୍ରମେ ବୃଦ୍ଧି ପାଇବ। ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ। କଠିନ ପରିଶ୍ରମ କରି କାର୍ଯ୍ୟ କଲେ ଉପରିସ୍ଥ କର୍ମଚାରୀମାନଙ୍କ ପ୍ରିୟଭାଜନ ହେବେ। ଏକ ସମୟରେ ଅନେକ ଗୁଡ଼ିଏ କାର୍ଯ୍ୟବ୍ୟସ୍ତତା ଭିତରେ ରହି ନିଜର ମାନସିକ-ଭାରସାମ୍ୟ ହରାଇବେ। ପ୍ରତିକାର- ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ:-

ଏସପ୍ତାହରେ ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ରାଜନୀତିରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଲୋକପ୍ରିୟତା ହାସଲ କରି ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ସରକାରୀ କର୍ମଚାରୀମାନଙ୍କର କର୍ମକ୍ଷେତ୍ରରେ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ପଦୋନ୍ନତିର ସୁଯୋଗ ପାଇପାରିବେ।  ବ୍ୟବସାୟରେ ଉନ୍ନତି ଓ ଲାଭ କରିବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ ଓ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ସିଂହ:-

ଏସପ୍ତାହରେ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ଉତ୍ତମ ରୋଜଗାର କରି ପାରିବେ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ମହିଳାମାନେ ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

କନ୍ୟା:-

ଏସପ୍ତାହରେ ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବେ। ସରକାରୀ କର୍ମଚାରୀମାନେ ସହକର୍ମୀ ମାନଙ୍କ ସହିତ ସୁସମ୍ପର୍କ ରଖି କେତେକ କ୍ଷେତ୍ରରେ ଭଲ କାମ କରି ପ୍ରଶଂସା ପାଇବେ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ଏସପ୍ତାହରେ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାନସିକ ଶାନ୍ତିସହ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ନୂତନକର୍ମ ନିଯୁକ୍ତିରେ ସଫଳ ହେବେ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ଗୃହପାଳିତ ପଶୁ ଓ ଯାନବାହାନ  ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ବାତାବରଣ ଦେଖାଦେଇ ପାରେ। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ କିଛି ବ୍ୟୟ ହେବ। ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେବା ଫଳରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ। ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଏସପ୍ତାହରେ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିବେ। ରାଜନୀତି କ୍ଷେତ୍ରରେ ପଦ ପଦବୀ ଲାଭ ହେବା ସହ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ। କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର ସୁବିଧା ପାଇବେ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ଏସପ୍ତାହରେ ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଟକି ଯାଇଥିବା ଧନ, ଉଧାର ଦେଇଥିବା ଟଙ୍କା, ଋଣ କରିଥିବା ଅର୍ଥ ସହଜରେ ହସ୍ତଗତ ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବା ସହ ଆର୍ଥିକ ସ୍ଥିତିରେ ବୃଦ୍ଧିହେବ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ପାଇବେ। ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ ଓ  ସହଯୋଗ କରିବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ।  ମହିଳାମାନେ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମକର:-

ଏସପ୍ତାହରେ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ମିତ୍ରଙ୍କଠାରୁ ସହଯୋଗ ମିଳିବ। ଶୁଭ ସମାଚାର ପାଇ ଖୁସି ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ। ନିଜର କଳ୍ପନାଶକ୍ତି ଅତ୍ୟଧିକ ସକ୍ରିୟ ହେବ। ନୂତନ ଉଦ୍ୟମରେ ନିଶ୍ଚିତ ସଫଳତା ପ୍ରାପ୍ତିହେବ। ବ୍ୟବସାୟ ଭଲ ମନ୍ଦ ଗତିରେ ଚାଲିବ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଏବଂ କଠିନ ପରିଶ୍ରମ ହେତୁ ପ୍ରଶଂସା ପାଇବେ। ଶରୀର ସୁସ୍ଥ ରହିବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-

ଏସପ୍ତାହରେ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ବ୍ୟବସାୟରେ ଭଲ ଲାଭ ପାଇବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ ଓ ଶତୃ ପରାଜିତ ହେବେ। ବାକିଥିବା ଅର୍ଥପ୍ରାପ୍ତି ହେବ। ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ। ଉତ୍ତମ ରୋଜଗାର ମିଳିବ। ମହିଳାମାନେ ଉତ୍ତମ ଗୃହିଣୀ ହେବେ। ନୂତନ କର୍ମ ନିଯୁକ୍ତି ପାଇବେ। ଗୃହସ୍ଥ ଜୀବନ ସୁଖମୟ ହେବ। ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ନୂତନ ଯୋଜନାରେ ସଫଳତା ମିଳିବ। ନିଜ ପରିଶ୍ରମରୁ ଲାଭ ମିଳିବ। କର୍ମକ୍ଷେତ୍ରରେ  ସହଯୋଗୀଙ୍କ ସାହାଯ୍ୟ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଆଶାନୁରୂପ ଲାଭପାଇବେ। କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ସ୍ୱାସ୍ଥ୍ୟରେ ଉନ୍ନତି ହେବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ।

ମୀନ:-

ଏସପ୍ତାହରେ ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ପାଇବେ।  ଆୟରସ୍ରୋତ ବୃଦ୍ଧିହେବ  କ୍ରୀଡ଼ା, କଳା, ସାହିତ୍ୟ, ପ୍ରକାଶନ, ବାଣିଜ୍ୟ, ବ୍ୟବସାୟ, କୃଷି ଓ ପ୍ରଶାସନିକ ସ୍ତରରେ ଉଚ୍ଚ ସମ୍ମାନ ପାଇବେ। ମହିଳାମାନେ ନିଜ ଗୃହ ସମସ୍ୟା ସଜାଡିବାର  ସୁବିଧା ପାଇବେ। ଆର୍ଥିକ କ୍ଷେତ୍ରରେ  ଉନ୍ନତି, ଶତୃ ନାଶ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!