ସାପ୍ତାହିକ ରାଶିଫଳ: ୧୫ ରୁ ୨୧ ଅକ୍ଟୋବର ୨୦୧୮। ନବରାତ୍ରିର ଏହି ସପ୍ତାହରେ ଏହି ୫ଟି ରାଶି ଉପରେ ରହିବ ମାଙ୍କର ଅସୀମ କୃପା। 

ଶେୟାର କରନ୍ତୁ ଅନ୍ୟମାନକ ସହିତ

ସାପ୍ତାହିକ ରାଶିଫଳ: ୧୫ ରୁ ୨୧ ଅକ୍ଟୋବର ୨୦୧୮। ନବରାତ୍ରିର ଏହି ସପ୍ତାହରେ ଏହି ୫ଟି ରାଶି ଉପରେ ରହିବ ମାଙ୍କର ଅସୀମ କୃପା।

ମେଷ:-

ଏ ସପ୍ତାହରେ ବରିଷ୍ଠ କର୍ମୀଙ୍କ ପ୍ରିୟ ପାତ୍ର ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ। ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ଫଳରେ ଦେହମନ ଭଲ ରହିବ। ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି  ସଫଳତା ଲାଭ କରିବେ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, କ୍ରିଡା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ମାଲିମୋକଦ୍ଦମାରେ ସଫଳ ହେଲେ ମଧ୍ୟ ଅସ୍ଥିରତା ଦେଖାଦେବ। ବନ୍ଧୁ ମିତ୍ରମାନେ ସାହାଯ୍ୟ କରିବେ।  ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ :-

ଏ ସପ୍ତାହରେ ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖାଦେଇପାରେ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପଦୋନ୍ନତି ଓ ସଫଳତା ଲାଭ କରିବେ। ବ୍ୟବସାୟରେ ଉନ୍ନତି ଓ ପ୍ରଚୂର ଲାଭ କରି ଶତୃ, ରୋଗ, ଋଣରୁ ମୁକ୍ତି ହେବେ। ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ ସଫଳତା ପାଇବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ। ପାରିବାରରେ ଶାନ୍ତି ଦେଖା ଦେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ମିଥୁନ :-

ଏ ସପ୍ତାହରେ ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ଆୟ ଉପାର୍ଜନରେ ବାଧା ନାହିଁ। ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ  ସଫଳ ହେବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବା ସହ  ଆର୍ଥିକ ସ୍ଥିତିରେ ବୃଦ୍ଧିହେବ ଓ ଆୟ ତୁଳନାରେ ବ୍ୟୟ ମଧ୍ୟ ସମାନ ରହିବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ପାଇବେ। ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ଘରୋଇ ସମସ୍ୟାର ସମାଧାନ ହେବା ଫଳରେ ମଝିରେ ମଝିରେ ଆର୍ଥିକ ଅନାଟନ ଦେଖା ଦେବ। ପ୍ରତିକାର: ଷଣ୍ଢ ଓ ଗାଈକୁ ଖାଇବାକୁ ଦିଅନ୍ତୁ।

<<Vastu>>> | <<< Jataka Bichara >>> 

କର୍କଟ :-

ଏ ସପ୍ତାହରେ ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ କ୍ରୀଡ଼ା, ବାଣିଜ୍ୟ, କଳା, ସଂସ୍କୃତି କ୍ଷେତ୍ରରେ ପ୍ରଶଂସିତ ହେବେ। ମହିଳା ଓ ପୁରୁଷ ମାନଙ୍କର ଆର୍ଥିକ ଉନ୍ନତିହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେବେ ସେଥିରେ ସଫଳ ହେବେ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସମ୍ମାନିତ ହେବେ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଯୁବକ-ଯୁବତୀମାନେ ପ୍ରେମ ସମ୍ପନ୍ଧୀୟ କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ କ୍ଷେତ୍ରରେ ବିବାଦରେ ବିଜୟ ପ୍ରାପ୍ତି ହେବା ସହ ରୋଜଗାର ବୃଦ୍ଧି ହେବ। ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ। ମହିଳାମାନେ ଅଧିକାରୀଙ୍କଠାରୁ ସହଯୋଗ ପାଇ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବଜାୟ ରଖିବେ। ପ୍ରତିକାର- ବାଶିରୁଟି କୁକୁରକୁ ଖାଇବାକୁ ଦିଅନ୍ତୁ।

ସିଂହ:-

ଏ ସପ୍ତାହରେ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଅବହେଳା କରିବେ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନରେ ବାଧା ସୃଷ୍ଟି ହେବ। ବ୍ୟବସାୟରେ ସାମାନ୍ୟ ଲାଭ ହେବ ଓ ବେଳେ ବେଳେ ଆର୍ଥିକ ଉନ୍ନତିରେ ବାଧା ସୃଷ୍ଟିହେବ। ପାରିବାରିକ ଜୀବନରେ ବହୁ ବ୍ୟସ୍ତତା ମଧ୍ୟରେ ଦିନ କଟିବ। କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ମାଲିମୋକଦ୍ଦମାରେ ଭୟ ଓ ଆଶଙ୍କା ବଢ଼ିବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନସ୍ଥିତିଅଟଳ ରଖି ପାରିବେ। କୃଷିଜୀବିମାନେ ଓ କୃଷିଜାତଦ୍ରବ୍ୟ  ବ୍ୟବସାୟିମାନେ କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ ସୁଖରେ ଦିନ ବିତାଇବେ। ପ୍ରେମିକ-ପ୍ରେମିକାମାନେ ପ୍ରେମରେ ସଫଳ ହେବେ। ଶିକ୍ଷା କ୍ଷେତ୍ରରେ ଅମନଯୋଗୀ, ଅଯଥାରେ ଶତୃ ବୃଦ୍ଧି, ଆର୍ଥିକ କ୍ଷେତ୍ରରେ ବିଫଳତା ଦେଖା ଦେବ। ଘରୋଇ କର୍ମଚାରୀମାନେ ସହକର୍ମୀ ମାନଙ୍କ ସହିତ ଅଯଥାରେ ବିବାଦ ଏବଂ କେତେକ କ୍ଷେତ୍ରରେ ଭଲ କାମ କରି ବଦ୍ନାମ ହେବେ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ ଓ କର୍ମ ସନ୍ଧାନିମାନେ କର୍ମ ନିଯୁକ୍ତି ପାଇବେ। ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ।

କନ୍ୟା:-

ଏ ସପ୍ତାହରେ ବ୍ୟବସାୟରେ ଉନ୍ନତି ହେବା ସହ ପ୍ରବଳ ଲାଭ ପାଇବେ। ସରକାରୀ କର୍ମଚାରୀମାନେ କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇବେ। କୃଷି କ୍ଷେତ୍ରରେ ସଫଳତା ଦେଖାଦେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା. ମାନ-ସମ୍ମାନ ବୃଦ୍ଧି ହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ ସମ୍ବନ୍ଧୀୟୟ କ୍ଷେତ୍ରରେ ସଫଳ ହେବେ। ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋାଗ ଆସିବ। ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେବ ନାହିଁ। ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର:ଗାଈକୁ ଖାଇବାକୁ ଦିଅନ୍ତୁ।

ତୁଳା:-

ଏ ସପ୍ତାହରେ ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ।  ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ ଓ ପ୍ରତିଦ୍ୱନ୍ଦିତାରେ ସଫଳ, ବିଦ୍ୟା କ୍ଷେତ୍ରରେ ଶୁଭ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ସୃଷ୍ଟି ହୋଇପାରେ। ରାଜନୀତିରେ ଅର୍ଥାଗମ, ଭୟ ସତ୍ତ୍ୱେ ଜୟ, ନାନା ସମସ୍ୟାର ସମ୍ମୁଖୀନ ହେଲେ ମଧ୍ୟ ନିଜର ଫାଇଦା ଉଠାଇବେ। ବ୍ୟବସାୟରେ ପ୍ରଚୁର ଲାଭ ହେବ। ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ଖର୍ଚ୍ଚବଢିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେବ। ନିଜଲୋକମାନେ ଦୂରେଇ ଯିବେ। ଲଟେରୀ ଓ ଜୁଆଖେଳରୁ ନିବୃତ୍ତ ରହନ୍ତୁ ନଚେତ୍ କ୍ଷତିସହିବେ। ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

ବିଚ୍ଛା:-

ଏ ସପ୍ତାହରେ ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପାରିବାରରେ କୌଣସି ଜଟିଳ ସମସ୍ୟାର ସମାଧାନ ହୋଇ ଶାନ୍ତି ଦେଖା ଦେବ। ମହିଳାମାନଙ୍କର ବନ୍ଧୁ ବାନ୍ଧବଙ୍କଦ୍ଵାରା ସମସ୍ୟାର ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନଙ୍କର ନିଯୁକ୍ତି କ୍ଷେତ୍ରରେ ସଫଳତା ଦେଖାଦେବ ଓ ବିବାହ କରିବାର ସୁଯୋଗରୁ ବଞ୍ଚିତ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। ଘରୋଇ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି  ସଫଳତା ଲାଭ କରିବେ। ବ୍ୟବସାୟରେ ଉନ୍ନତି ଲାଭ କରିବେ। ବ୍ୟବସାୟରେ ଶତୃ, ରୋଗ, ଋଣରୁ ମୁକ୍ତି ହେବେ ଓ ଉନ୍ନତି କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସଫଳତା ପାଇବେ। ଆର୍ଥିକ ଅନାଟନ ଯୋଗୁଁ ଗୃହର ବାତାବରଣ ଅଶାନ୍ତ ରହିବ। ପ୍ରତିକାର: ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ଧନୁ:-

ଏ ସପ୍ତାହରେ ମାନସିକ ଓ ଶାରିରୀକ ସସ୍ଥତା ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପ୍ରସଂଶିତ ହେବା ସହ ଉଚ୍ଚପଦ ପଦବି ପ୍ରାପ୍ତି ହେବ। ବ୍ୟବସାୟରେ ଲାଭବାନ୍ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯିବ। ସାମାଜିକ ପ୍ରତିଷ୍ଠା,ମାନ-ସମମାନରେ ବୃଦ୍ଧିହେବ। ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହୀ ହେବେ। ଅବିବାହିତ ଯୁବକ-ଯୁବତୀ ମାନଙ୍କର ବିବାହ କ୍ଷେତ୍ରରେ ବାଧା ସୃଷ୍ଟିହେବ। ପ୍ରଶାସନିକ ସ୍ତରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ। ରାଜନୀତି କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ ଓ ସାମାଜିକ କାର୍ଯ୍ୟରେ ସଫଳ ହେବେ। ମହିଳାମାନେ ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ। ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର :-

ଏ ସପ୍ତାହରେ ସରକାରୀ କର୍ମଚାରୀମାନଙ୍କର କର୍ମ କ୍ଷେତ୍ରରେ ପଦୋନ୍ନତି ଓ ସଫଳତା ଲାଭ କରିବେ। ବ୍ୟବସାୟରେ ଶତୃ, ରୋଗ, ଋଣରୁ ମୁକ୍ତି ହେବା ସହ ଉନ୍ନତି ଆଶାନୁରୂପ ଲାଭ କରିବେ। ଶାରିରୀକ ସୁସ୍ଥତା ଦେଖା ଦେବ। ଯେ କୌଣସି କାମରେ ହାତ ଦେଲେ, ସେଥିରେ ସଫଳତା ପାଇବେ।  ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିଭିନ୍ନ ସ୍ଥାନରୁ ପ୍ରସ୍ତାବ ମାନ ଆସିବ।  ଛାତ୍ର-ଛାତ୍ରୀମାନେ ଉଚ୍ଚ ଶିକ୍ଷାରେ ସମ୍ମାନିତ ହେବେ। ମହିଳା ମାନଙ୍କର ବ୍ୟବସାୟରେ ଉତ୍ତମ ରୋଜଗାର ହେବା ସହ ବେଶ୍ ଦୁଇ ପଇସା ଲାଭ ହେବ। କର୍ମ କ୍ଷେତ୍ରରେ ଉନ୍ନତି ଓ ନୂତନ ଆୟର ପନ୍ଥା ଖୋଲିଯିବ। ବିରାଟ ଯୋଜନାର ସଂକଳ୍ପ ନେବେ। ଜାଗା, ଜମି, ଗୃହ ବାହନ ଆଦି ପାଇଁ ଚୂକ୍ତିହେବ। ଆକସ୍ମିକ ଧନ ଲାଭ ହେବ। ମିଛଆଶା ଉପରେ ନିର୍ଭର ନକରି ନିଜକୁ ନିୟନ୍ତ୍ରଣ କରିପାରିବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

କୁମ୍ଭ :-

ଏ ସପ୍ତାହରେ କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବାଦ୍ଵାରା ଆୟର ସ୍ରୋତ ଖୋଲିଯିବ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ବ୍ୟବସାୟିକ ସଫଳତା ମିଳିବ। ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପାରିବାରିକ ଜୀବନରେ ଅଶାନ୍ତି ଦୂର ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ପାଇବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ। ଛାତ୍ର-ଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାର :ଅସହାୟଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ।

ମୀନ :-

ଏ ସପ୍ତାହରେ ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ବକେୟା ଅର୍ଥ କିଛି ମିଳିବ ଓ ନିର୍ମାଣମୂଳକ ଯୋଜନାରେ ଆଗେଇବେ। ମାନସିକ ଶାନ୍ତି ଓ  ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି। ସନ୍ତାନ-ସନ୍ତତିଙ୍କ ମର୍ଜି ରକ୍ଷା କରି ଶାନ୍ତି-ଶୃଙ୍ଖଳାରୁ ଦୂରେଇ ଯିବେ। ଆୟ ଉପାର୍ଜ୍ଜନର ବୃଦ୍ଧି, କର୍ମ ଓ ବ୍ୟବସାୟରେ ଉନ୍ନତି। ମାନସିକ ବିଷାଦ, ଦାମ୍ପତ୍ୟ କଳହ , ଭୟ  ଆଶଙ୍କା ଗ୍ରସ୍ତ କରାଇବ। କର୍ମରେ ଅସନ୍ତୋଷ, ମାନସିକ ଦୁଶ୍ଚିନ୍ତା, ପୁରାତନ ରୋଗରପ୍ରକୋପ ସହିତ ଉଦର ପୀଡ଼ା ଦେଖାଦେବ।  ପରିବାରରେ ବ୍ୟୟ ବୃଦ୍ଧି ହେତୁ ଧନ ଆଶା କରିବା ନିରର୍ଥକ। ବ୍ୟବସାୟରେ ଲାଭ  ହେଲେ ମଧ୍ୟ ଶତୃ ଦେଖାଦେବେ। କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ବନ୍ଧୁ ବାନ୍ଧବଙ୍କଦ୍ୱାରା ଅନେକ କାର୍ଯ୍ୟ ହାସଲ କରିବେ। ଅବିବାହିତ ଯୁବକ-ଯୁବତୀମାନଙ୍କର ବିବାହ ପ୍ରସ୍ତାବ ପାଇବେ। ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 993755198


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!