ଦୈନିକ ରାଶିଫଳ: ୧୬ ଅପ୍ରେଲ ୨୦୧୯, ମା ମଙ୍ଗଳାଙ୍କ କୃପାରୁ ଆଜି ଏହି ସବୁ ରାଶିର ବ୍ୟବସାୟରେ ପ୍ରଚୁର ଲାଭ ହେବ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ଦୈନିକ ରାଶିଫଳ: ୧୬ ଅପ୍ରେଲ ୨୦୧୯

ମେଷ:-

ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଧନର ଆଗମନ ହୋଇପାରେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ। କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ରାଜନୀତି ମାମଲାରେ ତରବାରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-

ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ରାଜକୀୟ ମାମଲାରେ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-

ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ନୂତନ ବସ୍ତୁ କ୍ରୟ କରିପାରିବେ। ସରକାରୀ କାମରେ ସଫଳତା ମିଳିବ। ପାରିବାରିକ ମାମଲା ବହୁତ ସହଜ ସରଳହେବ। ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ରାଜନୀତିରେ ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ। ନୂଆ କାମ କିଛି ଆରମ୍ଭ କରିଲେ ଲାଭବାନ ହେବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-

ରାଜନୀତିରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପାରିବାରିକସ୍ତର ହସ ଖୁସିରେ କଟିବ। ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବାଣିଜ୍ୟ କ୍ଷେତ୍ରରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ।

ସିଂହ:-

ବିଦ୍ୟାରେ ଉନ୍ନତି କରିବେ। ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ। କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ କରି ପାରିବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ତାହାର ସମାଧାନ କରିପାରିବେ। ରାଜନୀତିରେ କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ।

କନ୍ୟା:-

ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ବ୍ୟବସାୟରେ ପ୍ରଚୁର ଲାଭହେବ ଓ ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବା ଫଳରେ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଲେ ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-

ହାତକୁ ନେଇଥିବା କାର୍ଯ୍ୟଟି ପାଇଁ ପରିଶ୍ରମ କରିବାକୁ ପଡିବ। ଶୁଭକାମ କରି ପ୍ରଶଂସିତ ହେବେ। ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ। ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ। ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଆନନ୍ଦ ହୋଇପାରେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଶତୃମାନେ ମଥାନତ କରିବେ। ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ। କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । କ୍ରିଡା ପ୍ରତିଦ୍ଵନ୍ଦିତାରେ, ପ୍ରତିଯୋଗିତା ପରୀକ୍ଷା, ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହୋଇ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ରାଜନୀତିରେ ସଫଳତା ମିଳିବ। ଭଲ ଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧା ହେବ ନାହିଁ। ପ୍ରତିକାର:- ଗୋମାତାକୁ ଖାଦ୍ୟ ଦିଅନ୍ତୁ।

ଧନୁ:-

ମାନସିକ ଦୁଶ୍ଚିନ୍ତାଦୂରହେବ। ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ। ଶତୃବାଧା ଦୂରେଇ ଯିବ। ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ। ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ। ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁ ଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ବନ୍ଧୁ ମିତ୍ରମାନେ ଶତ୍ରୁତା ଆଚରଣ କରି ପାରନ୍ତି ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ।

କୁମ୍ଭ:-

ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ। ସହକର୍ମୀମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବାସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ। ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟର ବିଶେଷ ଶୁଭ ସମୟ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ସଫଳତା ପାଇବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ

ମୀନ:-

କର୍ମକ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ପାଇ ଖୁସି ହେବେ। ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ। ମାଲିମୋକଦ୍ଦମାରେ ସଫଳତା ମିଳିବ। ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ। କାର୍ଯ୍ୟକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!