ଦୈନିକ ରାଶିଫଳ: ୧୬ ଏପ୍ରିଲ ୨୦୨୦, ମା ଲକ୍ଷ୍ମୀଙ୍କ କୃପାରୁ ଆଜି ଏହି ସବୁ ରାଶି ବ୍ୟକ୍ତିଙ୍କୁ ମିଳିବ ଆକସ୍ମିକ ଧନ ଲାଭ

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୦ ମସିହା, ଏପ୍ରିଲ ମାସ ୧୬ତାରିଖ, ଗୁରୁବାର, ମେଷ ମାସ ଦିନ, ବୈଶାଖ ମାସ, କୃଷ୍ଣପକ୍ଷ, ନବମୀ ତିଥି, ଶ୍ରବଣା ନକ୍ଷତ୍ର, ମକର ରାଶିରେ ଚନ୍ଦ୍ର। ତୁଳା, କୁମ୍ଭ ରାଶିର ଘାତବାର। ସିଂହ ରାଶିର ଘାତଚନ୍ଦ୍ର। ଲାଉ ନ ଖାଇଲେ ଭଲ।ଶୁଭସମୟ ପ୍ରାତଃ ୫ଟା ୩୨ମିନିଟ୍ ରୁ ୭ଟା ୧୦ମିନିଟ୍, ଦିବା ୧୦ଟା ୩୨ମିନିଟ୍ ରୁ ୧ଟା ୧ମିନିଟ୍।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ। ପରୋପକାର କର୍ମରେ ନିଜକୁ ନିଯୋଜିତ କରି ଗଠନମୂଳକ ତଥା ସେବାସମ୍ବନ୍ଧିତ କାର୍ଯ୍ୟ ଯୋଗେ ସମ୍ମାନ ପାଇବେ। ଗୁପ୍ତଶତ୍ରୁ ଧରାପଡି ଲଜ୍ଜିତ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବୃଷ:-

ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ ଜୀବନ ସୁଖରେ କଟିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରି ଉପରିସ୍ଥଙ୍କୁ ସନ୍ତୁଷ୍ଠ କରି ପ୍ରଶଂସା ପାଇବେ। ସାମାଜିକ ସ୍ତରରେ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରିବେ। ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ କେତେକ ମୁଲ୍ୟବାନ ସାମଗ୍ରୀ କ୍ରୟ କରି ଲାଭ ବାନ ହେବେ। ଆର୍ଥିକ ସଙ୍କଟ ଦୂର ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ।  ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମିଥୁନ:-

ବ୍ୟବସାୟରୁ ଯଥେଷ୍ଟ ଲାଭ ଉଠାଇବା ସହ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ। ରାଜନୀତିରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ।  ପାରିବାରିକ କ୍ଷେତ୍ରରେ ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିବେ। ବନ୍ଧୁମାନେ ଈର୍ଷାପରାୟଣ ହେବେ। ନୈରାଶ୍ୟ, ଅର୍ଥାଭାବ ଓ ଦୁଃସମ୍ବାଦ ପାଇ ପାରନ୍ତି। ଉନ୍ନତି ମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ, ଦାମ୍ପତ୍ୟ ସମସ୍ୟା ବୃଦ୍ଧି ହେତୁ ନିନ୍ଦା ଶୁଣିବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କର୍କଟ:-

ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ। କର୍ମକ୍ଷେତ୍ରରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ପାଇବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହୋଇ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଆଶା କରିଥିବା କାର୍ଯ୍ୟଟି ପୂରଣ କରିବାକୁ ଚେଷ୍ଟା କରିବେ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶୁଭ ସମାଚାର ପାଇ ଖୁସି ହେବେ। ସାମାଜିକ ପତିଆରା ଅମଳିନ ରହିବ। ପରିବାରରେ ଆନନ୍ଦର ଲହରୀ ଖେଳିଯିବ। ବ୍ୟବସାୟରେ ଲାଭବାନ ହେବେ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ମନବଳ ଦୃଢିଭୁତ ହେବ। ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ। ମନକଥା ମନରେ ରଖୀ ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ରାଜନୀତି କ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-

ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ। ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ। ପାରିବାରିକସ୍ତର ହସ ଖୁସିରେ କଟିବ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ। ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ। ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ। ପରିଚିତ ଲୋକଙ୍କଠାରୁ ଲାଭ ପାଇବେ। ବିଦ୍ୟାର୍ଥୀମାନେ ନିଜ ଲକ୍ଷ୍ୟରେ ସଫଳତା ପାଇବେ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-

ମିତ୍ରଙ୍କ ସହିତ ସାକ୍ଷାତ୍ ଲାଭଦାୟକ ହେବ। ସ୍ଵାସ୍ଥ୍ୟରେ ସୁଧାର ଆସିବ। କର୍ମକ୍ଷେତ୍ରରେ ଯଶ ଓ ସମ୍ମାନ ବଢିବ। ନିଜ ପରିଶ୍ରମରେ ସଫଳତା ପାଇବେ। ଆଚାର ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ। ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ସମୟ ପାଇବେ ନାହିଁ। ଅଫିସରେ ଟେନସନ ଦୂର ହେବ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ। ବ୍ୟବସାୟରେ ଉତ୍ଥାନ ପତ୍ତନର ସମ୍ମୁଖୀନ ହେବେ। ସାମାଜିକ କାର୍ଯ୍ୟରେ ଯୋଗଦାନ ଦେବେ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପାରିବାରିକ ପରିସ୍ଥିତି ଠିକ୍ ରହିବ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-

ସ୍ଵାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ। ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବା ଫଳରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ପ୍ରିୟ ଲୋକଙ୍କ ସମ୍ପର୍କରେ ରହିବା ପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ। ଧନ ଲାଭ ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବେ।  ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-

ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ। ଘର ପରିବାରକୁ ପ୍ରାଥମିକତା ଦେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ମାତାପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। ସମୟ ଅନୁକୂଳ ହେଲେ ମଧ୍ୟ କାର୍ଯ୍ୟ ପୁରଣରେ ବାଧା ଆସିବ। ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ। ସତର୍କତା ଅବଲମ୍ବନ ନକଲେ କାର୍ଯ୍ୟରେ ଅସଫଳ ହେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-

ସମସ୍ତ ସମସ୍ୟାର ସମାଧାନ କରି ସତ୍ୟର ସାମ୍ନା କରିବାକୁ ପଡିବ। ଶତୃମାନେ ଦୂରେଇ ଯିବେ। ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ। ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ। ପିଲାମାନଙ୍କ ପାଠପଢା ନେଇ ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। ବାକିଥିବା କାର୍ଯ୍ୟ ସଫଳତାପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ପ୍ରତିକାରମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-

କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ହାସଲ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ।  ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ। ପରିବାରରେ ସମୟ ବିତେଇବେ। ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମୀନ:-

ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ। ବୈଷୟିକ ରୁଚି ପୂର୍ତ୍ତି ହୋଇ ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ସୁଯୋଗ ହାତ ପାହାନ୍ତାରେ ପାଇ ସଫଳତା ମିଳିବ। ସ୍ଵାସ୍ଥ୍ୟରେ ଉନ୍ନତି ହେବା ସହ ଅଧ୍ୟାତ୍ମିକ ଚେତନା ଦେଖାଦେବ। ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ସରକାରୀ ସାହାଯ୍ୟ ପାଇବା ଫଳରେ ଉତ୍ସାହ ଉଦ୍ଦିପନା ବୃଦ୍ଧି ପାଇବ। ଜୀବନ ଶୈଳିରେ ସୁଖ ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ। ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ। ଶତୃମାନେ ପରାଜିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Jyotirbid Dr. Pramod Satapathy
Jantra Jyotisha, Cuttack

Jyotirbid Pandit Sudhakar Tripathy
Jantra Jyotisha, Kakatpur, Puri

For personalized consultation and appointment,
you can connect on WhatApp @ 7008758366 or 9937551988
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 7008758366 or 9937551988


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!