ଦୈନିକ ରାଶିଫଳ: 16 ଏପ୍ରିଲ 2021, ମା ସନ୍ତୋଷୀଙ୍କ କୃପାରୁ ଆଜି ଏହି ରାଶି ବ୍ୟକ୍ତିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୧ ମସିହା, ଅପ୍ରେଲମାସ ୧୬ତାରିଖ, ଶୁକ୍ରବାର, ମେଷମାସ ୩ଦିନ, ଚୈତ୍ରମାସ, ଶୁକ୍ଳପକ୍ଷ, ଚତୁର୍ଥୀତିଥି, ରୋହିଣୀନକ୍ଷତ୍ର, ବୃଷରାଶିରେ ଚନ୍ଦ୍ର । ବିଛା, ଧନୁ, ମୀନ ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ମୂଳା ନ ଖାଇଲେ ଭଲ, ସନ୍ଧ୍ୟା ୬ଟା ୬ମିନିଟ୍ ପରେ ବେଲ ନ ଖାଇଲେ ଭଲ । ଶୁଭସମୟ- ସକାଳ ୫ଟା ୩୨ରୁ ୬ଟା ୨୦ମିନିଟ୍, ଦିବା ୭ଟା ୧୨ରୁ ୮ଟା ୩୮ମିନିଟ୍, ଦିବା ୧୨ଟା ୧୨ମିନିଟ୍ ରୁ ୨ଟା ୪୦ମିନିଟ୍, ସନ୍ଧ୍ୟା ୪ଟା ୨୦ମିନିଟ୍ ରୁ ୬ଟା ୨ମିନିଟ୍, ରାତ୍ର ୭ଟା ୩୪ରୁମିନିଟ୍ ରୁ ୮ଟା ୫୨ମିନିଟ୍ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ମେଷ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଦାମ୍ପତ୍ୟ କଳହ ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଆର୍ଥିକ କ୍ଷେତ୍ରରେ ସାମାନ୍ୟ ଉନ୍ନତି ହୋଇ ପାରେ । ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ବୃଷ:-

ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ ଓ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ନୂତନ କର୍ମଆଶାୟୀ ଯୁବକ ଯୁବତୀ ମାନଙ୍କର ଆଶା ପୂରଣ ହେବ । କର୍ମ କ୍ଷେତ୍ରରେ ଉନ୍ନତି ହେବାସହ ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବ୍ୟବସାୟରେ କାରବାର ବୃଦ୍ଧି ହେବା ଫଳରେ ପ୍ରବଳ ଲାଭ ଦ୍ୱାରା ଆର୍ଥିକ ଉନ୍ନତି ହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରିବାରିକ ଜୀବନରେ ଶାନ୍ତି ଆସିବ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।

ମିଥୁନ:-

ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ ଜୀବନ ସୁଖମୟ ହେବ । ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହେଲେ ସଫଳ ହୋଇ ପାରନ୍ତି । ରାଜନୀତି କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି ଅସୁବିଧା ପରିସ୍ଥିତିକୁ ସାମାନ୍ୟ ଚେଷ୍ଟାରେ ସଜାଡି ଦେବେ । ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

କର୍କଟ:-

ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ଶତୃ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ । ପରିବାର ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ପ୍ରଚୁର ଲାଭ ମିଳିବ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ୍ତ କରି ପାରିବେ । ରାଜନୀତି କ୍ଷେତ୍ରରେ କାହାରି ପାଖରେ ମୁଣ୍ଡ ନଇଁବ ନାହିଁ, ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ସିଂହ:-

ବ୍ୟବସାୟୀମାନେ ଉତ୍ତମ ରୋଜଗାର କରିପାରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନାନା ବାଟରେ ଧନାଗମ ଘଟି ପାରେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି । ଶତୃ ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।

କନ୍ୟା:-

ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ମାଲିମୋକଦ୍ଦମାରେ ସଫଳତା ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ତୁଳା:-

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହି ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ଅସହାୟ ମାନଙ୍କୁ ସାହାଯ୍ୟ କରିବାଦ୍ଵାରା ସାଧାରଣ ଲୋକମାନେ ସମ୍ମାନ ଦେବେ । ପରୋପକାର ଓ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ପ୍ରେମପ୍ରସଙ୍ଗ ଓ ଗୁପ୍ତ ସମ୍ପର୍କକୁ ବନ୍ଧୁମାନେ ବାହାରକୁ ପ୍ରକାଶ କରିପାରନ୍ତି । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହୋଇପାରେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ରାଜନୀତିରେ ଫାଇଦା ଉଠାଇବାକୁ ଚେଷ୍ଟାକରି ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ପାରିବାରିକ ସ୍ତରରେ କିଛି କୁହୁଳା ଅଶାନ୍ତି ଦୂରେଇ ଯିବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ କିନ୍ତୁ ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ ।

ମକର:-

ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସଫଳ ହେବେ । ଆର୍ଥିକ କ୍ଷେତ୍ରରେ ସାମାନ୍ୟ ଉନ୍ନତିହେବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ ଓ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଦାମ୍ପତ୍ୟ ସୁଖରେ ଖୁସି ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ଶୁଭକାମ କରି ପ୍ରଶଂସିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର, ଶିଳ୍ପ, ବାଣିଜ୍ୟ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ । କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ । ପ୍ରତିଦ୍ଵନ୍ଦିତାରେ ଉନ୍ନତ ମାନର ଫଳ ପାଇବେ । ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ପ୍ରତିକାର:- ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ରାଜନୀତି କ୍ଷେତ୍ରରେ ଉଚ୍ଚପ୍ରଶଂସିତ ହେବା ସହ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ । ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସକ୍ଷମ ହେବେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଚାଉଳ କୁଆ ପାରାଙ୍କୁ ଖାଇବାକୁ ଦିଅନ୍ତୁ ।

Jyotirbid Dr. Pramod Satapathy
Jantra Jyotisha, Cuttack

For personalized consultation and appointment,
you can connect on WhatApp @ 7008758366 or 9437006746
For more information
Visit us: jantrajyotisha.com
Get solution to all your problems by analyzing your birth chart,
Call now for appointment ???? 9937745975 or 943700674


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!