ଦୈନିକ ରାଶିଫଳ: 16 ଏପ୍ରିଲ 2022, ଶନିଦେବଙ୍କ କୃପାରୁ ଏହି 4ଟି ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

୨୦୨୨ ମସିହା, ଏପ୍ରିଲ ମାସ ୧୬ତାରିଖ, ଶନିବାର, ମେଷ ମାସ ୩ ଦିନ, ଚୈତ୍ରମାସ ଶୁକ୍ଳପକ୍ଷ, ପୂର୍ଣ୍ଣିମା ତିଥି, ହସ୍ତା ନକ୍ଷତ୍ର ଦିବା ୮ ଟା ୩୯ମିନିଟ୍ ପରେ ଚିତ୍ରା ନକ୍ଷତ୍ର, କନ୍ୟା ରାଶିରେ ଚନ୍ଦ୍ର ରାତି ୮ଟା ପରେ ତୁଳା ରାଶିରେ ଚନ୍ଦ୍ର । ହର୍ଷଣ ଯୋଗ ରାତି ୨ଟା ୪୪ମିନିଟ୍ ପରେ ବଜ୍ର ଯୋଗ । ବିଷ୍ଟି କରଣ ଦିବା ୧ଟା ୨୯ମିନିଟ୍ ପରେ ବବ କରଣ । ବୃଷ, ସିଂହ ଓ କନ୍ୟା ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର ରାତି ୮ ଟା ପର୍ଯ୍ୟନ୍ତ । ଆମିଷ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ରାତି ୧୨ଟା ୨୫ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ଶ୍ରାଦ୍ଧତର୍ପଣ- ପୂର୍ଣ୍ଣିମାର ଏକୋଦ୍ଧିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ପ୍ରାତଃ ୫ଟା ୩୨ମିନିଟ୍ ରୁ ୭ଟା ୬ମିନିଟ୍, ଦିବା ୧ଟା ୨୧ମିନିଟ୍ ରୁ ଦିବା ୨ଟା ୫୪ମିନିଟ୍, ଦିବା ୪ଟା ୨୮ମିନିଟ୍ ରୁ ରାତ୍ରି ୭ଟା ୨୮ମିନିଟ୍, ନିଶାନ୍ତ ୪ଟା ୫ମିନିଟ୍ ରୁ ୫ଟା ୩୨ମିନିଟ୍ । ଶୁଭସମୟ- ଦିବା ୧୦ଟା ୧୩ମିନିଟ୍ ରୁ ୧ଟା ୨ମିନିଟ୍, ରାତ୍ର ୮ଟା ୨୦ମିନିଟ୍ ରୁ ୧୦ଟା ୩୭ମିନିଟ୍, ରାତ୍ର ୧୨ଟା ୧୦ମିନିଟ୍ ରୁ ୧ଟା ୪୧ମିନିଟ୍, ରାତ୍ର ୨ଟା ୨୮ମିନିଟ୍ ରୁ ରାତ୍ର ୩ଟା ୫୯ମିନିଟ୍ । ପର୍ବଦିନ- ଚୈତ୍ର ପୂର୍ଣ୍ଣିମା, ନାବ ପୂଜା, ମା’ ବାଶେଳି ଦେବୀଙ୍କ ପୂଜାର୍ଚ୍ଚନା ଉତ୍ସବ ।

ମେଷ:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।

ବୃଷ:-ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । ପରିବାରରେ ଆଦର ପାଇ ସୁଖଭୋଗ କରିବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡିବ । କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ । ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଯାତ୍ରାଫଳରେ ଉତ୍ସାହିତ ହେବେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

କର୍କଟ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ । ଅଚାନକ ଧନ ପ୍ରାପ୍ତି ହେବ ଓ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟିବ । କରଜ ଭାରରୁ ମୁକ୍ତି ମିଳିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିରହେବ । ପ୍ରତିକାର- ଘିଅ ବା କ୍ରିମରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।

ସିଂହ:-ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ । ଆଶା ଓ ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ । ମିତ୍ର ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଅର୍ପଣ କରିବେ । ଆର୍ଥିକସ୍ଥିତି ଭଲ ରହିବ । କର୍ମ କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ । ରାଜନୀତିରେ ଉନ୍ନତି ହେବ । ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟାମୂଳକ କାମପ୍ରତି ପ୍ରଲୋଭିତ କରିବେ । ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।

କନ୍ୟା:-ପରିଶ୍ରମ ବୃଦ୍ଧି ପାଇବା ଫଳରେ ସୁଖ ଶାନ୍ତି ବର୍ଦ୍ଧିତ ହେବ ଓ ମାଙ୍ଗଳିକ କର୍ମ ସମ୍ପାଦନ ହେବ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ ତେଣୁ ତାଙ୍କପ୍ରତି ଆଦରଭାବ ଜାଗୃତ ହେବ । କର୍ତ୍ତବ୍ୟ ନିଷ୍ଠାରୁ ଯଶପ୍ରଶଂସାର ଅଧିକାରୀ ହେବେ । ସବୁ ଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରିବ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ତୁଳା:-ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ସାଧାରଣ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପାଇଁ ସାଙ୍ଗସାଥିମାନେ ସାହାଯ୍ୟ କରିବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ବିଚ୍ଛା:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ଅପଯଶକୁ ଦୂରକୁ ଠେଲିଦେଇ କେବଳ ଯଶତକ ଗ୍ରହଣ କରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମକରିଲେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।

ଧନୁ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ଚାକିରୀରେ ପ୍ରତିଷ୍ଠିତ ହେବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ । ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଆୟ ବୃଦ୍ଧି ହେବା ଫଳରେ କ୍ଳାନ୍ତି ଓ ଅବସନ୍ନତା ଜନିତ ଆଳସ୍ୟଭାବ ଦୂରେଇଯିବ । ପ୍ରତିକାର- ନୀଳବସ୍ତ୍ର ପରିଧାନ କରନ୍ତୁ । ନତୁବା ନୀଳ ରୁମାଲ ଟିଏ ପାଖରେ ରଖନ୍ତୁ ।

କୁମ୍ଭ:-ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଯେ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

ମୀନ:-ସ୍ୱାସ୍ଥ୍ୟରେ ସୁଧାର ଆସିବ ଓ ଧନ ଲାଭ ହେବ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ଅଧସ୍ତନକର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ । ପ୍ରତିକାର- ଅଷ୍ଟଗନ୍ଧ ତିଳକଚନ୍ଦନ ଧାରଣ କରନ୍ତୁ ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!